Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏଥର ମିଶନ ଶକ୍ତି ବିଭାଗ ପାଇଁ ୨,୫୫୪ କୋଟି ଟଙ୍କାର ବଜେଟ, କଣ ହେବ ??
ବିଶେଷ ଖବର

ଏଥର ମିଶନ ଶକ୍ତି ବିଭାଗ ପାଇଁ ୨,୫୫୪ କୋଟି ଟଙ୍କାର ବଜେଟ, କଣ ହେବ ??

March 6, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
Mission Shakti
ଏଥର ମିଶନ ଶକ୍ତି ବିଭାଗ ପାଇଁ ୨,୫୫୪ କୋଟି ଟଙ୍କାର ବଜେଟ, କଣ ହେବ ??

ଭୁବନେଶ୍ୱର: ମିଶନ ଶକ୍ତି ଆଜି ଓଡ଼ିଶାର ୭୦ ଲକ୍ଷରୁ ଅଧିକ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିଛି। ଏଥି ନିମନ୍ତେ ମହିଳାମାନଙ୍କୁ ୬ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀରେ ସଂଗଠିତ କରି ରୋଜଗାରଭିତ୍ତିକ କାର୍ଯ୍ୟକ୍ରମ ଏବଂ ବିଭିନ୍ନ ସରକାରୀ ଯୋଜନାରେ ସଂପୃକ୍ତ କରାଇ ସଶକ୍ତ କରାଯାଉଛି। ନିରନ୍ତର ଆର୍ଥିର୍କ ସହାୟତା, ଦକ୍ଷତା ବିକାଶ ତାଲିମ ଏବଂ ନୂତନ ଜୀବିକାର ରାହା ଦେଖାଇ ରାଜ୍ୟ ସରକାର ପ୍ରତ୍ୟେକ ମହିଳାଙ୍କ ମନରେ ଆତ୍ମବିଶ୍ୱାସ ଏବଂ ଗର୍ବର ଭାବନା ସୃଷ୍ଟି କରିଛନ୍ତି ବୋଲି ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ୍‌ କହିଛନ୍ତି।

ଆଜି ପୂର୍ବାହ୍ନରେ ଗୀତ ଗୋବିନ୍ଦ ସଦନଠାରେ ମିଶନ ଶକ୍ତି ବିଭାଗ ଦ୍ୱାରା ଆଗତ ୨୦୨୩-୨୪ ମସିହା ବଜେଟ ମୁଖ୍ୟାଂଶ ସଂପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀମତୀ ହେମ୍ବ୍ରମ୍‌ କହିଛନ୍ତି ଯେ ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷରେ ମିଶନ ଶକ୍ତି ବିଭାଗ ପାଇଁ ୨,୫୫୪ କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରିଛନ୍ତି, ଯାହା ଗତ ବର୍ଷର ବଜେଟ ତୁଳନାରେ ୨୭ ପ୍ରତିଶତ ଅଧିକ।

ଗତିଶୀଳତା ହେଉଛି ସଶକ୍ତିକରଣ ବୋଲି ଉଲ୍ଲେଖ କରି ମନ୍ତ୍ରୀ ଶ୍ରୀମତୀ ହେମ୍ବ୍ରମ୍‌ କହିଛନ୍ତି ଯେ ମିଶନ ଶକ୍ତି ସ୍କୁଟର ଯୋଜନାରେ କମୁ୍ୟନିଟି ସପୋର୍ଟ ଷ୍ଟାଫ୍‌ ଏବଂ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟାଙ୍କ ପାଇଁ ବୈଦୁ୍ୟତିକ ସ୍କୁଟର ନିମନ୍ତେ ସହାୟତା ଯୋଗାଇ ଦିଆଯିବ। ଏହି ଯୋଜନା ଅଧିନରେ ଇଲେକ୍‌ଟି୍ରକ୍‌ ସ୍କୁଟର କ୍ରୟ ପାଇଁ ଦିଆଯାଉଥିବା ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ଉପରେ ସଂପୂର୍ଣ୍ଣ ସୁଧ ରିହାତି ପ୍ରସ୍ତାବ ଦିଆଯାଇଛି। ଏଥି ପାଇଁ ୫୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ସେ ପ୍ରକାଶ କରିଛନ୍ତି।

