Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶାର ୭୬ ଲକ୍ଷ ଚାଷୀଙ୍କର ତିଆରି ହେଲା ଏକ ଡାଟାବେସ୍, ଦିଆଯିବ ପରିଚୟ ପତ୍ର
ଜାତୀୟ ଖବର

ଓଡିଶାର ୭୬ ଲକ୍ଷ ଚାଷୀଙ୍କର ତିଆରି ହେଲା ଏକ ଡାଟାବେସ୍, ଦିଆଯିବ ପରିଚୟ ପତ୍ର

November 13, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶାର ୭୬ ଲକ୍ଷ ଚାଷୀଙ୍କର ତିଆରି ହେଲା ଏକ ଡାଟାବେସ୍, ଦିଆଯିବ ପରିଚୟ ପତ୍ର

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି କାର୍ଯ୍ୟକ୍ରମ ଅଧୀନରେ କୃଷକ, କୃଷି କର୍ମଚାରୀ ମାନଙ୍କ ପାଇଁ କୃଷକ ଡାଟାବେସ୍‌, କୃଷି ସାମଗ୍ରୀ ବିକ୍ରେତାମାନଙ୍କ ପାଇଁ ଅନ୍‌ଲାଇନ ଲାଇସେନ୍‌ସ ପ୍ରଦାନ, ଦକ୍ଷ କର୍ମଚାରୀ ମାନଙ୍କ ପାଇଁ ପ୍ରୋତ୍ସାହନ କାର୍ଯ୍ୟକ୍ରମ ଆଦି ବିଭିନ୍ନ ଅନ୍‌ଲାଇନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୃଷକ ଓଡିଶାରେ ଆମର ୭୬ ଲକ୍ଷ ଚାଷୀ ଭାଇଭଉଣୀ ମାନଙ୍କ ଡାଟାବେସ ରଖାଯିବା ବହୁତ ଭଲ ଉଦ୍ୟମ।

ଏହାସହିତ ସବୁ ଚାଷୀ ମାନଙ୍କୁ କୃଷକ ପରିଚୟ ପତ୍ର ମଧ୍ୟ ଦିଆଯିବ। ଏହାଦ୍ବାରା ଚାଷୀମାନେ ସହଜରେ ବିଭିନ୍ନ ସରକାରୀ ସୁବିଧା ପାଇପାରିବେ। ସୂଚନାଯୋଗ୍ୟ ଯେ କୃଷକ ଓଡିଶା କାର୍ଯ୍ୟକ୍ରମରେ ରାଜ୍ୟର ୭୬ ଲକ୍ଷ ଚାଷୀ ମାନଙ୍କୁ ନେଇ କୃଷକ ଡାଟାବେସ୍‌ର ଶୁଭାରମ୍ଭ କରାଯାଇଛି। ଏହି ଡାଟାବେସ୍‌ର ଯାଂଚ ପ୍ରକ୍ରିୟା ୧୦୦ ଦିନ ମଧ୍ୟରେ ସଂପୂର୍ଣ୍ଣ କରାଯାଇ କୃଷକ ମାନଙ୍କୁ ପରିଚୟ ପତ୍ର ପ୍ରଦାନ କରାଯିବ।

ଏହାଦ୍ବାରା କୃଷକମାନେ ବିଭିନ୍ନ ଯୋଜନା ଓ ସେବାର ସୁଫଳ ଅତି ଶୀଘ୍ର ପାଇପାରିବେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ଭାଇଭଉଣୀ ନିଜ କାମ ଛାଡି ବାରମ୍ବାର ସରକାରୀ କାର୍ଯ୍ୟାଳୟକୁ ନ ଆସି ଘରେ ରହି ଅନ୍‌ଲାଇନ ଜରିଆରେ ସେବା ପାଆନ୍ତୁ ବୋଲି ସେ ଚାହାନ୍ତି। ଆଜିର ୫-ଟି ପଦକ୍ଷେପ ଏହାକୁ ସଫଳ କରିଛି ବୋଲି ସେ ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଆରମ୍ଭ ହେଉଥିବା କୃଷକ ଓଡିଶା, ଇନପୁଟ ଡିଲରମାନଙ୍କ ପାଇଁ ଅନ୍‌ଲାଇନ ଲାଇସେନ୍‌ସ, ଓୟୁଏଟି ଛାତ୍ରଛାତ୍ରୀମାନଙ୍କୁ ଅନ୍‌ଲାଇନ ସାର୍ଟିଫିକେଟ, କୃଷି କ୍ଷେତ୍ର ଅଧିକାରୀମାନଙ୍କ ପାଇଁ ‘ଦକ୍ଷତା’ ଆଦି କାର୍ଯ୍ୟକ୍ରମ ବିଭାଗକୁ ଚାଷୀ ମାନଙ୍କ ସହିତ ସିଧା ଯୋଡିବାରେ ସହାୟକ ହେବ।

ଭଲ କାମ କରୁଥିବା କୃଷି ବିଭାଗର କର୍ମଚାରୀ ମାନଙ୍କୁ ସ୍ବୀକୃତି ଦେବା ପାଇଁ ହେଉଥିବା ଉଦ୍ୟମକୁ ସେ ପ୍ରଶଂସା କରି ଦକ୍ଷ କର୍ମଚାରୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ରାଜ୍ୟରେ କୃଷି ଓ କୃଷକର ଉନ୍ନତି ପାଇଁ ସମସ୍ତେ ମିଳିମିଶି କାମ କରିଚାଲିବା ପାଇଁ ସେ ଆହ୍ବାନ ଦେଇ କହିଥିଲେ ଯେ ଚାଷ ଆମ ଅର୍ଥନୀତିର ମେରୁଦଣ୍ଡ। କରୋନା ସମୟରେ କୃଷି ହିଁ ଆମ ଅର୍ଥନୀତି ପାଇଁ ବଡ ଆଶା ଭାବରେ ଦେଖାଦେଇଛି।

