Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବ୍ୟବସାୟ»ଏଥର ଓଡ଼ିଶାର ରାଜ୍ୟ ଜିଏସ୍‌ଟି ଓ ସମନ୍ୱିତ ଜିଏସ୍‌ଟି ବାବଦକୁ ମିଳିଲା ୧୬୭୫ କୋଟି ଟଙ୍କା
ବ୍ୟବସାୟ

ଏଥର ଓଡ଼ିଶାର ରାଜ୍ୟ ଜିଏସ୍‌ଟି ଓ ସମନ୍ୱିତ ଜିଏସ୍‌ଟି ବାବଦକୁ ମିଳିଲା ୧୬୭୫ କୋଟି ଟଙ୍କା

June 1, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
GST
ଏଥର ଓଡ଼ିଶାର ରାଜ୍ୟ ଜିଏସ୍‌ଟି ଓ ସମନ୍ୱିତ ଜିଏସ୍‌ଟି ବାବଦକୁ ମିଳିଲା ୧୬୭୫ କୋଟି ଟଙ୍କା

ଭୁବନେଶ୍ୱର: ମୋଟ ଜିଏସ୍‌ଟି କ୍ଷେତ୍ରରେ ଓଡ଼ିଶା ଚଳିତ ବର୍ଷ ମେ’ ମାସରେ ୧୧.୧୭ ପ୍ରତିଶତ ଅଭିବୃଦ୍ଧି ହାସଲ କରିବା ସହ ୪୩୯୭.୭୩ କୋଟି ଟଙ୍କା ସଂଗ୍ରହ କରିଛି। ଗତବର୍ଷ ମେ’ ମାସରେ ଏହି ସଂଗ୍ରହ ପରିମାଣ ଥିଲା ୩୯୫୫.୭୫ କୋଟି ଟଙ୍କା।

ଚଳିତ ଆର୍ଥିକ ବର୍ଷର ମେ’ ମାସ ସୁଦ୍ଧା ସାମଗ୍ରିକ ଜିଏସ୍‌ଟି ସଂଗ୍ରହ ୯୪୩୩.୪୭ କୋଟି ଟଙ୍କା ହୋଇଥିବାବେଳେ ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଏହା ୮୮୬୫.୯୮ କୋଟି ଟଙ୍କା ଥିଲା।

ପୁନଶ୍ଚ, ରାଜ୍ୟ ଜିଏସ୍‌ଟି ଓ ସମନ୍ୱିତ ଜିଏସ୍‌ଟି ଫଇସଲା ବାବଦକୁ ୨୦୨୩ ମସିହା ମେ’ ମାସରେ ମିଳିଥିବା ଅର୍ଥରାଶିରେ ୩୦.୨୮ ପ୍ରତିଶତ ଅଭିବୃଦ୍ଧି ହେବା ସହ ଏ କ୍ଷେତ୍ରରେ ୧୬୭୫.୭୭ କୋଟି ଟଙ୍କା ସଂଗ୍ରହ କରାଯାଇଛି। ଗତ ବର୍ଷ ମେ’ ମାସରେ ଏହି ସଂଗ୍ରହ ପରିମାଣ ଥିଲା ୧୨୮୬.୨୯ କୋଟି ଟଙ୍କା।

୨୦୨୩-୨୪ ଆର୍ଥିକ ବର୍ଷର ମେ’ ମାସ ସୁଦ୍ଧା ରାଜ୍ୟ ଜିଏସ୍‌ଟି ଓ ସମନ୍ୱିତ ଜିଏସ୍‌ଟି ଫଇସଲା ବାବଦକୁ ରାଜ୍ୟ ପାଇଥିବା ସାମଗ୍ରିକ ଜିଏସ୍‌ଟି ସଂଗ୍ରହ ପରିମାଣ ୪୦୩୪.୯୪ କୋଟି ଟଙ୍କା ହୋଇଥିବା ବେଳେ ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଏହା ଥିଲା ୨୯୬୬.୨୯ କୋଟି ଟଙ୍କା। ଫଳରେ ଏ କ୍ଷେତ୍ରରେ ଅଭିବୃଦ୍ଧି ହାର ରହିଛି ୩୬.୦୩ ପ୍ରତିଶତ।

ରାଜ୍ୟ ବାଣିଜ୍ୟକର ଏବଂ ଜିଏସ୍‌ଟି ବିଭାଗ ଆଦାୟ କରୁଥିବା ସମସ୍ତ ଟିକସ ଯଥା: ଜିଏସ୍‌ଟି, ଭାଟ, ପ୍ରବେଶ ଶୁଳ୍କ, ବୃତ୍ତିଗତ କର ଅଧୀନରେ ଚଳିତ ବର୍ଷ ମେ’ ମାସରେ ମୋଟ ୨୭୧୧.୦୪ କୋଟି ଟଙ୍କା ସଂଗ୍ରହ କରାଯାଇଥିବାବେଳେ ଗତ ବର୍ଷ ମେ’ ମାସରେ ଏହି ସଂଗ୍ରହ ପରିମାଣ ଥିଲା ୨୩୧୧.୭୮ କୋଟି ଟଙ୍କା। ଫଳରେ ଏ କ୍ଷେତ୍ରରେ ଅଭିବୃଦ୍ଧି ହାର ରହିଛି ୧୭.୨୭ ପ୍ରତିଶତ।

ଚଳିତ ବର୍ଷ ମେ’ ମାସରେ ୨୦.୪୦ ଲକ୍ଷ ଇ-ୱେବିଲ୍‌ ନିର୍ଗମନ କରାଯାଇଥିବାବେଳେ ୨୦୨୨ ମସିହା ମେ’ ମାସରେ ୧୭.୨୬ ଲକ୍ଷ ସଂଖ୍ୟକ ଇ-ୱେବିଲ୍‌ ନିର୍ଗମନ କରାଯାଇ ଥିଲା। ଏ କ୍ଷେତ୍ରରେ ୧୮.୧୯ ପ୍ରତିଶତ ହୋଇଛି।

gst ଓଡିଶାରୁ ଜିଏସଟି ଆଦାୟ ଜିଏସଟି
Share. Facebook Twitter LinkedIn Email WhatsApp Copy Link

Related Posts

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026

ବେଆଇନ ଗଞ୍ଜେଇ ଚାଲାଣ ବେଳେ ଚଢ଼ାଉ: ଦୁଇ କାର୍ ସହ ୬୮ କେଜି ଗଞ୍ଜେଇ ଜବତ

August 26, 2026

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026
Latest News

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ପୋହା ଏବଂ ଉପମା

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.