Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆତ୍ମନିର୍ଭର ଭାରତରେ ଓଡ଼ିଶାକୁ ମିଳିଛି ୧,୬୧୭ କୋଟି ଟଙ୍କା, ମୋଟ ଏକ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ
ଜାତୀୟ ଖବର

ଆତ୍ମନିର୍ଭର ଭାରତରେ ଓଡ଼ିଶାକୁ ମିଳିଛି ୧,୬୧୭ କୋଟି ଟଙ୍କା, ମୋଟ ଏକ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ

August 20, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
Loans worth more than Rs 1 Lakh cr disbursed under #ECLGS (As on 18.08.2020)

ନୂଆଦିଲ୍ଲୀ, କେନ୍ଦ୍ର ସରକାରଙ୍କ ଆତ୍ମନିର୍ଭର ଭାରତ ପ୍ୟାକେଜର ଅଂଶସ୍ୱରୂପ ଆପାତକାଳୀନ ନିଶ୍ଚିତ ଋଣ ଯୋଜନା (ECLGS) କାଯ୍ୟକାରୀ କରାଯାଇଥିଲା। ଏହି ଯୋଜନାରେ ବିଭିନ୍ନ ରାଷ୍ଟ୍ରାୟତ୍ତ ଓ ଘରୋଇ ବ୍ୟାଙ୍କ ପକ୍ଷରୁ ଅଗଷ୍ଟ ୧୮ ତାରିଖ ସୁଦ୍ଧା ୧ ଲକ୍ଷ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି ।

ଓଡ଼ିଶାକୁ ଏଥିରୁ ୧,୬୧୭.୬୦ କୋଟି ଟଙ୍କା ମିଳିଛି। ରାଜ୍ୟ ପାଇଁ ଏହି ସ୍କିମରେ ୨,୧୫୧.୮୦ କୋଟି ଟଙ୍କା ମଞ୍ଜୁର କରାଯାଇଥିଲା। ଏହି ଋଣ ଅର୍ଥ ଦ୍ୱାରା ଓଡ଼ିଶାର ଏମଏସଏମଇ ସମେତ ଅନ୍ୟ ଲକଡାଉନ ପ୍ରଭାବିତ କ୍ଷେତ୍ର ଉପକୃତ ହେବେ । ସେମାନେ ପୁଣି ଅଣ୍ଟା ସଳଖିବାକୁ ଚେଷ୍ଟା କରିବେ। ଯୋଜନାରେ ମୋଟ ୧,୫୦,୭୫୯.୪୫ କୋଟି ଟଙ୍କାର ଋଣ ମଞ୍ଜୁର ହୋଇଥିଲା।

କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଏହି ସ୍କିମରେ ମହାରାଷ୍ଟ୍ର ପାଇଁ ସର୍ବାଧିକ ୭,୭୫୬.୨୦ କୋଟି ଟଙ୍କାର ଋଣ ପ୍ରଦାନ ପାଇଁ ନିଷ୍ପତ୍ତି ହୋଇଥିଲା। ସେଥିରୁ ରାଜ୍ୟକୁ ୬,୦୦୭.୩୨ କୋଟି ଟଙ୍କା ବିଭିନ୍ନ ବ୍ୟାଙ୍କ ଯୋଗାଇ ଦେଇଛନ୍ତି। ଉତ୍ତର ପ୍ରଦେଶ ପାଇଁ ୭,୨୬୧.୬୦ କୋଟି ଟଙ୍କାର ଋଣ ମଞ୍ଜୁର ହୋଇଥିବା ବେଳେ ଅଗଷ୍ଟ ୧୮ ତାରିଖ ସୁଦ୍ଧା ରାଜ୍ୟକୁ ୫,୫୫୪.୦୮ କୋଟି ଟଙ୍କା ପ୍ରଦାନ କରାଯାଇଛି।

ଗୁଜରାଟକୁ ଏହି ସ୍କିମରେ ୫,୧୫୦.୬୯ କୋଟି ଟଙ୍କା ମିଳିଥିବା ବେଳେ ତାମିଲନାଡୁକୁ ୫,୬୯୩.୭୧ କୋଟି ଟଙ୍କା, ଆନ୍ଧ୍ର ପ୍ରଦେଶକୁ ୨,୮୮୩.୬୭ କୋଟି, ଦିଲ୍ଲୀକୁ ୧,୯୬୪.୫୨ କୋଟି, ହରିଆଣାକୁ ୨,୦୮୩.୪୫ କୋଟି, କର୍ଣ୍ଣାଟକକୁ ୩,୫୯୦.୦୫ କୋଟି, ମଧ୍ୟ ପ୍ରଦେଶକୁ ୨,୨୬୬.୭୫ କୋଟି, ରାଜସ୍ଥାନକୁ ୩,୧୪୭.୧୪ କୋଟି ଟଙ୍କା ପ୍ରଦାନ କରାଯାଇଛି।

