Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସିଙ୍ଗିଲ୍ ୱିଣ୍ଡୋ କମିଟି ବୈଠକରେ ୪ ଟି ନୂଆ ପ୍ରକଳ୍ପ ଅନୁମୋଦିତ, ୨୧୭୨.୯୨ କୋଟି ଟଙ୍କାର ପୁଞ୍ଜି ନିବେଶ
ଜାତୀୟ ଖବର

ସିଙ୍ଗିଲ୍ ୱିଣ୍ଡୋ କମିଟି ବୈଠକରେ ୪ ଟି ନୂଆ ପ୍ରକଳ୍ପ ଅନୁମୋଦିତ, ୨୧୭୨.୯୨ କୋଟି ଟଙ୍କାର ପୁଞ୍ଜି ନିବେଶ

July 24, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
Four Proposals envisaging investment of Rs.2172.92 cr received nod of SLSWCA. These projects will create employment opportunity for 1122 persons Chief Secretary directed the departments to facilitate for early grounding of the projects.

ଭୁବନେଶ୍ୱର, କୋଭିଡ୍ ପ୍ରଭାବିତ ବିଶ୍ୱ ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ଓଡ଼ିଶା ସରକାର ରାଜ୍ୟ ପାଇଁ ନୂତନ ପୁଞ୍ଜିନିବେଶ ପ୍ରସ୍ତାବ ଆକର୍ଷିତ  କରିପାରିଛନ୍ତି। ଆଜି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ସିଙ୍ଗିଲ୍ ୱିଣ୍ଡୋ କମିଟି  ବୈଠକରେ ୪ ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ  ନୀତିଗତ ଅନୁମୋଦନ ଦିଆଯାଇଛି। ଅନୁମୋଦିତ ଏହି ୪ ଟି  ପ୍ରକଳ୍ପ ମାଧ୍ୟମରେ ସମୁଦାୟ ୨୧୭୨.୯୨ କୋଟି ଟଙ୍କା ବିନିଯୋଗ ହେବା ସହ ୧୧୨୨ ବ୍ୟକ୍ତିଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ଡ଼ିଜିଟାଲ ମୋଡ୍ ରେ ଅନୁଷ୍ଠିତ ଏହି ବୈଠକରେ  ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ  ଶ୍ରୀ  ହେମନ୍ତ କୁମାର ଶର୍ମା ପ୍ରକଳ୍ପ ଗୁଡିକର  ବୈୟେିକ, ଆର୍ଥିକ ଏବଂ ଭିତ୍ତିଭୂମି ସଂପର୍କିତ ବିଷୟ ଆଲୋଚନା ପାଇଁ  ଉପସ୍ଥାପନ  କରିଥିଲେ।

ପ୍ରକଳ୍ପ ଗୁଡିକୁ  ଅନୁମୋଦନ  ଦେଇ ସେଗୁଡିକର ଆଶୁ କ୍ଷେତ୍ରାନ୍ୱୟନ ଉପରେ ମୁଖ୍ୟ ଶାସନ ସଚିବ ତ୍ରିପାଠୀ  ଗୁରୁତ୍ୱଆରୋପ  କରିଥିଲେ। ଏଥି ପାଇଁ  ସମସ୍ତ ପ୍ରକାର  ସହଯୋଗ  ଯୋଗାଇ ଦେବା ପାଇଁ ମୁଖ୍ୟ ଶାସନ ସଚିବ ସଂପୃକ୍ତ  ବିଭାଗମାନଙ୍କୁ  ନିର୍ଦ୍ଦେଶ ଦେଇଥିଲେ। ବିଭିନ୍ନ ଶିଳ୍ପ ଏବଂ କଂପାନୀ ମାନଙ୍କ  ଦ୍ୱାରା ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବାର ସମସ୍ତ  ନିୟମର ଅନୁପାଳନ ନିଶ୍ଚିତ କରାଇବାକୁ ଉନ୍ନୟନ କମିଶନର  ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ।

ଉନ୍ନୟନ  କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ଼ଃ ମୋନା ଶର୍ମା, ଶିଳ୍ପ ଓ ଖଣି  ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ  ଶ୍ରୀ ରାଜ କୁମାର ଶର୍ମା,  ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ପ୍ରମୁଖ ଶାସନ ସଚିବ  ଶ୍ରୀ ବିଷ୍ଣୁପଦ ସେଠୀ, ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା, କୌଶଳ ବିକାଶ ଓ ବୈଷୟିକ  ଶିକ୍ଷା ସଚିବ ତଥା ଇଡ଼କୋର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ସଂଜୟ କୁମାର ସିଂ, ଇପିକଲ୍ ର ସି.ଏମ୍.ଡି. ଶ୍ରୀ ନିତୀନ୍ ଭାନୁଦାସ ଜାଓ୍ୱାଲେଙ୍କ ସମେତ ସଂପୃକ୍ତ  ବିଭାଗର  ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ  ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Sl.No Company Name Project Details Investment amount (in Cr.) Employment Potential
1 Rungta Mines Limited 34 MTPA Beneficiation Plant in  Sundargarh district 975 290
2 Rungta Mines Limited 20 MTPA underground Slurry Pipe line 951 72
3 Shyam Metalics and Energy Limited Expansion of  Pellet plant from 0.3 MTPA to 1.2 MTPA in Sambalpur district 76.92 610
4 Wellman Steels Gangeya Supply Agency Private Limited 1.8 MTPA Beneficiation Plant and 1.2 MTPA Pellet Plant in Mayurbhanj district 170 150
Total 2172.92 1122

Odisha Chief Secretary Rungta Mines Limited
Share. Facebook Twitter LinkedIn Email WhatsApp Copy Link

Related Posts

ସେଚେଲ୍ସ ରାଷ୍ଟ୍ରପତିଙ୍କୁ ପ୍ରଧାନମନ୍ତ୍ରୀଙ୍କ ମୁରାଦାବାଦୀ ପିତ୍ତଳ କଇଁଛ ଉପହାର

June 30, 2026

ଗୋନ୍ଦିଆ ଜଙ୍କସନ ଏବଂ ପୁରୀ ମଧ୍ୟରେ ରଥଯାତ୍ରା ସ୍ପେଶାଲ ଟ୍ରେନ୍ ଚଳାଚଳ

June 30, 2026

ଆସନ୍ତାକାଲିଠାରୁ ବଦଳିବ ଏହି ପାଞ୍ଚଟି ନିୟମ: ଲୋକଙ୍କ ପକେଟକୁ କରିବ ପ୍ରଭାବିତ

June 30, 2026

ICC Ranking: ଟି-୨୦ ରେ ଏହି ଭାରତୀୟ ଖେଳାଳି ନମ୍ବର-୧, ଜାଣନ୍ତୁ ତାଲିକା

June 30, 2026
Latest News

ଆଜି ଜୁଲାଇ ୧ ତାରିଖ ବୁଧବାର ଦିନ ଏହି ରାଶିର ବ୍ୟକ୍ତିମାନେ ପାଇବେ ଶୁଭ ଖବର

July 1, 2026

ପୁରୀ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଜୋରଦାର; ୨୩ OAS ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

June 30, 2026

ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ

June 30, 2026

କାଲିଠୁ କଳା ବ୍ୟାଜ ପିନ୍ଧିବେ ଏସସିବି ଡାକ୍ତର

June 30, 2026

ରେଳ ସୁରକ୍ଷା ଓ ନିରାପତ୍ତାକୁ ଆହୁରି ସୁଦୃଢ଼ କଲା ପୂର୍ବତଟ ରେଳପଥ

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.