Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କଳାହାଣ୍ଡି ପାଇଁ ତିନୋଟି ଶକ୍ତି ପ୍ରକଳ୍ପକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଞ୍ଚଳିକ

କଳାହାଣ୍ଡି ପାଇଁ ତିନୋଟି ଶକ୍ତି ପ୍ରକଳ୍ପକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

October 2, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡି ଜିଲ୍ଲାର ଜୟପାଟଣା ଅଞ୍ଚଳର ବାନେର୍‌ ଠାରେ ଏକ ୨୨୦,୧୩୨ ଏବଂ ୩୩ କେଭି ଗ୍ରୀଡ ସବ୍‌ଷ୍ଟେସନକୁ ଉଦ୍‌ଘାଟନ କରିଛନ୍ତି। ଏହାସହିତ ଗ୍ରୀଡରୁ ବାହାରିଥିବା ଦୁଇଟି ୩୩ କେଭି ଫିଡର ଲାଇନ୍ ମଧ୍ୟ ଲୋକାର୍ପିତ କରିଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ୩ଟି ଶକ୍ତି ପ୍ରକଳ୍ପ ଦ୍ବାରା କଳାହାଣ୍ଡି ଜିଲ୍ଲାର ଜୟପାଟଣା, କୋକସରା ଓ କଲମପୁର ଅଞ୍ଚଳର ୩୦ ହଜାର ଲୋକ ଉପକୃତ ହେବେ। ଲୋକଙ୍କୁ ଉନ୍ନତ ମାନର ବିଶ୍ବସନୀୟ ଓ ନିରବଚ୍ଛିନ ବିଦ୍ୟୁତ ସେବା ମିଳିବ। ପାୱାର କଟ୍ ସମସ୍ୟା ଦୂର ହେବ ଏବଂ ଚାଷୀ, ମହିଳା ଓ ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ। ଆଗାମୀ ଦିନରେ ଜିଲ୍ଲାର ଅନ୍ୟ ଅଞ୍ଚଳକୁ ବିଦ୍ୟୁତ ସେବାର ସଂପ୍ରସାରଣ କରାଯିବ ବୋଲି ସେ କହିଥିଲେ।

ଏହି ୨୨୦ କେଭି ଜୟପାଟଣା ଗ୍ରୀଡ ପାଇଁ ୮୨ କୋଟି ଟଙ୍କା ବ୍ୟୟ କରାଯାଇଛି। ଏହି ଗ୍ରୀଡ ଦ୍ବାରା କଳାହାଣ୍ଡିର ଜନସାଧାରଣ ପ୍ରଥମ ଥର ପାଇଁ ଇନ୍ଦ୍ରାବତୀ ପ୍ରକଳ୍ପରୁ ସିଧାସଳଖ ବିଜୁଳି ଶକ୍ତି ପାଇପାରିବେ। ଆଗାମୀ ଦିନରେ ୪୭ କିଲୋମିଟର ଦୀର୍ଘ ଆଉ ଏକ ୧୩୨ କେଭି ଡବଲ ସର୍କଟି ଲାଇନ ଜୁନାଗଡକୁ ସଂଯୁକ୍ତ କରାଯିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଦିନରେ କଳାହାଣ୍ଡି ଜିଲ୍ଲା ବିକାଶର ନୂଆ ପରିଚୟ ସୃଷ୍ଟି କରିବ। ବର୍ତ୍ତମାନ ଏହା ଏକ ତ୍ବରିତ ବିକାଶଶୀଳ ଜିଲ୍ଲା ଭାବରେ ପରିଚୟ ସୃଷ୍ଟି କରିପାରିଛି। କୃଷି କ୍ଷେତ୍ରରେ ଜିଲ୍ଲାର ଦ୍ରୁତ ଉନ୍ନତି ହୋଇଛି। ଜଳସେଚନର ସୁବିଧା ପାଇଁ ରେତ ଜଳସେଚନ ପ୍ରକଳ୍ପ ସହିତ ଆହୁରି ଅନେକ ମେଗା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଛି।

ସରକାରୀ ମେଡିକାଲ କଲେଜର ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି। ଭବାନୀପାଟଣା ସ୍ବୟଂଶାସିତ ମହାବିଦ୍ୟାଳୟକୁ କଳାହାଣ୍ଡି ବିଶ୍ବ ବିଦ୍ୟାଳୟରେ ପରିଣତ କରାଯାଇଛି। ବିଜୁ ଏକ୍‌ସପ୍ରେସ ୱେ ପଶ୍ଚିମ ଓଡିଶାର ଅର୍ଥନୈତିକ ଜୀବନଧାରା ହେବାକୁ ଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଯେ କଳାହାଣ୍ଡି ଜିଲ୍ଲାର ଅର୍ଥନୈତିକ ବିକାଶକୁ ମଧ୍ୟ ଏହା ତ୍ବରାନ୍ବିତ କରିବ।

