Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ସ୍ୱଳ୍ପ ଓ ମଧ୍ୟମ ବର୍ଣ୍ଣାନ୍ଧ ନାଗରିକମାନେ ପାଇପାରିବେ ଡ୍ରାଇଭିଂ ଲାଇସେନ୍ସ
ଆଜିର ଖବର

ଏଣିକି ସ୍ୱଳ୍ପ ଓ ମଧ୍ୟମ ବର୍ଣ୍ଣାନ୍ଧ ନାଗରିକମାନେ ପାଇପାରିବେ ଡ୍ରାଇଭିଂ ଲାଇସେନ୍ସ

June 26, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଏଣିକି ସ୍ୱଳ୍ପ ଓ ମଧ୍ୟମ ବର୍ଣ୍ଣାନ୍ଧ ନାଗରିକମାନେ ପାଇପାରିବେ ଡ୍ରାଇଭିଂ ଲାଇସେନ୍ସ, ପରିବହନ ବିଭାଗର ନିଷ୍ପତି

ନୂଆଦିଲ୍ଲୀ, କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ କେନ୍ଦ୍ରୀୟ ମୋଟର ଯାନ ଆଇନ 1989ର ଫର୍ମ-1 ଓ ଫର୍ମ-1 ‘ଏ’ରେ ସଂଶୋଧନ କରାଯାଇଛି । ଏହି ମର୍ମରେ ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ ଯେଉଁ ନାଗରିକମାନେ ସ୍ୱଳ୍ପ ବା ମଧ୍ୟମ ବର୍ଣ୍ଣାନ୍ଧ (ରଙ୍ଗ ଚିହ୍ନିବାରେ ଅସୁବିଧାର ସମ୍ମୁଖୀନ) ସେମାନେ ଏବେ ଡ୍ରାଇଭିଂ ଲାଇସେନ୍‌ସ ପାଇପାରିବେ । ଜିଏସ୍‌ଆର 401 (ଇ) ଦିନାଙ୍କ 24 ଜୁନ୍‌ 2020ରେ ପ୍ରକାଶିତ ଏହି ବିଜ୍ଞପ୍ତିଟି ଏକ ସାମାଜିକ ଓ ସୁବିଧା ପ୍ରଦାନକାରୀ ନିୟମ ।

ମନ୍ତ୍ରଣାଳୟ ପକ୍ଷରୁ ଦିବ୍ୟାଙ୍ଗ ନାଗରିକମାନଙ୍କୁ ସମର୍ଥ କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ତଦନୁସାରେ ସେମାନେ ପରିବହନ ଜନିତ ସୁବିଧା, ବିଶେଷକରି ଡ୍ରାଇଭିଂ ଲାଇସେନ୍ସ ପାଉଛନ୍ତି । ଏ କ୍ଷେତ୍ରରେ ଠିକ୍‌ଭାବରେ ବର୍ଣ୍ଣ ବା ରଙ୍ଗ  ଚିହ୍ନିପାରୁନଥିବା ଲୋକମାନଙ୍କୁ ଡ୍ରାଇଭିଂ ଲାଇସେନ୍‌ସ ଦେବା କ୍ଷେତ୍ରରେ ଯେଉଁ କଟକଣା ରହିଛି ତାହାକୁ ଉଠାଇ ଦେବାକୁ ପୂର୍ବରୁ ପରାମର୍ଶ ଜାରି କରାଯାଇଥିଲା ଏବଂ ଏବେ ତାହା କାର୍ଯ୍ୟକାରୀ ହୋଇଛି ।

ମନ୍ତ୍ରଣାଳୟ ଏହି ମର୍ମରେ ପୂର୍ବରୁ ବର୍ଣ୍ଣାନ୍ଧ ନାଗରିକମାନଙ୍କଠାରୁ ଅନେକ ଆବେଦନପତ୍ର ପାଇଥିଲା । ଡ୍ରାଇଭିଂ ଲାଇସେନ୍‌ସ ପାଇଁ ଉଦ୍ଦିଷ୍ଟ ଶାରୀରିକ ଯୋଗ୍ୟତା ଫର୍ମ-1 ଓ ମେଡିକାଲ ସାର୍ଟିଫିକେଟ ଫର୍ମ-1 ‘ଏ’ରେ ଥିବା ନିୟମ ବର୍ଣ୍ଣାନ୍ଧମାନଙ୍କୁ ଲାଇସେନ୍‌ସ ଦେବା କ୍ଷେତ୍ରରେ ପ୍ରତିବନ୍ଧକ ସାଜି ଥିବାରୁ ତାହାକୁ ଉଠାଇ ଦେବାକୁ ଏହି ଆବେଦନପତ୍ରରେ ଅନୁରୋଧ କରାଯାଇଥିଲା ।