ମନ୍ତ୍ରୀ ଶ୍ରୀମତୀ ହେମ୍ବ୍ରମ୍‌ ପୁଣି କହିଛନ୍ତି ଯେ ମିଶନ ଶକ୍ତି ବିଭାଗ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଉଦ୍ୟୋଗୀରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛି। ଏଥି ପାଇଁ ରାଜ୍ୟ ସରକାର ପ୍ରତ୍ୟେକ ଜିଲ୍ଲାରେ ଗୋଟିଏ ଲେଖାଏଁ ଇଣ୍ଡଷ୍ଟ୍ରିଆଲ୍‌ ପାର୍କ ପ୍ରତିଷ୍ଠା କରିବା ପାଇଁ ଅନୁମୋଦନ କରିଛନ୍ତି। ଇଣ୍ଡଷ୍ଟି୍ରଆଲ ପାର୍କ ପ୍ରତିଷ୍ଠା ପାଇଁ ୧୫୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ସେହିପରି ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ଉଦ୍ୟୋଗୀରେ ରୂପାନ୍ତରଣ କରିବା ଦିଗରେ ପ୍ରୋତ୍ସାହନ ଦେବା ପାଇଁ ରାଜ୍ୟ ସରକାର ବିନା ସୁଧରେ ମିଶନ ଶକ୍ତି ଋଣକୁ ୩ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।

ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ୧୦ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ଯୋଗାଇ ଦେବା ପାଇଁ ୨୨୦ କୋଟି ଟଙ୍କାର ସୁଧ ଫେରସ୍ତ ବ୍ୟବସ୍ଥା କରାଯାଇଛି। ମା’ମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ସୁଧରିହାତି ଫେରସ୍ତ କରାଯାଉଛି ବୋଲି ମନ୍ତ୍ରୀ ଶ୍ରୀମତୀ ହେମ୍ବ୍ରମ୍‌ କହିଛନ୍ତି।

ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟନ୍‌ କହିଛନ୍ତି ଯେ ସ୍ୱୟଂ ସହୟକ ଗୋଷ୍ଠୀମାନଙ୍କୁ ଉଦ୍ୟୋଗୀରେ ପରିଣତ କରିବା ପାଇଁ ତାଲିମ, ଜୀବନଜୀବିକା ଓ ଦକ୍ଷତା ବିକାଶ ଉପରେ ମିଶନ ଶକ୍ତି ବିଭାଗ ଦ୍ୱାରା ଗୁରୁତ୍ୱ ଦିଆଯାଉଛି। ବ୍ଲକ୍‌ ସ୍ତରରେ କୃଷି ପ୍ରକ୍ରିୟାକରଣ, ବିୟୁଟି, ଡିଜିଟାଲ ଓ ବିଜିନେସ୍‌ ମ୍ୟାନେଜ୍‌ମେଣ୍ଟ, ଫ୍ୟାସନ୍‌ ଡିଜାଇନିଂ, କାଫେ ଏବଂ ଖାଦ୍ୟ ପ୍ରସ୍ତୁତି ଇତ୍ୟାଦି ଉପରେ ତାଲିମ ପାଇଁ ୭୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।

ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ସାରା ରାଜ୍ୟରେ ୫୦୦ଟି ମିଶନ ଶକ୍ତି ବଜାର ପ୍ରତିଷ୍ଠା କରାଯିବ। ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ୧୦ ହଜାର କୋଟି ଟଙ୍କା ମୂଲ୍ୟର ସରକାରୀ ବ୍ୟବସାୟ ଯୋଗାଇବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏଥି ପାଇଁ ୩୭୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ଶ୍ରୀମତୀ କାର୍ତ୍ତିକେୟନ୍‌ କହିଛନ୍ତି।

