Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବ୍ୟବସାୟ»Odisha Budget 2026: ବଜେଟ ପ୍ରସ୍ତୁତି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ନେଲେ ମୁଖ୍ୟମନ୍ତ୍ରୀ
ବ୍ୟବସାୟ

Odisha Budget 2026: ବଜେଟ ପ୍ରସ୍ତୁତି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ନେଲେ ମୁଖ୍ୟମନ୍ତ୍ରୀ

February 5, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
Odisha Budget 2026
Odisha Budget 2026: ବଜେଟ ପ୍ରସ୍ତୁତି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ନେଲେ ମୁଖ୍ୟମନ୍ତ୍ରୀ

Odisha Budget 2026: ଆମ ସରକାର ହେଉଛି ଲୋକଙ୍କ ସରକାର । ଆମ ପାଇଁ ଲୋକଙ୍କ ସ୍ୱର ହେଉଛି ଭଗବାନଙ୍କ ସ୍ୱର । ତେଣୁ ସରକାରଙ୍କ ବଜେଟ ପ୍ରସ୍ତୁତ ପ୍ରକ୍ରିୟା ଏବେ ସଚିବାଳୟରୁ ବାହାରି ଲୋକଙ୍କ ପାଖକୁ ଯାଇଛି। ଜନସାଧାରଣଙ୍କ ଠାରୁ ସେମାନଙ୍କ ବହୁମୂଲ୍ୟ ମତାମତ ଆହ୍ୱାନ କରି ଅନୁଧ୍ୟାନ ଓ ତର୍ଜମା ପରେ ବଜେଟରେ ସ୍ଥାନୀତ କରାଯାଉଛି । ଏହା ସବୁ ଦୃଷ୍ଟିରୁ ଲୋକଙ୍କ ବଜେଟ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପ୍ରାକ୍‌ ବଜେଟ ପରାମର୍ଶ ସଭା ଅବସରରେ କହିଛନ୍ତି ।

ଲୋକସେବା ଭବନ କନ୍‌ଭେନସନ୍ ହଲ ଠାରେ ଆୟୋଜିତ ପ୍ରାକ୍ ବଜେଟ ପରାମର୍ଶ ସଭା ବୈଠକରେ ମୁଖ୍ୟମନ୍ତ୍ରୀ ବିଶେଷଜ୍ଞ, ନାଗରିକ ସମାଜ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିମାନଙ୍କ ସହିତ ପ୍ରାକ୍‌ ବଜେଟ ପରାମର୍ଶ ଆଲୋଚନା କରିଛନ୍ତି।

ନିକଟରେ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଜନମତରୁ ସଂଗ୍ରହ କରାଯାଇଥିଲା । ଆହୁରି ମଧ୍ୟ ଆଗକୁ କାର୍ଯ୍ୟକାରୀ ହେବାକୁ ଥିବା ଶ୍ରୀ ଜଗନ୍ନାଥ ଦର୍ଶନ କାର୍ଯ୍ୟକ୍ରମ, କଟକ-ଭୁବନେଶ୍ୱର-ପାରାଦୀପ-ପୁରୀ ଅର୍ଥନୈତିକ କରିଡର ପରିକଳ୍ପନା ଜନମତରୁ ଆସିଛି । ଜନମତ ଆଧାରରେ ନୀତି, ଯୋଜନା କାର୍ଯ୍ୟକ୍ରମରେ ମଧ୍ୟ ଆବଶ୍ୟକୀୟ ପରିବର୍ତ୍ତନ କରାଯାଉଛି । ତେଣୁ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ, ଯୋଜନା, ଘୋଷଣାକୁ ନେଇ ସମସ୍ତଙ୍କଠୁ ସୁଚିନ୍ତିତ ମତାମତ ଓ ପରାମର୍ଶ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଥିଲେ ।

ସେ ଆହୁରି କହିଥିଲେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ଓଡ଼ିଶାରେ ବ୍ୟାପକ ଶିଳ୍ପାୟନ, ରୋଜଗାର ସୃଷ୍ଟି ଓ ଆର୍ଥିକ ଅଭିବୃଦ୍ଧିକୁ ପ୍ରୋତ୍ସାହନ ମିଳିଛି । କେନ୍ଦ୍ର ସରକାରଙ୍କ ଲୋକାଭିମୁଖୀ ପଦକ୍ଷେପ ଓ ରାଜ୍ୟସରକାରଙ୍କ ମହିଳା ଓ କୃଷକମାନଙ୍କ ଲାଗି ନିଆଯାଉଥିବା ପଦକ୍ଷେପ ରାଜ୍ୟର ଗ୍ରାମୀଣ ଅର୍ଥନୀତିକୁ ଚଳଚଞ୍ଚଳ କରିଛି । ୨୦୨୬-୨୭ ରେ ମଧ୍ୟ କେନ୍ଦ୍ର ବଜେଟରେ ମଧ୍ୟ ଓଡ଼ିଶା ପାଇଁ ଅନେକ ପଦକ୍ଷେପ ଘୋଷଣା କରାଯାଇଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଆଜି ଓଡ଼ିଶାକୁ ଦେଶରେ ପ୍ରାଥମିକତା ମିଳୁଛି ।