ଏହି ପ୍ରସଙ୍ଗକୁ ପ୍ରଥମେ ସ୍ୱାସ୍ଥ୍ୟଗତ ବିଶେଷଜ୍ଞ ପ୍ରତିଷ୍ଠାନ (ଏମ୍‌ଇଆଇ)ରେ ଉତ୍‌ଥାପିତ କରାଯାଇ ମତାମତ ମଗାଯାଇଥିଲା । ସ୍ୱଳ୍ପ ଓ ବର୍ଣ୍ଣାନ୍ଧମାନଙ୍କୁ ଡ୍ରାଇଭିଂ ଲାଇସେନ୍‌ସ ଦେବାକୁ ଏମ୍‌ଇଆଇ ସୁପାରିସ କରିଥିଲା । ତେବେ ମାତ୍ରାଧିକ ବର୍ଣ୍ଣାନ୍ଧମାନଙ୍କୁ ଡ୍ରାଇଭିଂ ଲାଇସେନ୍‌ସ ନ ଦେବାକୁ ଏଥିରେ ବାରଣ କରାଯାଇଥିଲା । ବିଶ୍ୱର ଅନ୍ୟାନ୍ୟ ଦେଶରେ ସ୍ୱଳ୍ପ ଓ ମଧ୍ୟମ ବର୍ଣ୍ଣାନ୍ଧମାନଙ୍କୁ ଡ୍ରାଇଭିଂ ଲାଇସେନ୍‌ସ ଦେବାର ବ୍ୟବସ୍ଥା ରହିଛି । ଏହି ସୁପାରିସ ଆଧାରରେ ଏକ ଚିଠା ବିଜ୍ଞପ୍ତି ପ୍ରକାଶ କରାଯାଇ ମତାମତ ଲୋଡ଼ାଯାଇଛି ।

driving licence
Share. Facebook Twitter LinkedIn Email WhatsApp Copy Link

Related Posts

ପିଏମ୍-କିସାନ୍‍ର ୨୧ତମ କିସ୍ତି ଜାରି, କେନ୍ଦ୍ର କୃଷିମନ୍ତ୍ରୀଙ୍କ ପକ୍ଷରୁ ଚାଷୀଙ୍କୁ ୫୪୦ କୋଟିର ସହାୟତା

September 26, 2025

ଦୋଷୀ ସାବ୍ୟସ୍ତ ହେଲେ ସୂର୍ଯ୍ୟକୁମାର ଯାଦବ, କାର୍ଯ୍ୟାନୁଷ୍ଠାନ ନେଲା ICC

September 26, 2025

ସୋଆ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ କ୍ୟାମ୍ପସ – ୨ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

September 26, 2025

କୋଲକାତାରେ ଦୁର୍ଗା ପୂଜା ମଣ୍ଡପକୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 26, 2025
Latest News

ବିଜେପି ସେବାପକ୍ଷ ଉପଲକ୍ଷେ ବାଣପୁରରେ ରକ୍ତଦାନ ଶିବିର

September 26, 2025

ପିଏମ୍-କିସାନ୍‍ର ୨୧ତମ କିସ୍ତି ଜାରି, କେନ୍ଦ୍ର କୃଷିମନ୍ତ୍ରୀଙ୍କ ପକ୍ଷରୁ ଚାଷୀଙ୍କୁ ୫୪୦ କୋଟିର ସହାୟତା

September 26, 2025

ଦୋଷୀ ସାବ୍ୟସ୍ତ ହେଲେ ସୂର୍ଯ୍ୟକୁମାର ଯାଦବ, କାର୍ଯ୍ୟାନୁଷ୍ଠାନ ନେଲା ICC

September 26, 2025

ସୋଆ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ କ୍ୟାମ୍ପସ – ୨ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

September 26, 2025

କୋଲକାତାରେ ଦୁର୍ଗା ପୂଜା ମଣ୍ଡପକୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 26, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.