ଶ୍ରୀମତୀ କାର୍ତ୍ତିକେୟନ୍‌ ସାମ୍ବାଦିକମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେବା ଅବସରରେ କହିଛନ୍ତି ଯେ ୩୦ ଗୋଟି ଜିଲ୍ଲାସ୍ତରୀୟ ମିଶନ ଶକ୍ତି ମହାସଂଘକୁ ୧ କୋଟି ଟଙ୍କା ଲେଖାଏଁ ଆବର୍ତ୍ତନ ପାଣ୍ଠି ପ୍ରଦାନ ବ୍ୟବସ୍ଥା କରାଯାଇଛି। ୩୩୮ ଗୋଟି ବ୍ଲକ୍‌ସ୍ତରୀୟ ମହାସଂଘକୁ ୫୦ ଲକ୍ଷ ଟଙ୍କା ଲେଖାଏଁ ଆବର୍ତ୍ତନ ପାଣ୍ଠି ପ୍ରଦାନ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ଜିଲ୍ଲା ଓ ବ୍ଲକ୍‌ସ୍ତରୀୟ ମହାସଂଘର ଦୈନନ୍ଦିନ କାର୍ଯ୍ୟ ପରିଚାଳନା ପାଇଁ ଆର୍ଥିକ ସହାୟତାର ବ୍ୟବସ୍ଥା କରାଯାଇଛି।

ଗ୍ରାମ ପଞ୍ଚାୟତ ସ୍ତରୀୟ ମହାସଂଘ କାର୍ଯ୍ୟାଳୟ ନିମନ୍ତେ ଭିତ୍ତିଭୂମିର ବ୍ୟବସ୍ଥା କରାଯାଇଛି। ବ୍ଲକ୍‌ ଓ ପଞ୍ଚାୟତ ସ୍ତରୀୟ ମହାସଂଘର କାର୍ଯ୍ୟନିର୍ବାହୀ କମିଟି ସଦସ୍ୟାଙ୍କ ପାଇଁ ବୈଠକ ଓ ଗସ୍ତ ଭତ୍ତାର ମଧ୍ୟ ବ୍ୟବସ୍ଥା କରାଯାଇଛି। ଏହି ସବୁ ବ୍ୟବସ୍ଥା ନିମନ୍ତେ ବାର୍ଷିକ ୨୬୬.୫୭ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ଶ୍ରୀମତୀ କାର୍ତ୍ତିିକେୟନ୍‌ ପ୍ରକାଶ କରିଛନ୍ତି।

ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ନିୟମିତ ବୈଠକ ଓ ତାଲିମ ସହିତ ସ୍ୱୟଂ ସହାୟକ ଗୋଷ୍ଠୀ ସାମ୍ରଗୀର ବିକି୍ର ବ୍ୟବସ୍ଥା ନିମନ୍ତେ ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ଏବଂ ୱାର୍ଡରେ ମିଶନ ଶକ୍ତି ଗୃହ ଏବଂ ବ୍ଲକ୍‌ ଓ ଜିଲ୍ଲାସ୍ତରରେ ମିଶନ ଶକ୍ତି ଭବନ ନିର୍ମାଣ କରାଯାଉଛି। ସେହିଭଳି ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ସ୍ତରୀୟ ସଂଘ ପାଇଁ କାର୍ଯ୍ୟାଳୟ ସହିତ ମାର୍କେଟ କମ୍ପ୍ଲେକ୍ସ ବ୍ୟବସ୍ଥା କରାଯାଇଛି। ଏଥି ନିମନ୍ତେ ୩୨୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ଶ୍ରୀମତୀ କାର୍ତ୍ତିକେୟନ୍‌ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମିଶନ ନିର୍ଦ୍ଦେଶାଳୟର କାର୍ଯ୍ୟନିର୍ବାହୀ ଡ. ଥିରୁମାଲା ନାୟକ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀଙ୍କ ସମେତ ମିଶନ ଶକ୍ତି ବିଭାଗର ବରିଷ୍ଠ ଅଧିକାରୀ, ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦେଇଥିଲେ।

Mission Shakti Mission Shakti Odisha ମିଶନ ଶକ୍ତି ସୁଜାତା କାର୍ତ୍ତିକେୟନ
Share. Facebook Twitter LinkedIn Email WhatsApp Copy Link

Related Posts

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026
Latest News

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.