Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରେଳବାଇ ସେପ୍ଟେମ୍ବର ୪ ସୁଦ୍ଧା ୮ ଲକ୍ଷ ୯ ହଜାର ଶ୍ରମ ଦିବସ ସୃଷ୍ଟି କରି ଦେଇଛି ୧,୬୧୩ କୋଟି ଟଙ୍କା
ଜାତୀୟ ଖବର

ରେଳବାଇ ସେପ୍ଟେମ୍ବର ୪ ସୁଦ୍ଧା ୮ ଲକ୍ଷ ୯ ହଜାର ଶ୍ରମ ଦିବସ ସୃଷ୍ଟି କରି ଦେଇଛି ୧,୬୧୩ କୋଟି ଟଙ୍କା

September 9, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଚଳିତ ସେପ୍ଟେମ୍ବର ୪ ସୁଦ୍ଧା ୮,୦୯,୦୪୬ ଶ୍ରମ ଦିବସ ସୃଷ୍ଟି କରିଛି ଭାରତୀୟ ରେଳବାଇ। ଏହି କାର୍ଯ୍ୟକ୍ରମ ଲାଗୁ ହେଉଥିବା ଓଡ଼ିଶା, ବିହାର, ଝାଡଖଣ୍ଡ, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଉତ୍ତର ପ୍ରଦେଶ ରାଜ୍ୟର ୧୧୬ଟି ଜିଲ୍ଲାରେ ଗରିବ କଲ୍ୟାଣ ରୋଜଗାର ଅଭିଯାନରେ ଏହା କରାଯାଇଛି। ଏଥିରେ ୧୨,୨୬୭ ଶ୍ରମିକଙ୍କୁ ନିୟୋଜିତ କରାଯାଇ ସେମାନଙ୍କୁ ମଜୁରି ବାବଦରେ ୧ ହଜାର ୬ଶହ ୧୩ କୋଟି ଟଙ୍କା ପ୍ରଦାନ କରାଯାଇଛି।

ରେଳବାଇ ମନ୍ତ୍ରୀ ପୀୟୂଷ ଗୋଏଲ ବ୍ୟକ୍ତିଗତ ଭାବେ ଏସବୁ ପ୍ରକଳ୍ପର କାମକୁ ନିବିଡ ଭାବେ ଅନୁଧ୍ୟାନ କରୁଛନ୍ତି। କରୋନା ଯୋଗୁଁ ଭିଟାମାଟିକୁ ଫେରି ଆସିଥିବା ପ୍ରବାସୀ ଶ୍ରମିକମାନଙ୍କୁ କାମ ଯୋଗାଇଦେବାକୁ ଉଦ୍ଦିଷ୍ଟ ଏହି କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ। ଏହି ୬ଟି ରାଜ୍ୟରେ ଭାରତୀୟ ରେଳବାଇ ପକ୍ଷରୁ ୧୬୪ଟି ଭିତ୍ତିଭୂମି ବିକାଶ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି।

ଭାରତୀୟ ରେଳବାଇ ଏହି କାର୍ଯ୍ୟ ତଦାରଖ କରିବା ପାଇଁ ପ୍ରତ୍ୟେକ ଜିଲା ଏବଂ ରାଜ୍ୟରେ ନୋଡାଲ ଅଫିସର ନିଯୁକ୍ତି କରିଛି । ଏହାଫଳରେ ଯୋଜନାର କାର୍ଯ୍ୟକାରିତା କ୍ଷେତ୍ରରେ ରାଜ୍ୟ ଏବଂ କେନ୍ଦ୍ର ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା ସମ୍ଭବ ହୋଇଛି ।

ଏହି ଯୋଜନାରେ କାର୍ଯ୍ୟକାରୀ ହେଉଥିବା ରେଳ ପ୍ରକଳ୍ପଗୁଡିକ ମଧ୍ୟରେ ରହିଛି ଲେବଲ କ୍ରସିଂ ନିକଟରେ ସଂଯୋଗ ପଥ ନିର୍ମାଣ ଓ ତାହାର ରକ୍ଷଣାବେକ୍ଷଣ, ରେଳପଥ ପାଶ୍ୱର୍ରେ ଥିବା ଜଳପଥ ଓ ନାଳନର୍ଦ୍ଦମା ସଫେଇ ଏବଂ ରକ୍ଷଣାବେକ୍ଷଣ, ରେଳ ଷ୍ଟେସନକୁ ସଂଯୋଗ ପଥର ନିର୍ମାଣ ଏବଂ ତାହାର ରକ୍ଷଣାବେକ୍ଷଣ, ରେଳପଥଗୁଡିକର ମରାମତି ଏବଂ ଏହାର ଚଉଡା ବୃଦ୍ଧି, ରେଳପଥ ଜାଗାର ସୀମାରେଖା ନିକଟରେ ବୃକ୍ଷରୋପଣ ତଥା ରେଳପଥ ଓ କଟିଂ ଏବଂ ସେତୁଗୁଡିକର ସୁରକ୍ଷା କାର୍ଯ୍ୟ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରୋନା ଯୋଗୁଁ ସ୍ୱଗୃହକୁ ପଳାଇ ଆସିଥିବା ପ୍ରବାସୀ ଶ୍ରମିକମାନଙ୍କୁ କାମଧନ୍ଦା ଯୋଗାଇ ଦେବା ଉଦ୍ଦେଶ୍ୟରେ ଗରିବ କଲ୍ୟାଣ ରୋଜଗାର ଅଭିଯାନ ଆରମ୍ଭ କରିଥିଲେ । ଏହାଛଡା ଗ୍ରାମ୍ୟ ସ୍ତରରେ କାମଧନ୍ଦା ପାଉନଥିବା ଶ୍ରମିକଙ୍କୁ ମଧ୍ୟ ଏଥିରେ ରୋଜଗାର ଯୋଗାଇ ଦେବାର ବ୍ୟବସ୍ଥା ହୋଇଥିଲା । ଜୁନ୍ ୨୦ରେ ଏହି ରୋଜଗାର ଅଭିଯାନ ଘୋଷଣା କରାଯାଇଥିଲା । ଗରିବ କଲ୍ୟାଣ ରୋଜଗାର ଅଭିଯାନରେ ଗ୍ରାମାଞ୍ଚଳରେ ସ୍ଥାୟୀ ଭିତ୍ତିଭୂମି ଗଢି ତୋଳିବାକୁ ୫୦ ହଜାର କୋଟି ଟଙ୍କା ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ ।

