Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭାରତରେ ମୋବାଇଲ ଉତ୍ପାଦନ ପାଇଁ ସାମସଙ୍ଗ୍ ପରି 22 ଟି ବିଦେଶୀ କଂପାନୀ କରିଛନ୍ତି ଆବେଦନ
ଜାତୀୟ ଖବର

ଭାରତରେ ମୋବାଇଲ ଉତ୍ପାଦନ ପାଇଁ ସାମସଙ୍ଗ୍ ପରି 22 ଟି ବିଦେଶୀ କଂପାନୀ କରିଛନ୍ତି ଆବେଦନ

August 1, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link
PLI Scheme shall extend an incentive of 4% to 6% on incremental sales of goods manufactured in India to eligible companies, for a period of five years subsequent to the base year (FY2019-20)," said Union Minister @rsprasad at

ନୂଆଦିଲ୍ଲୀ, ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା (ପିଏଲଆଇ) ଯୋଗୁଁ ମୋବାଇଲ ଓ ଇଲେକ୍ଟ୍ରୋନିକ୍ସ ଯନ୍ତ୍ରାଂଶ ନିର୍ମାଣକାରୀ ସଂସ୍ଥାଗୁଡିକୁ ବିରାଟ ସଫଳତା ହାସଲ ହେବ। ଏହା କହିଛନ୍ତି କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ଆଇଟି, ଦୂରସଞ୍ଚାର ତଥା ଆଇନ ଓ ନ୍ୟାୟ ମନ୍ତ୍ରୀ ରବି ଶଙ୍କର ପ୍ରସାଦ।

ବୃହତ ସ୍ତରରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ ପାଇଁ ପିଏଲଆଇ ଗତ ଏପ୍ରିଲ ପହିଲା ଦିନ ବିଜ୍ଞପିତ ହୋଇଥିଲା। ବିକ୍ରି ବୃଦ୍ଧି ଅନୁସାରେ ପିଏଲଆଇ ଯୋଜନା ଶତକଡା 4 ରୁ 6 ଭାଗ ପର୍ଯ୍ୟନ୍ତ ପ୍ରୋତ୍ସାହନ ଭାରତରେ ଉତ୍ପାଦିତ ସାମଗ୍ରୀ କମ୍ପାନୀଗୁଡ଼ିକୁ ପ୍ରଦାନ କରିବାର ବ୍ୟବସ୍ଥା ଅଛି। ଏହି ଯୋଜନା ପାଇଁ ଆବେଦନର ସମୟ ଜୁଲାଇ 31ଥିବା ବେଳେ ଆଜି ଅଗଷ୍ଟ ପହିଲାରୁ ଏହା ଲାଗୁ ହେଉଛି ।

ମୋଟ 22ଟି କମ୍ପାନୀ ପିଏଲଆଇ ଯୋଜନା ଅଧୀନରେ ସେମାନଙ୍କ ଆବେଦନପତ୍ର ଦାଖଲ କରିଛନ୍ତି । ଆନ୍ତର୍ଜାତିକ ମୋବାଇଲ ଫୋନ ଉତ୍ପାଦନକାରୀ କମ୍ପାନୀ ଯେଉଁ ମୋବାଇଲ ଫୋନ (ଇନଭଏସ ମୂଲ୍ୟ ଆଇଏନଆର 15 ହଜାର)ରୁ ଅଧିକ ସେମାନେ ହେଲେ ସାମସଙ୍ଗ, ଫକ୍ସକନ ହନ ହାଇ, ରାଇଜିଂ ଷ୍ଟାର, ୱିଷ୍ଟର୍ନ ଏବଂ ପେଗାଟର୍ଣ୍ଣ । ଏଥିରୁ 3ଟି କମ୍ପାନୀ ଯଥା ଫକ୍ସକନ ହନ ହାଇ, ୱିଷ୍ଟର୍ନ ଏବଂ ପେଗାଟର୍ଣ୍ଣ ଆପଲ ଆଇ ଫୋନ ପାଇଁ ଚୁକ୍ତିବଦ୍ଧ । ଆପଲର ଶତକଡା 37 ଓ ସାମସଙ୍ଗର ଶତକଡା 22 ଏହିପରି ବିଶ୍ଵର ମୋବାଇଲ ଫୋନ ବିକ୍ରି ରାଜସ୍ୱରୁ ଶତଡକା 60 ଭାଗ ଏହି ଦୁଇ କମ୍ପାନୀ ପାଉଥିବା ବେଳେ ପିଏଲଆଇ ପରି ପ୍ରୋତ୍ସାହନମୂଳକ ଯୋଜନା ଯୋଗୁଁ ଦେଶରେ ସେମାନଙ୍କ ଉତ୍ପାଦନ ବହୁଗୁଣ ବୃଦ୍ଧି ପାଇବ।

