Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏଣିକି ଦୋକାନ ଏବଂ ବ୍ୟବସାୟ ପ୍ରତିଷ୍ଠାନ ନାମ ଫଳକ ଓଡିଆରେ ଲେଖିବାକୁ ବାଧ୍ୟ, ନଚେତ..
ବିଶେଷ ଖବର

ଏଣିକି ଦୋକାନ ଏବଂ ବ୍ୟବସାୟ ପ୍ରତିଷ୍ଠାନ ନାମ ଫଳକ ଓଡିଆରେ ଲେଖିବାକୁ ବାଧ୍ୟ, ନଚେତ..

April 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ୱର: ପୂର୍ବରୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାର ନାମଫଳକ ଲେଖିବା ବାଧ୍ୟତାମୂଳକ କରାଯାଇଥିଲା। ଏଥିନିମିତ୍ତ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ଦ୍ଵାରା ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଅଧିନିୟମ ୧୯୫୬ରେ ଆବଶ୍ୟକୀୟ ସଂଶୋଧନ କରାଯାଇଅଛି।

ଏଯାବତ ରାଜ୍ୟର ପୌରାଞ୍ଚଳରେ ମୋଟ ୫୨,୦୦୦ ପଞ୍ଜୀକୃତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ମଧ୍ୟରୁ ପ୍ରାୟତଃ ୪୭,୦୦୦ ପ୍ରତିଷ୍ଠାନରେ ଓଡ଼ିଆର ନାମ ଫଳକ ଲେଖା ଯାଇଅଛି। କିଛି ଖିଲାପକାରୀ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନମାନଙ୍କ ବିରୁଦ୍ଧରେ ମକଦ୍ଦମା ସହିତ ଜୋରିମାନା ମଧ୍ୟ କରାଯାଇଅଛି।

ଗତକାଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗଙ୍କ ଅଧ୍ୟକ୍ଷତାରେ ଆୟୁକ୍ତ ତଥା ସଚିବ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ, ଶ୍ରମ ଆୟୁକ୍ତ ଏବଂ ଜିଲ୍ଲା ଶ୍ରମ ଅଧିକାରୀମାନକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ପରିବର୍ତ୍ତିତ ଅଧିନିୟମର କଡାକଡ଼ି ଅନୁପାଳନ କରାଯିବା ପାଇଁ ନିଷ୍ପତ୍ତି କରାଗଲା।

ଶ୍ରମ ଆୟୁକ୍ତ ଓଡ଼ିଶାର ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଗୁଡ଼ିକରେ ଓଡ଼ିଆରେ ନାମଫଳକ ଲଗାଇବା ନିମନ୍ତେ ଜିଲ୍ଲା ଶ୍ରମ ଅଧିକାରୀ ଓ ପୌରାଞ୍ଚଳ କାର‌୍ୟ୍ୟନିର୍ବାହୀ ଅଧିକାରୀମାନଙ୍କୁ ଏହାର କଡାକଡି ନିରୀକ୍ଷଣ କରି ଆବଶ୍ୟକୀୟ କାର‌୍ୟ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।

ଚଳିତ ମାସଠାରୁ ଖିଲାପକାରୀଙ୍କୁ ୭ଦିନିଆ ନୋଟିସ ଦିଆଯିବ। ଏହାପରେ ମଧ୍ୟ ଯଦି ଅଧିନିୟମର ଅନୁପାଳନ ନହୁଏ, ତେବେ ଦୃଢ କାର‌୍ୟ୍ୟାନୁଷ୍ଠାନ ସହିତ ଜୋରିମାନା/ ଲାଇସେନ୍ସ ରଦ୍ଦ କରାଯିବ। ପ୍ରଥମଥର ଖିଲାପକାରୀଙ୍କୁ ୫୦୦୦ ଟଙ୍କା ଜୋରିମାନା ଏବଂ ଦ୍ୱିତୀୟଥର ଖିଲାପକାରୀଙ୍କୁ ୨୫୦୦୦ ଟଙ୍କା ତଣ୍ଡ ଗଣିବାକୁ ପଡ଼ିବ।

ଜିଲ୍ଲାସ୍ତରରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଶ୍ରମ ଅଧିକାରୀ, ପୌରାଞ୍ଚଳ କାର‌୍ୟ୍ୟନିର୍ବାହୀ ଅଧିକାରୀ ଓ ବଜାର ଦୋକାନ ଓ ବାଣିଜ୍ୟ ସଂଘ ସହିତ ପ୍ରତି ମାସରେ ଏକ ବୈଠକ କରି ଏହାର ସମୀକ୍ଷା କରିବା ସହିତ ବିବରଣୀ ଶ୍ରମ ଆୟୁକ୍ତ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗଙ୍କୁ ପ୍ରଦାନ କରିବା ନିମିତ୍ତ ନିର୍ଦ୍ଦେଶ ପ୍ରଦାନ କରାଯାଇଛି ।

ଓଡ଼ିଆ ଓଡ଼ିଆ ଭାଷା
Share. Facebook Twitter LinkedIn Email WhatsApp Copy Link

Related Posts

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026

ରାକ୍ଷୀରେ ମିଳିବ ସୁଭଦ୍ରା ଟଙ୍କା, ବକେୟା କିସ୍ତି ନେଇ ଆସିଲା ବଡ଼ ଅପଡେଟ୍‌

August 21, 2026
Latest News

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026

ରାକ୍ଷୀରେ ମିଳିବ ସୁଭଦ୍ରା ଟଙ୍କା, ବକେୟା କିସ୍ତି ନେଇ ଆସିଲା ବଡ଼ ଅପଡେଟ୍‌

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.