ଏହି ଅଭିଯାନ ଏବେ ୧୨୫ ଦିନ ସଂପୂର୍ଣ୍ଣ କରିଛି। ମିଶନ ମୋଡରେ କାର୍ଯ୍ୟକାରୀ ହେଉଥିବା ଏହି ଅଭିଯାନରେ ୨୫ ପ୍ରକାର କାର‌୍ୟ୍ୟ ଓଡ଼ିଶା, ବିହାର, ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ଝାଡଖଣ୍ଡ ଭଳି ପ୍ରବାସୀ ଶ୍ରମିକପ୍ରବଣ ରାଜ୍ୟର ୧୧୬ଟି ଜିଲ୍ଲାରେ କାର‌୍ୟ୍ୟକାରୀ ହେଉଛି। ଏହି ଯୋଜନା ପାଇଁ ମୋଟ ୫୦ ହଜାର କୋଟି ଟଙ୍କା ବ୍ୟୟ କରିବାକୁ ଲକ୍ଷ୍ୟ ରଖାଯାଇଛି।

କେନ୍ଦ୍ର ସରକାରଙ୍କ ଗ୍ରାମ ଉନ୍ନୟନ, ପଞ୍ଚାୟତିରାଜ, ସଡ଼କ ପରିବହନ ଓ ରାଜମାର୍ଗ, ଖଣି, ପାନୀୟଜଳ ଏବଂ ପରିମଳ, ପରିବେଶ, ରେଳବାଇ, ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌, ନୂଆ ଓ ଅଣପାରମ୍ପରିକ ଶକ୍ତି, ସୀମାନ୍ତ ସଡ଼କ, ଟେଲିକମ୍ ଓ କୃଷି ଆଦି ୧୨ଟି ମନ୍ତ୍ରଣାଳୟ ଓ ବିଭାଗର ମିଳିତ ସହଯୋଗରେ ଏହି ଅଭିଯାନ କାର୍ଯ୍ୟକାରୀ ହେଉଛି ।

ଓଡିଶା ଗରିବ କଲ୍ୟାଣ ରୋଜଗାର ଅଭିଯାନ ଝାଡ଼ଖଣ୍ଡ ପୂର୍ବତଟ ରେଳ ପ୍ରବାସୀ ଶ୍ରମିକ ବିହାର ଭାରତୀୟ ରେଳବାଇ ମଧ୍ୟପ୍ରଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଗୋ ଯାତ୍ରୀଙ୍କ ପାଇଁ ବଡ଼ ସତର୍କତା: ବିଜ୍ଞପ୍ତି ଜାରି କଲା ବିମାନ କମ୍ପାନୀ

August 21, 2026

ପେଲେଟ୍ ଗନ୍ ମାମଲା: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ପରେ ରୁଜ୍ଜୁ ହେଲା ମାମଲା

August 21, 2026

ସ୍ପିନର ନା ପେସର?: କାହାକୁ ସହାୟକ ହେବ କଲମ୍ବୋ ପିଚ୍ 

August 21, 2026

ରକ୍ଷାବନ୍ଧନରେ ୪ ହଜାର ଟଙ୍କା ପାଇବେ ଚାଷୀ?: ଜାଣନ୍ତୁ ସତ୍ୟତା

August 21, 2026
Latest News

ସ୍ବର୍ଗତ କବି ରମାକାନ୍ତ ରଥଙ୍କ ପତ୍ନୀ ଶାନ୍ତିଲତା ରଥଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

August 21, 2026

ଜିଲ୍ଲାସ୍ତରୀୟ ସଙ୍କଟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

August 21, 2026

ବ୍ରହ୍ମପୁରରେ ତିନିଦିନିଆ ପ୍ରଦର୍ଶନୀ: ୧୨ ବର୍ଷରେ ଭାରତର ପ୍ରଗତି ହେଲା ପ୍ରଦର୍ଶିତ

August 21, 2026

କାର୍ଯ୍ୟ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା ଅଧିନିୟମ ୨୦୧୩ କର୍ମଶାଳା

August 21, 2026

ରେଢ଼ାଖୋଲରେ ବିଦ୍ୟୁତ ତାର ଚୋରି ରାକେଟର ପର୍ଦ୍ଦାଫାସ: ୧୨ ଗିରଫ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.