ଭାରତୀୟ ମୋବାଇଲ କମ୍ପାନୀଗୁଡ଼ିକ ମଧ୍ୟରୁ ଲାଭା, ଡିକ୍ସନ ଟେକ୍ନୋଲୋଜି, ସୋଯୋ ମାନ୍ୟୁଫେକ୍ଚାରିଙ୍ଗ ସର୍ଭିସ, ଭଗବତୀ (ମିଇକ୍ରୋମାକ୍ସ), ପଡଗେଟ ଇଲେକ୍ଟ୍ରୋନିକ୍ସ ଏବଂ ଅପ୍ଟିମେସ ଇଲେକ୍ଟ୍ରୋନିକ୍ସ ଏହି ଯୋଜନା ଅଧୀନରେ ଆବେଦନ କରିଛନ୍ତି । ଏହି କମ୍ପାନୀଗୁଡ଼ିକ ସେମାନଙ୍କ ନିର୍ମାଣ କାର୍ଯ୍ୟର ବହୁଳ ସଂପ୍ରସାରଣ କରି ଦେଶରେ ମୋବାଇଲ ଫୋନ ନିର୍ମାଣରେ ପ୍ରମୁଖ ଭୂମିକା ନିର୍ବାହ କରିପାରିବେ । ନିର୍ଦ୍ଦିଷ୍ଟ କେତେକ ଇଲେକ୍ଟ୍ରୋନିକ୍ସ ଉପକରଣ କ୍ଷେତ୍ରରେ 10 ଜଣ ଆବେଦନ କରିଥିବା ବେଳେ ସେମାନଙ୍କ ମଧ୍ୟରେ ଏଟି ଏଣ୍ଡ ଏସ, ଆସେଣ୍ଟ ସର୍କିଟ, ଭିଜିକନ, ୱାଲସିନ, ସହସ୍ର, ଭିଟେସ୍କୋ ଏବଂ ନିଓଲିଙ୍କ ପ୍ରମୁଖ ଅଛନ୍ତି।

ଆଗାମୀ 5 ବର୍ଷ ମଧ୍ୟରେ ଏହି ଯୋଜନା ଯୋଗୁଁ ମୋଟ ଉତ୍ପାଦନ 11.50 ଲକ୍ଷ କୋଟି ଟଙ୍କାକୁ ଟପି ଯିବାର ଆଶା କରାଯାଉଛି । ମୋବାଇଲ ଫୋନ ଉତ୍ପାଦନ କରୁଥିବା କମ୍ପାନୀଗୁଡ଼ିକ ମଧ୍ୟରେ 15 ହଜାର ବା ତଦୁର୍ଦ୍ଧ ଇନଭଏସ ଥିବା କ୍ଷେତ୍ରରେ ଉତ୍ପାଦନ 9 ଲକ୍ଷ କୋଟି ଟଙ୍କା ହେବାର ଲକ୍ଷ୍ୟ ଥିବା ବେଳେ ଘରୋଇ କମ୍ପାନୀ ଉତ୍ପାଦନ କ୍ଷେତ୍ରରେ ଏହା 2 ଲକ୍ଷ କୋଟି ଓ ନିର୍ଦ୍ଦିଷ୍ଟ ଇଲେକ୍ଟ୍ରୋନିକ୍ସ ଯନ୍ତ୍ରାଂଶ କ୍ଷେତ୍ରରେ 45 ହଜାର କୋଟି ଟଙ୍କାରେ ପହଞ୍ଚିବାର ଆକଳନ କରାଯାଇଛି ।