୨୦୨୬-୨୭ ବଜେଟ ପ୍ରସ୍ତୁତି ପାଇଁ ୱେବ୍‌ ପୋର୍ଟାଲ, ଇ-ମେଲ, ଏସ୍.ଏମ୍.ଏସ୍., ୱାଟସଅପ୍ ଜରିଆରେ ବହୁ ସଂଖ୍ୟାରେ ସୁଚିନ୍ତିତ ମତାମତ ଆସିବାରେ ଲାଗିଛି । ଲୋକଙ୍କ ସରକାରରେ ଲୋକଙ୍କ ମତାମତକୁ ଗୁରୁତ୍ୱ ଦିଆଯିବ ଏବଂ ଲୋକଙ୍କ ଆବଶ୍ୟକତା ଅନୁଯାୟୀ ଯୋଜନା ପ୍ରସ୍ତୁତ କରାଯିବ ।

ଆଜି ଏହି ବୈଠକରୁ ଯେଉଁ ସବୁ ସୁଚିନ୍ତିତ ପରାମର୍ଶ ମିଳିଛି, ବିଭାଗ ତାକୁ ରେକର୍ଡ କରି ବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ପୂର୍ବତନ ଅର୍ଥମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ଘଡ଼େଇ, ଶ୍ରୀ ନିରଞ୍ଜନ ପୂଜାରୀ, ପୂର୍ବତନ ଅର୍ଥ ସଚିବ ଶ୍ରୀ ଅର୍ଦ୍ଧେନ୍ଦୁ ଷଡ଼ଙ୍ଗୀ, ଏ.କେ. ତ୍ରିପାଠୀ, ଆର,ଏନ୍. ସେନାପତି, ଓଡ଼ିଶା ବ୍ୟବସାୟୀ ମହାସଂଘ, ଓଡ଼ିଶା ଯୁବ ଉଦ୍ୟୋଗୀ ସଂଘ, NGO ସଦସ୍ୟ, ଫିନ୍‌ଟେକ୍‌ର ସିଇଓ, ବିଭିନ୍ନ କ୍ଷେତ୍ରର ସମାଜସେବୀ, CREDAI ର Vice President, ବରିଷ୍ଠ ରାଜନେତା ସାରଦା ଶତପଥୀ, ସଜ୍ଜନ ଶର୍ମା, ମନୋଜ ମହାପାତ୍ରଙ୍କ ସମେତ ବିଭିନ୍ନ କ୍ଷେତ୍ରର ପ୍ରାୟ ୫୦ରୁ ଉର୍ଦ୍ଧ୍ୱ ବିଶିଷ୍ଟ ବ୍ୟକ୍ତି ଏହି ବୈଠକରେ ଅଂଶଗ୍ରହଣ କରିଥିଲେ ।

ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ଶ୍ରୀ ଡି.କେ. ସିଂହ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଅର୍ଥ ସଚିବ ଶ୍ରୀ ସଞ୍ଜିବ କୁମାର ମିଶ୍ର ଏବଂ ଅର୍ଥ ବିଭାଗର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Mohan Majhi Odisha Budget Odisha Budget 2026 ଅନୁଗର୍ଗ ବଜେଟ ପ୍ରସ୍ତୁତି ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

ସାରା ରାଜ୍ୟରେ ପାଳନ ହେବ ଓଡ଼ିଆ ପକ୍ଷ, ବସିଲା ପ୍ରସ୍ତୁତି ବୈଠକ, ଜାଣନ୍ତୁ ଏଥିରେ କଣ ହେବ

February 5, 2026

ଉଦ୍‌ଘାଟିତ ହେଲା ୫୭ଟି ନୂଆ ସବ୍‌-ରେଜିଷ୍ଟ୍ରେସନ୍ ଅଫିସ୍, ଆମ ସାଥୀ WhatsApp Bot ବ୍ୟବସ୍ଥା

February 5, 2026
Latest News

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରେ କୃଷି କ୍ଷେତ୍ରକୁ ନେଇ କୌଣସି ସାଲିସ୍‌ ହୋଇନାହିଁ: କେନ୍ଦ୍ର ମନ୍ତ୍ରୀ

February 5, 2026

Odisha Budget 2026: ବଜେଟ ପ୍ରସ୍ତୁତି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ନେଲେ ମୁଖ୍ୟମନ୍ତ୍ରୀ

February 5, 2026

ସାରା ରାଜ୍ୟରେ ପାଳନ ହେବ ଓଡ଼ିଆ ପକ୍ଷ, ବସିଲା ପ୍ରସ୍ତୁତି ବୈଠକ, ଜାଣନ୍ତୁ ଏଥିରେ କଣ ହେବ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.