ଏ ବର୍ଷ ଆମେ ବିପୁଳ ଅମଳ ଆଶା କରୁଛୁ । ଏଥିପାଇଁ ଆମର ଚାଷୀ ଭାଇଙ୍କୁ ସେ ଅଭିନନ୍ଦନ ମଧ୍ୟ ଜଣାଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କୃଷି ସାମଗ୍ରୀ ବିକ୍ରେତା ମାନଙ୍କ ପାଇଁ ଇ-ଲାଇସେନ୍‌ସ ପ୍ରଦାନ ସହିତ ୬ଟି ଅନ୍‌ଲାଇନ ସେବା ଏବଂ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଇଁ ଅନ୍‌ଲାଇନ ସାର୍ଟିଫିକେଟ ଓ ମାର୍କସିଟ୍‌ ଆଦି ୯ଟି ସେବା କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରିଥିଲେ।

ଦକ୍ଷତା କାର୍ଯ୍ୟକ୍ରମରେ ଦକ୍ଷ କୃଷି କର୍ମଚାରୀ ମାନଙ୍କୁ ସ୍ବୀକୃତି ଓ ପୁରସ୍କାର ପ୍ରଦାନ କରାଯାଉଛି। ଏହି କାର୍ଯ୍ୟକ୍ରମରେ ସେପ୍ଟେମ୍ବର ମାସରେ ୨୨ ଜଣ କର୍ମଚାରୀ ଓ ଅକ୍ଟୋବର ମାସରେ ୩୮ ଜଣ କର୍ମଚାରୀଙ୍କୁ ସ୍ବୀକୃତି ପ୍ରଦାନ କରାଯାଇଛି । ଏହି ଅବସରରେ ନୂଆପଡା ଓ ଗଞ୍ଜାମ ଜିଲ୍ଲାର ଦକ୍ଷ କର୍ମଚାରୀ ଓ କୃଷକ ସରକାରୀ ଯୋଜନାର ସଫଳ ପରିଚାଳନା ସଂପର୍କରେ ସେମାନଙ୍କ ଅନୁଭୂତି ବର୍ଣ୍ଣନା କରିଥିଲେ।

୨୦୧୮ ମସିହାରେ ଆରମ୍ଭ ହୋଇଥିବା ଆମ କୃଷି କାର୍ଯ୍ୟକ୍ରମରେ ଚାଷୀ ମାନଙ୍କୁ ମୋବାଇଲ ଫୋନ ଭିତ୍ତିକ କୃଷି ପରାମର୍ଶ ସେବା ପ୍ରଦାନ କରାଯାଉଛି। ୨୦୧୮ ମସିହାରେ ମାତ୍ର ୫୦ ହଜାର ଚାଷୀଙ୍କୁ ଧାନ ଫସଲ ସମ୍ବନ୍ଧୀୟ ସୂଚନା ପ୍ରଦାନ କରାଯାଇଥିବା ବେଳେ ବର୍ତ୍ତମାନ ୧୦ ଲକ୍ଷ ଚାଷୀଙ୍କୁ ୧୫ ଗୋଟି ଫସଲ ସମ୍ବନ୍ଧୀୟ ସୂଚନା ପ୍ରଦାନ କରାଯାଉଛି ।

ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ରାଜ୍ୟ କୃଷି ବିଭାଗ କୃଷି ଓ କୃଷକ ମାନଙ୍କ ଉନ୍ନତି ପାଇଁ ଉଦ୍ୟମ ଜାରି ରଖିଛି । ୫-ଟି କାର୍ଯ୍ୟକ୍ରମକୁ ବିଭାଗ ନିଷ୍ଠାର ସହ ଅନୁପାଳନ କରୁଛି ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ବିଭାଗର ଅନ୍‌ଲାଇନ ସେବା, ଦକ୍ଷତା କାର୍ଯ୍ୟକ୍ରମ, ଆମ କୃଷି ଆଦି ସଂପର୍କରେ ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା । ବିଭାଗୀୟ ପ୍ରମୁଖ ସଚିବ ଶ୍ରୀ ସୌରଭ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ସ୍ବତନ୍ତ୍ର ସଚିବ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର,ଓୟୁଏଟିର କୁଳପତି, ସମବାୟ ବିଭାଗର କମିଶନର ତଥା ଶାସନ ସଚିବ, ମତ୍ସ୍ୟ ଓ ପଶୁସଂପଦ ବିଭାଗର ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି), ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ କୃଷି ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

July 28, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଉପରେ ଲିଖିତ ପୁସ୍ତକ ଉନ୍ମୋଚନ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

July 28, 2026

ନେପାଳରେ ପହଞ୍ଚିଲା ଭାରତର ପ୍ରଥମ ସିଧାସଳଖ ମାଲବାହୀ ଟ୍ରେନ୍

July 28, 2026

ରଣପୁର ପୋଲିସର ବଡ଼ ସଫଳତା: ବ୍ରାଉନ ସୁଗାର ଜବତ, ଜଣେ ଗିରଫ

July 28, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ

July 28, 2026

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

July 28, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଉପରେ ଲିଖିତ ପୁସ୍ତକ ଉନ୍ମୋଚନ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

July 28, 2026

ନେପାଳରେ ପହଞ୍ଚିଲା ଭାରତର ପ୍ରଥମ ସିଧାସଳଖ ମାଲବାହୀ ଟ୍ରେନ୍

July 28, 2026

ରଣପୁର ପୋଲିସର ବଡ଼ ସଫଳତା: ବ୍ରାଉନ ସୁଗାର ଜବତ, ଜଣେ ଗିରଫ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.