ଏହି ଯୋଜନାରେ ମୋଟ ୧,୫୦,୭୫୯.୪୫ କୋଟି ଟଙ୍କାର ଋଣ ମଞ୍ଜୁର ହୋଇଥିବା ବେଳେ ଅଗଷ୍ଟ ୧୮ ତାରିଖ ସୁଦ୍ଧା ମୋଟ ୧,୦୨,୨୪୫.୭୭ କୋଟି ଟଙ୍କା ଦିଆଯାଇଥିବା ଅର୍ଥ ମନ୍ତ୍ରାଳୟ ଦର୍ଶାଇଛି। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ୭୬,୦୪୪.୪୪ କୋଟି ଟଙ୍କାର ଋଣ ପ୍ରଦାନ କରିବାକୁ ଥିବା ବେଳେ ଅଗଷ୍ଟ ୧୮ ସୁଦ୍ଧା ସେମାନେ ରାଜ୍ୟଗୁଡ଼ିକୁ ସେଥିରୁ ମୋଟ ୫୬,୪୮୩.୪୧ କୋଟି ଟଙ୍କା ପ୍ରଦାନ କରାଯାଇଛି। ବଳକା ୪୫,୭୬୨.୩୬ କୋଟି ଟଙ୍କା ଘରୋଇ ବ୍ୟାଙ୍କଗୁଡ଼ିକ ଯୋଗାଇଛନ୍ତି।

ଘରୋଇ ବ୍ୟାଙ୍କଗୁଡ଼ିକ ଏହି ସ୍କିମରେ ୭୪,୭୧୫.୦୨ କୋଟି ଟଙ୍କାର ଋଣ ମଞ୍ଜୁର କରିଥିଲେ। ଅଧିକ ଋଣ ଦେଇଥିବା ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମଧ୍ୟରେ ଭାରତୀୟ ଷ୍ଟେଟ ବ୍ୟାଙ୍କ , କାନାଡ଼ା ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ , ବ୍ୟାଙ୍କ ଅଫ ଇଣ୍ଡିଆ ଓ ୟୁନିଅନ ବ୍ୟାଙ୍କ ଥିବା ବେଳେ ଘରୋଇ ବ୍ୟାଙ୍କ ମଧ୍ୟରେ ଏଚଡିଏଫସି ବ୍ୟାଙ୍କ ସର୍ବାଧିକ ଋଣ ପ୍ରଦାନ କରିଛି।

ଦେଶରେ କରୋନା ଭୂତାଣୁ ସଂକ୍ରମଣ ବଢ଼ିବା ପରେ କେନ୍ଦ୍ର ସରକାର ମାର୍ଚ୍ଚ ୨୫ ତାରିଖରେ ଦେଶବ୍ୟାପୀ ଲକଡାଉନ ଘୋଷଣା କରିଥିଲେ। ଏଥିଯୋଗୁ ଦେଶରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହେବା ସହ ସମସ୍ତ ବ୍ୟବସାୟିକ କାର୍ଯ୍ୟକଳାପ ଠପ ହୋଇପଡ଼ିଥିଲା। ଏହାଦ୍ୱାରା ବିଶେଷ କରି ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) କ୍ଷେତ୍ର ଅଧିକ ପ୍ରଭାବିତ ହୋଇଥିଲା। ଏମାନଙ୍କ ଅଣ୍ଟା ସଳଖିବା ପାଇଁ କେନ୍ଦ୍ର ସରକାର ଆତ୍ମନିର୍ଭର ଭାରତ ପ୍ୟାକେଜ ଘୋଷଣା କରିଥିଲେ। ଏହି ପ୍ୟାକେଜ ଅଧୀନରେ ଇସିଏଲଜିଏସ ସ୍କିମ କାର୍ଯ୍ୟକାରୀ ପାଇଁ ନିଷ୍ପତ୍ତି ହୋଇଥିଲା। କେନ୍ଦ୍ର ସରକାରଙ୍କ ଏହି ସ୍କିମ ଦ୍ୱାରା ଅନେକ କ୍ଷେତ୍ର ଉପକୃତ ହୋଇପାରିଛନ୍ତି।

ଆତ୍ମନିର୍ଭର ଭାରତ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ଥାଲାପତି ବିଜୟ ନୁହଁନ୍ତି, ରାଜନୀତିରେ ଏହି ୫ ଦକ୍ଷିଣ ସୁପରଷ୍ଟାର ମଧ୍ୟ ଦେଖାଇଛନ୍ତି ଜଲୱା

May 5, 2026

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ

May 4, 2026
Latest News

କେବଳ ଥାଲାପତି ବିଜୟ ନୁହଁନ୍ତି, ରାଜନୀତିରେ ଏହି ୫ ଦକ୍ଷିଣ ସୁପରଷ୍ଟାର ମଧ୍ୟ ଦେଖାଇଛନ୍ତି ଜଲୱା

May 5, 2026

ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ

May 5, 2026

ଆଜି ମଙ୍ଗଳବାର ମେ ୫ ତାରିଖରେ ଏହି ପାଞ୍ଚଟି ରାଶିର ଲୋକେ ହେବେ ମାଲେମାଲ୍

May 5, 2026

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.