Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦିନକୁ ୮ ଲକ୍ଷରୁ ଅଧିକ ନମୁନା ପରୀକ୍ଷଣ, ମୋଟ ସଂଖ୍ୟା ଟପିଲା ୩.୫ କୋଟି
ଜାତୀୟ ଖବର

ଦିନକୁ ୮ ଲକ୍ଷରୁ ଅଧିକ ନମୁନା ପରୀକ୍ଷଣ, ମୋଟ ସଂଖ୍ୟା ଟପିଲା ୩.୫ କୋଟି

August 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଜାନୁୟାରୀ ମାସରେ ଦେଶର ଗୋଟିଏ ମାତ୍ର ପୁଣେ ପରୀକ୍ଷାଗାରରୁ ଆରମ୍ଭ କରାଯାଇଥିବା କରୋନା ସଂକ୍ରମଣ ପରୀକ୍ଷଣ ଆଜି ୩.୫ କୋଟି ଅତିକ୍ରମ କରିଛି। ଗତ ୬ ଦିନ ଧରି ଦୈନିକ ୮ ଲକ୍ଷରୁ ଉର୍ଦ୍ଧ୍ଵ ନମୁନା ପରୀକ୍ଷା କରାଯାଉଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୮,୦୧,୧୪୭ ନମୁନା ପରୀକ୍ଷା କରାଯାଇ ପାରିଛି । ଏଥିସହିତ ମୋଟ ନମୁନା ପରୀକ୍ଷଣ ସଂଖ୍ୟା ୩,୫୨,୯୨,୨୨୦ରେ ପହଞ୍ଚିଛି।

ବ୍ୟାପକ ନମୁନା ପରୀକ୍ଷଣ କାର‌୍ୟ୍ୟକ୍ରମକୁ ଦକ୍ଷତାର ସହିତ କାର‌୍ୟ୍ୟକାରୀ କରାଯାଉଛି। ଗତ ୩ ସପ୍ତାହ ମଧ୍ୟରେ ହୋଇଥିବା ହାରାହାରି ନମୁନା ପରିକ୍ଷଣକୁ ଅନୁଧ୍ୟାନ କଲେ ଏହା କିପରି ଅଗ୍ରଗତି କରିଛି ତାହା ସ୍ପଷ୍ଟ ବାରି ହୋଇପଡୁଛି। ଦୈନିକ ନମୁନା ପରୀକ୍ଷଣ ବୃଦ୍ଧି ପାଉଥିବା ପରିପ୍ରେକ୍ଷୀରେ ହାରାହାରି ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଉଛି।

ପରୀକ୍ଷା, ଚିହ୍ନଟ ଓ ଉପଚାର ରଣନୀତିକୁ ଦକ୍ଷତାର ସହିତ କାର‌୍ୟ୍ୟକାରୀ କରାଯିବା ଦ୍ଵାରା ନିୟୁତ ପିଛା ଏହି ହାର ଆଜି ୨୫,୫୭୪ ପହଞ୍ଚିଛି। ବ୍ୟାପକ ପରୀକ୍ଷଣ ଦ୍ଵାରା ସଂକ୍ରମିତଙ୍କୁ ସଅଳ ଚିହ୍ନଟ କରାଯିବା ସହ ସେମାନଙ୍କୁ ଏକାନ୍ତବାସରେ ରଖାଯିବା ଓ ଅଧିକ ଲକ୍ଷଣଯୁକ୍ତ ରୋଗୀମାନଙ୍କୁ ଡାକ୍ତରୀ ଚିକିତ୍ସା ଯୋଗାଇ ଦିଆଯାଇପାରୁଛି।

ନମୁନା ପରୀକ୍ଷଣକୁ ଜୋରଦାର କରାଇବା ଯୋଗୁଁ ଦେଶରେ ପରୀକ୍ଷାଗାର ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟାଯାଇଛି। ୯୮୩ଟି ସରକାରୀ ଓ ୫୩୨ଟି ବେସରକାରୀ ପରୀକ୍ଷାଗାର ଏହିପରି ୧୫୧୫ଟି ପରୀକ୍ଷାଗାରରେ ଅଧିକରୁ ଅଧିକ ଲୋକଙ୍କ ପରୀକ୍ଷା ସମ୍ଭବ ହୋଇପାରୁଛି।

corona test in India
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026
Latest News

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.