Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଉତ୍ତର ପ୍ରଦେଶରେ ରିଲାଏନ୍ସ ୭୫ ହଜାର କୋଟି ଟଙ୍କା ନିବେଶ କରିବ: ମୁକେଶ ଅମ୍ବାନି
ଜାତୀୟ ଖବର

ଉତ୍ତର ପ୍ରଦେଶରେ ରିଲାଏନ୍ସ ୭୫ ହଜାର କୋଟି ଟଙ୍କା ନିବେଶ କରିବ: ମୁକେଶ ଅମ୍ବାନି

February 11, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
MukeshAmbani
ଗୁଜୁରାଟରେ ରିଲାଏନ୍ସର ନିବେଶ ବୃଦ୍ଧି ପାଇ ୭ ଲକ୍ଷ କୋଟି ହେବ: ମୁକେଶ ଅମ୍ବାନୀ

ଲକ୍ଷ୍ନୌ : ଦେଶର ସର୍ବବୃହତ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡର ମାଲିକ ମୁକେଶ ଅମ୍ବାନି ଉତ୍ତର ପ୍ରଦେଶରେ ୭୫ ହଜାର କୋଟି ଟଙ୍କା ନିବେଶ କରିବେ। ଏହି ନିବେଶ ଦ୍ୱାରା ପ୍ରାୟ ୧ ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି ହେବା ଆଶା କରାଯାଉଛି। ଲକ୍ଷ୍ନୌରେ ଆୟୋଜିତ ‘ଉତ୍ତର ପ୍ରଦେଶ ଗ୍ଲୋବାଲ ଇନଭେଷ୍ଟର୍ସ ସମ୍ମିଟ୍‍’ରେ ଏହି ଘୋଷଣା କରିଛନ୍ତି ମୁକେଶ ଅମ୍ବାନି। ସେ ଜୋର୍‍ ଦେଇ କହିଛନ୍ତି ଯେ ୫ ବର୍ଷ ମଧ୍ୟରେ ଉତ୍ତର ପ୍ରଦେଶ ଅର୍ଥନୀତି ୧ ଟ୍ରିଲିଅନ ଡଲାରରେ ପହଞ୍ଚିବ।

ରିଲାଏନ୍ସ ଉତ୍ତର ପ୍ରଦେଶରେ ୧୦ ଗିଗାୱାଟର ଅକ୍ଷୟ ଶକ୍ତି ଉତ୍ପାଦନ କ୍ଷମତା ସ୍ଥାପନ କରିବାକୁ ଯୋଜନା କରିଛି। ଏହା ଉତ୍ତର ପ୍ରଦେଶରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ଅକ୍ଷୟ ଶକ୍ତି ପରିଯୋଜନା ହେବ। କମ୍ପାନୀ ଉତ୍ତର ପ୍ରଦେଶରେ ବାୟୋଗ୍ୟାସ୍‍ ବ୍ୟବସାୟରେ ପ୍ରବେଶ କରିବା ସମ୍ପର୍କରେ ମଧ୍ୟ ଘୋଷଣା କରିଛି। ଏ ସମ୍ପର୍କରେ ପ୍ରକାଶ କରି ମୁକେଶ ଅମ୍ବାନି କହିଥିଲେ ଯେ ବାୟୋ ଗ୍ୟାସ୍‍ ଦ୍ୱାରା ପରିବେଶରେ ସୁଧାର ଆସିବ ଏବଂ ତାହାସହିତ କୃଷକମାନଙ୍କୁ ମଧ୍ୟ ବଡ ଲାଭ ମିଳିବ। “ଆମ କୃଷକମାନେ ଅନ୍ନଦାତା ତ ଅଟନ୍ତି, ଏବେ ସେମାନେ ଉର୍ଜାଦାତା ପାଲଟିବେ।”