ଏହି ଯୋଜନା ଯୋଗୁଁ ରପ୍ତାନିରେ ଉଲ୍ଲେଖନୀୟ ଅଗ୍ରଗତି ହେବାର ଆଶା କରାଯାଉଛି । ଆଗାମୀ 5 ବର୍ଷ ମଧ୍ୟରେ ମୋଟ ଉତ୍ପାଦନ 11.50 ଲକ୍ଷ କୋଟି ଥିବା ବେଳେ ସେଥିରୁ ରପ୍ତାନି ବାବଦରୁ 7 ଲକ୍ଷ କୋଟି ଟଙ୍କା ଆସିବା ଆକଳନ କରାଯାଉଛି । ଏହାଛଡା ଏହି ଯୋଜନାରେ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରରେ 11 ହଜାର କୋଟି ଟଙ୍କାର ଅତିରିକ୍ତ ନିବେଶ କରାଯିବ । ପିଏଲଆଇ ଯୋଜନା ଯୋଗୁଁ ଆଗାମୀ 5 ବର୍ଷ ମଧ୍ୟରେ ପ୍ରାୟ 3 ଲକ୍ଷ ପ୍ରତ୍ୟକ୍ଷ କର୍ମନିଯୁକ୍ତି ସୃଷ୍ଟି ହେଉଥିବା ବେଳେ ଏହାର 3ଗୁଣରୁ ଅଧିକ ପରୋକ୍ଷ ନିଯୁକ୍ତ ସୃଷ୍ଟି ହେବ ।

ଘରୋଇ ମୂଲ୍ୟ ବର୍ତ୍ତମାନ 15 ରୁ 20 ପ୍ରତିଶତ ଥିବା ବେଳେ ଏହା ମୋବାଇଲ କ୍ଷେତ୍ରରେ 30 ରୁ 40 ଭାଗ ଓ ଇଲେକ୍ଟ୍ରୋନିକ୍ସ ଉପକରଣ କ୍ଷେତ୍ରରେ 45 ରୁ 50 ଭାଗ ବୃଦ୍ଧି ପାଇବ । ଆଗାମୀ 2025 ସୁଦ୍ଧା ଦେଶରେ ଇଲେକ୍ଟ୍ରୋନିକ୍ସର ଚାହିଦା ବୃଦ୍ଧି ପାଇବାକୁ ଥିବା ବେଳେ ପିଏଲଆଇ ଯୋଜନା ଯୋଗୁଁ ଇଲେକ୍ଟ୍ରୋନିକ୍ସ ଉପକରଣ ନିର୍ମାଣକାରୀମାନେ ଦେଶରେ ଏକ ପ୍ରତିଯୋଗିତାମୂଳକ ବଜାର ସୃଷ୍ଟି କରିବାରେ ସକ୍ଷମ ହେବେ ଯାହାକି ଆତ୍ମନିର୍ଭର ଭାରତ ଯୋଜନାକୁ ସାକାର କରିବ । ଇଲେକ୍ଟ୍ରୋନିକ ଉତ୍ପାଦନକାରୀ ଘରୋଇ କମ୍ପାନୀମାନେ ସ୍ଥାନୀୟ ଆବଶ୍ୟକତା ପ୍ରତି ଅଧିକ ଗୁରୁତ୍ଵ ଦେବା ସହ ଏହାକୁ ବିଶ୍ଵ ସ୍ତରରେ ପରିଚିତ କରାଇବେ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵରେ ହେଉଥିବା ଦୂରଦୃଷ୍ଟି ସମ୍ପନ୍ନ ଡିଜିଟାଲ ଓ ମେକ ଇନ ଇଣ୍ଡିଆ କାର୍ଯ୍ୟକ୍ରମ ଯୋଗୁଁ ଗତ 5 ବର୍ଷ ମଧ୍ୟରେ ଭାରତରେ ଇଲେକ୍ଟ୍ରୋନିକ୍ସ ନିର୍ମାଣ କ୍ଷେତ୍ରରେ ଆଶାନୁରୂପ ଅଗ୍ରଗତି ଘଟିଛି । 2019 ଜାତୀୟ ଇଲେକ୍ଟ୍ରୋନିକ୍ସ ନୀତି ଭାରତକୁ ବିଶ୍ଵ ଦରବାରରେ ପରିଚିତ କରାଇବା ସହ ଦେଶର ଚାହିଦା ପୂରଣ କରି ବିଦେଶକୁ ରପ୍ତାନି କରିବାର ମଧ୍ୟ କ୍ଷମତା ହାସଲ କରିପାରିଛି ।

ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା ସାମସଙ୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026
Latest News

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.