Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ, ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର କଲେ ଶୁଭାରମ୍ଭ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ, ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର କଲେ ଶୁଭାରମ୍ଭ

March 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ, ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର କଲେ ଶୁଭାରମ୍ଭ

ଭୁଵନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରି ଛତ୍ରପୁର, ହିଞ୍ଜିଳି, ଓ କବି ସୂର୍ଯ୍ୟ ନଗର ଆଦି ସ୍ଥାନରେ ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଛତ୍ରପୁରରେ ୧୦୦୦ କୋଟି, ହିଂଜିଲିରେ ୫୯୦ କୋଟି ଓ କବିସୂର୍ଯ୍ୟ ନଗରରେ ୩୧୬ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ହୋଇଛି।

ଆଜି ମୁଖ୍ୟମନ୍ତ୍ରୀ ଗଞ୍ଜାମରେ ପ୍ରାୟ ୨୦ ହଜାର ଲୋକଙ୍କୁ ଗ୍ରାମ କଣ୍ଠ ଜମି ପଟ୍ଟା ପ୍ରଦାନ କରିଛନ୍ତି। ଛତ୍ରପୁର ରେ ୩୫୦୦ ପଟ୍ଟା, ହିଞ୍ଜିଲରେ ୪୫୦୦ ପଟ୍ଟା ଓ କବି ସୂର୍ଯ ନଗରରେ ୧୧ ହଜାରରୁ ଅଧିକ ପଟ୍ଟା ଦିଆ ଯାଇଥିଲା।

ଏହି ସବୁ ସ୍ଥାନରେ ଉପସ୍ଥିତ ଜନ ସାଧାରଣ ଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାକୁ ରଜ୍ୟର ଏକ ଆଗୁଆ ଜିଲ୍ଲା ବୋଲି ମତ ଦେବା ସହିତ ଏହାକୁ ଦେଶର ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଓ ୫ଟି ସ୍କୁଲ୍ ରୂପାନ୍ତର ରାଜ୍ୟ ସରକାରଙ୍କ ଦୁଇଟି ମାଇଲ ଷ୍ଟୋନ ସଫଳତା। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରେ ବର୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାର ୫୦ ହଜାର ଲୋକ ଚିକିତ୍ସା ସୁବିଧା ପାଇଛନ୍ତି ଓ ଏଥିପାଇଁ ରାଜ୍ୟ ସରକାର ୧୯୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି ବୋଲି ସେ କହିଥଲେ।

ସେହିପରି ୫ଟି ସ୍କୁଲ୍ ରୂପାନ୍ତର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାର ୬୩୦ ଟି ହାଇ ସ୍କୁଲ ମଧ୍ୟରୁ ବର୍ତମାନ ସୁଦ୍ଧା ୪୭୧ ଟି ସ୍କୁଲର ରୂପାନ୍ତର ସରିଛି ଓ ଆସନ୍ତା ଡିସେମ୍ବର ସୁଦ୍ଧା ଜିଲ୍ଳାର ସବୁ ସ୍କୁଲ୍ ରୂପାନ୍ତରିତ ହେବ ବୋଲି ସେ ପ୍ରତିଶୃତି ଦେଇଥିଲେ। ରାଜ୍ୟରେ କୃଷକ ମାନଙ୍କୁ ବିନା ସୁଧରେ ଏକ ଲକ୍ଷ ଟଙ୍କାର ଋଣ ଦିଆ ଯାଉଛି ବୋଲି ମଧ୍ୟ ସେ କହିଥିଲେ।

ମିଶନ ଶକ୍ତି ର ମା ମାନଙ୍କର ଉଚ୍ଚ ପ୍ରଶଂସା କରି ସେ କହିଥିଲେ ଯେ ମା ମାନେ ବହୁତ ଭଲ କାମ କରୁଛନ୍ତି ଏବଂ ରାଜ୍ୟ ସରକାର ସେମାନଙ୍କୁ ସବୁ ସହଯୋଗ ଯୋଗାଇ ଦେଉଛନ୍ତି। ମା ମାନେ ଉଦ୍ୟୋଗୀ ହୁଅନ୍ତୁ ବୋଲି ସେ ଚାହାନ୍ତି ବୋଲି ପ୍ରକାଶ କରି ରାଜ୍ୟର ଏସଏଚଜି ଗୁଡ଼ିକ ଏସଏମଇ ହେବା ପାଇଁ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି ବୋଲି କହିଥିଲେ। ମାମାନଙ୍କୁ ପାଞ୍ଚ ଲକ୍ଷ ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆ ଯାଉଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ଆଜି ଗଞ୍ଜାମରେ ମିଶନ ଶକ୍ତି ମା ମାନଙ୍କୁ ୬୧୪ କୋଟି ଟଙ୍କାର ଋଣ ଦେଇଥିଲେ। ଛତ୍ରପୁର ରେ ୧୮୦ କୋଟି, ହିଞ୍ଜିଲିରେ ୧୫୪ କୋଟି ଓ କବି ସୁର୍ୟ ନଗରରେ ୨୮୦ କୋଟି ଟଙ୍କାର ଋଣ ପ୍ରଦାନ କରାଯାଇଥିଲା। ମା ମାନଙ୍କର ଉନ୍ନତି ହେଲେ ଦେଶର ଉନ୍ନତି ହେବ ବୋଲି ମୁଖ୍ୟମନ୍ତ୍ରୀ କହଥିଲେ।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଗଞ୍ଜାମର ଆରାଧ୍ୟ ଦେବୀ ତାରା ତାରିଣୀଙ୍କୁ ସ୍ମରଣ କରି ବିଶିଷ୍ଟ ସାହିତ୍ୟ ସାଧକ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ, କବି ସୂର୍ଯ୍ୟ ବଳଦେବ ରଥ ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ସଂସାଦ ଚନ୍ଦ୍ରଶେଖର ସାହୁ, ସଂସାଦ ପ୍ରମିଳା ବିଶୋଇ, ଜିଲ୍ଲା ର ବିଧାୟକଗଣ ଓ ଜିଲା ପରିଷଦ ସଭାପତି ପ୍ରମୂଖ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ଘରୋଇ ବସ ଭଡା ବଢିଲା

May 15, 2026

ସ୍କର୍ପିଓ ଧକ୍କାରେ ଦୁଇ ମୃତ

May 15, 2026
Latest News

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026

ନିର୍ବାଚନ ପରେ ଇନ୍ଧନ ମୂଲ୍ୟ ବୃଦ୍ଧି ହେବା ନେଇ କେନ୍ଦ୍ରକୁ ନିଶାନା କଲେ ବିଜୟ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.