
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଡି ଡିଜିଟାଲ ପ୍ଲାଟଫର୍ମରେ ସ୍ବାଭିମାନ ଅଞ୍ଚଳର ଜନସାଧାରଣଙ୍କ ପାଇଁ ସ୍ମାର୍ଟ ଫୋନ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି “ସ୍ବାଭିମାନ ଅଞ୍ଚଳ ସବୁବେଳେ ମୋ ହୃଦୟରେ ଅଛି। ଏହାକୁ ରାଜ୍ୟର ଏକ ଆଗୁଆ ଅଞ୍ଚଳ ଭାବରେ ଗଢିବା ପାଇଁ ମୋର ଉଦ୍ୟମ ଜାରି ରହିବ”। ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ସ୍ବାଭିମାନ ଅଞ୍ଚଳର ସବୁ ପରିବାରକୁ ରାଜ୍ୟ ସରକାର ମାଗଣାରେ ସ୍ମାର୍ଟ ଫୋନ ଯୋଗାଇଦେବେ।
ମୋବାଇଲ ଫୋନ ଦ୍ବାରା ପିଲାଙ୍କ ଅନ୍ଲାଇନ ଶିକ୍ଷାରେ ସୁବିଧା ହେବା ସହିତ ସ୍ବାଭିମାନ ଅଞ୍ଚଳର ଜନସାଧାରଣଙ୍କୁ ଅନ୍ୟ ଅଞ୍ଚଳ ସହିତ ଯୋଡିବାରେ ସହାୟକ ହେବ ସେ କହିଥିଲେ। ସେ କହିଥିଲେ ଯେ ସ୍ବାଭିମାନ ଅଞ୍ଚଳରେ ୪ଟି ମୋବାଇଲ ଟାୱାର ହୋଇଥିବା ବେଳେ 4G ସୁବିଧା ସହ ଆଉ ତିନୋଟି ଟାୱାର କରାଯିବ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ପ୍ରମୁଖ ସଚିବ, ଇଲେକ୍ଟ୍ରୋନିକ୍ସ ଓ ଆଇ.ଟି ବିଭାଗ ସଚିବ, Bharat Infratel ର ରାଜ୍ୟ ମୁଖ୍ୟ ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।