ରାଜ୍ୟର ଗାଁ ଏବଂ ଛୋଟ ସହରଗୁଡିକରେ ଗୁଣାତ୍ମକ ଶିକ୍ଷା ଏବଂ ସ୍ୱାସ୍ଥ୍ୟସେବା ଯୋଗାଣ ପାଇଁ ରିଲାଏନ୍ସ ଜିଓ ପ୍ଲାଟଫର୍ମ ଜରିଆରେ ଦୁଇଟି ପାଇଲଟ ପ୍ରକଳ୍ପ ‘ଜିଓ ସ୍କୁଲ’ ଏବଂ ‘ଜିଓ-ଏଆଇ-ଡାକ୍ତର’ ସର୍ମ୍ପକରେ ମଧ୍ୟ ଘୋଷଣା କରିଛି। ଏହାସହିତ ଉତ୍ତର ପ୍ରଦେଶର କୃଷି ଏବଂ ଅଣକୃଷି ଉତ୍ପାଦ ସଂଗ୍ରହ ପରିମାଣ ବହୁଗୁଣ ବୃଦ୍ଧି କରିବାକୁ ମୁକେଶ ଅମ୍ବାନି ନିଜର ଉଦ୍ଦେଶ୍ୟ ସମ୍ପର୍କରେ ପ୍ରକାଶ କରିଛନ୍ତି। ଏହାଦ୍ୱାରା କୃଷକ, ସ୍ଥାନୀୟ କାରିଗର, ଶିଳ୍ପକାର ଏବଂ ଛୋଟ ଓ ମଧ୍ୟମ ଉଦ୍ୟୋଗଗୁଡିକୁ ଫାଇଦା ମିଳିବ। ମୁକେଶ ଅମ୍ବାନି ୨୦୨୩ ଶେଷ ସୁଦ୍ଧା ଉତ୍ତର ପ୍ରଦେଶର ସମସ୍ତ ସହରରେ ୫ଜି ସେବା ପ୍ରଚଳନ କରିବା ସମ୍ପର୍କରେ ପ୍ରକାଶ କରିଛନ୍ତି।

ଶ୍ରୀ ଅମ୍ବାନି କହିଥିଲେ ଯେ “ନୂଆ ଭାରତ ଗଠନ ନିମନ୍ତେ ଉତ୍ତର ପ୍ରଦେଶ ଆଶାର କେନ୍ଦ୍ର ପାଲଟିଯାଇଛି । ନଏଡାରୁ ଗୋରଖପୁର ପର୍ଯ୍ୟନ୍ତ ଜନସାଧାରଣଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଓ ଉତ୍ସାହ ଦେଖିବାକୁ ମିଳୁଛି । ଆମେ ସମସ୍ତେ ସମ୍ମିଳିତ ଭାବରେ ଭାରତର ସବୁଠାରୁ ଜନବହୁଳ ରାଜ୍ୟକୁ ଭାରତର ସବୁଠାରୁ ସମୃଦ୍ଧ ରାଜ୍ୟ ମଧ୍ୟରେ ଅନ୍ୟତମରେ ପରିଣତ କରିବା।”

Mukesh Ambani ମୁକେଶ ଅମ୍ବାନି ମୁକେଶ ଆମ୍ବାନୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭଗବତୀ ଚରଣ ପାଣିଗ୍ରାହୀଙ୍କ ଅମର ଲେଖନୀରୁ “ଆଧୁନିକ”ର ପ୍ରଥମ ସମ୍ପାଦକୀୟ

August 15, 2026

ଆଜିଠାରୁ ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଟେଷ୍ଟ: ଜାଣନ୍ତୁ ପ୍ଲେଇଂ ଏକାଦଶ ଏବଂ ପିଚ୍ ରିପୋର୍ଟ

August 15, 2026

ସ୍ୱାଧୀନତା ଦିବସରେ BSNLର ‘୧ ଟଙ୍କା ଫ୍ରିଡମ୍ ଅଫର୍’; ଦୈନିକ ୧ଜିବି ଡାଟା ଓ ଅସୀମିତ କଲ୍ ସୁବିଧା

August 15, 2026

ଟେଲିଭିଜନ ଚ୍ୟାନେଲ ପାଇଁ ୧୨ ମିନିଟର ବିଜ୍ଞାପନ ସମୟସୀମା ଉଚ୍ଛେଦ କଲେ ସରକାର

August 15, 2026
Latest News

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026

ଓଲଟିଲା ଅଟୋ; ୮ ଛାତ୍ରଛାତ୍ରୀଙ୍କ ସମେତ ଚାଳକ ଆହତ

August 15, 2026

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026

ଭଗବତୀ ଚରଣ ପାଣିଗ୍ରାହୀଙ୍କ ଅମର ଲେଖନୀରୁ “ଆଧୁନିକ”ର ପ୍ରଥମ ସମ୍ପାଦକୀୟ

August 15, 2026

ଆଜିଠାରୁ ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଟେଷ୍ଟ: ଜାଣନ୍ତୁ ପ୍ଲେଇଂ ଏକାଦଶ ଏବଂ ପିଚ୍ ରିପୋର୍ଟ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.