Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁନାଗଡ଼ ଓ ଜୟପୁର ସହରରେ ଭାରତର ସର୍ବବୃହତ୍ ଫ୍ୟାଶନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ଶୁଭାରମ୍ଭ
ଆଜିର ଖବର

ଜୁନାଗଡ଼ ଓ ଜୟପୁର ସହରରେ ଭାରତର ସର୍ବବୃହତ୍ ଫ୍ୟାଶନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ଶୁଭାରମ୍ଭ

April 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର କଳାହାଣ୍ଡି ଜିଲ୍ଲାର ଜୁନାଗଡ଼ ଓ କୋରାପୁଟ ଜିଲ୍ଲାର ଜୟପୁର ସହରରେ ନୂଆ ଷ୍ଟୋର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାଶନ କ୍ଷେତ୍ରକୁ ଲୋକାଭିମୁଖି କରି ଫ୍ୟାଶନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସହ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାଶନ ଶପିଂ ଡେଷ୍ଟିନେସନ ପାଲଟିଛି।

ଜୁନାଗଡ଼ ଓ ଜୟପୁର ସହରର ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର ଦ୍ୱୟରେ ମଡର୍ଣ୍ଣ ଲୁକ୍ ସହିତ ଉନ୍ନତ ପରିବେଶ ରହିଛି। ଏଥିସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାଶନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଉକ୍ତ ଷ୍ଟୋରକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ସ୍ଥାନୀୟ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡ୍‌ସ ୱିୟର ଏବଂ ଫ୍ୟାଶନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଚମତ୍କାର କିଣାକିଣି ଅନୁଭୂତି ସହିତ ଏହି ଷ୍ଟୋର ଦ୍ୱୟରେ ପାଇପାରିବେ।

ଜୁନାଗଡ଼ ସହରରେ ୭୦୦୦ ବର୍ଗଫୁଟ ଓ ଜୟପୁର ସହରରେ ୧୦୦୦୦ ବର୍ଗଫୁଟ ଅଂଚଳରେ ଖୋଲିଥିବା ନୂଆ ଷ୍ଟୋରଦ୍ୱୟ ଉଭୟ ଜୁନାଗଡ଼ ଓ ଜୟପୁର ସହରର ପ୍ରଥମ। ଏହି ଷ୍ଟୋର୍ ଦୁଇଟିରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାଶନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି। ୩୯୯୯ ଟଙ୍କାର ବଛାବଛା ସାମଗ୍ରୀ କିଣାକିଣି ସହିତ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଇପାରିବେ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ ଟଙ୍କା ମୂଲ୍ୟର କୁପନ ସଂପୂର୍ଣ୍ଣ ମାଗଣାରେ ପାଇପାରିବେ।

ତେଣୁ ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ଜୁନାଗଡ଼ ଓ ଜୟପୁର ସହରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

ଜୟପୁର ସହର ଜୁନାଗଡ ଟ୍ରେଣ୍ଡ୍‌ସ ଫ୍ୟାଶନ ଡେଷ୍ଟିନେସନ ଶୁଭାରମ୍ଭ
Share. Facebook Twitter LinkedIn Email WhatsApp Copy Link

Related Posts

ଅପରେସନ ସାଇବର କବଚ: ୩୬୫ ଅଭିଯୁକ୍ତ ଗିରଫ

March 12, 2026

ଆଇଜର କ୍ୟାମ୍ପସରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

March 12, 2026

Crude Oil: ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା ୧,୩୫,୩୩୫ ମେଟ୍ରିକ୍ ଟନ୍ ଅଶୋଧିତ ତେଲ

March 12, 2026

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026
Latest News

ଅପରେସନ ସାଇବର କବଚ: ୩୬୫ ଅଭିଯୁକ୍ତ ଗିରଫ

March 12, 2026

ଆଇଜର କ୍ୟାମ୍ପସରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

March 12, 2026

Crude Oil: ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା ୧,୩୫,୩୩୫ ମେଟ୍ରିକ୍ ଟନ୍ ଅଶୋଧିତ ତେଲ

March 12, 2026

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.