ବାନେର୍‌ ଠାରେ ଶକ୍ତି ମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର କହିଲେ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ କଳାହାଣ୍ଡିରେ କୃଷି, ଜଳସେଚନ, ସଡକ ପରିବହନ, ଶିକ୍ଷା, ସ୍ବାସ୍ଥ୍ୟ ସବୁ କ୍ଷେତ୍ରରେ ଉନ୍ନତି ଆସିଛି । ବିଶେଷକରି ଉଚ୍ଚଶିକ୍ଷା କ୍ଷେତ୍ରରେ ବ୍ୟାପକ ବିକାଶ ହୋଇଛି। ବିଜୁ ଏକ୍‌ସପ୍ରେସ ୱେ ଦ୍ବାରା କଳାହାଣ୍ଡିରେ ଶିଳ୍ପ ବିକାଶ ହେବ ବୋଲି ସେ କହିଥିଲେ। ଆଜିର ବିଦ୍ୟୁତ ପ୍ରକଳ୍ପ ପାଇଁ ସେ କଳାହାଣ୍ଡି ଜିଲ୍ଲାବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ପ୍ରକାଶ କରିଥିଲେ।

ବିରୋଧୀ ଦଳର ନେତା ଶ୍ରୀ ପ୍ରଦୀପ୍ତ ନାଏକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ଇନ୍ଦ୍ରାବତୀ ପ୍ରକଳ୍ପ ପରେ କଳାହାଣ୍ଡିରେ ବିକାଶ ଆସିଛି। ବାମ କେନାଲ ତିଆରି ହେବା ପରେ କଳାହାଣ୍ଡି ଜିଲ୍ଲା ଏବେ ଧାନ ଉତ୍ପାଦନରେ ସୁନାମ ଅର୍ଜନ କରିଛି । ଦକ୍ଷିଣ କେନାଲର ନିର୍ମାଣ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଆଜିର ବିଦ୍ୟୁତ ପ୍ରକଳ୍ପ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।

ଏହି ଅବସରରେ କଳାହାଣ୍ଡିର କେତେକ ଜନସାଧାରଣ କାର୍ଯ୍ୟକ୍ରମରେ ଭାଗ ନେଇ ବିଦ୍ୟୁତ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। OPTCLର ଅଧ୍ୟକ୍ଷ ବିଦ୍ୟୁତ ଭିତ୍ତିଭୂମିର ବିକାଶ ଉପରେ ଆଲୋକପାତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ନରଲା ବିଧାୟକ ଶ୍ରୀ ଭୂପିନ୍ଦିର ସିଂ, ଉନ୍ନୟନ କମିଶନର ଯୋଗ ଦେଇଥିଲେ। ଶକ୍ତି ସଚିବ ସ୍ବାଗତ ଭାଷଣ ଦେଇଥିଲେ ଏବଂ କଳାହାଣ୍ଡି ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

Nuapada Bypoll: ନୂଆପଡାରୁ ଜବତ ହେଲା ବହୁ ପରିମାଣର ମଦ, ଏହାର ମୂଲ୍ୟ କେତେ ହେବ ଜାଣନ୍ତି?

November 6, 2025

ଆହୁରୀ ତଳକୁ ଖସିବ ସୁନାର ମୂଲ୍ୟ, ଜାଣନ୍ତୁ ଆଜି କେତେ ଟଙ୍କାରେ ବିକ୍ରି ହେଉଛି ୨୪ କ୍ୟାରେଟ୍ ସୁନା?

November 6, 2025

Bihar Assembly Polls: ବିହାରରେ ସକାଳ ୯:୦୦ ଟା ସୁଦ୍ଧା ପ୍ରାୟ ୧୩.୩୯ ପ୍ରତିଶତ ମତଦାନ

November 6, 2025

ଅମୁଲ ଏବଂ ଇଫକୋ କୁ କାହିଁକି ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

November 6, 2025
BJP Ads
Latest News

Nuapada Bypoll: ନୂଆପଡାରୁ ଜବତ ହେଲା ବହୁ ପରିମାଣର ମଦ, ଏହାର ମୂଲ୍ୟ କେତେ ହେବ ଜାଣନ୍ତି?

November 6, 2025

ଆହୁରୀ ତଳକୁ ଖସିବ ସୁନାର ମୂଲ୍ୟ, ଜାଣନ୍ତୁ ଆଜି କେତେ ଟଙ୍କାରେ ବିକ୍ରି ହେଉଛି ୨୪ କ୍ୟାରେଟ୍ ସୁନା?

November 6, 2025

Bihar Assembly Polls: ବିହାରରେ ସକାଳ ୯:୦୦ ଟା ସୁଦ୍ଧା ପ୍ରାୟ ୧୩.୩୯ ପ୍ରତିଶତ ମତଦାନ

November 6, 2025

ଆଜି କ୍ୱିନ୍ସଲ୍ୟାଣ୍ଡରେ ଖେଳାଯିବ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଟି-୨୦

November 6, 2025

ଅମୁଲ ଏବଂ ଇଫକୋ କୁ କାହିଁକି ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

November 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.