Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର ଦକ୍ଷେଶ୍ୱର ମନ୍ଦିରରୁ ବଡ଼ ଧରଣର ଚୋରି: କନକଦୁର୍ଗାଙ୍କ ସମେତ ୨୨ ଗୋଟି ମୂର୍ତ୍ତି ଗାୟବ
ଅପରାଧ

ବାଣପୁର ଦକ୍ଷେଶ୍ୱର ମନ୍ଦିରରୁ ବଡ଼ ଧରଣର ଚୋରି: କନକଦୁର୍ଗାଙ୍କ ସମେତ ୨୨ ଗୋଟି ମୂର୍ତ୍ତି ଗାୟବ

December 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରସିଦ୍ଧ ଶୈବପୀଠ ଶ୍ରୀଦକ୍ଷେଶ୍ଵରଦେବ ମନ୍ଦିର
ପ୍ରସିଦ୍ଧ ଶୈବପୀଠ ଶ୍ରୀଦକ୍ଷେଶ୍ଵରଦେବ ମନ୍ଦିରରେ ଜାଗର ଯାତ୍ରା: ଜାଣନ୍ତୁ କେବେ ଉଠିବ ମହାଦୀପ?

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ସକାଳେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁରରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଯାଇଛି। ବାଣପୁର ତଥା ଓଡ଼ିଶାର ପ୍ରମୁଖ ଐତିହାସିକ ମନ୍ଦିର ଶ୍ରୀ ଶ୍ରୀ ଦକ୍ଷେଶ୍ୱର ମନ୍ଦିର ପରିସରରୁ ଏକ ବଡ଼ ଧରଣର ଚୋରି ହୋଇଯାଇଛି। ମନ୍ଦିରରୁ ୨୨ଟି ମୂର୍ତ୍ତି ଦୁର୍ବୃତ୍ତ ଚୋରି କରିନେଇଛନ୍ତି।

ସୂଚନା ମୁତାବକ ଆଜି ସକାଳ ୫:୪୫ ମିନିଟ ରେ ପୂଜକ ମନ୍ଦିର ମଧ୍ୟରେ ପ୍ରବେଶ କଲା ବେଳକୁ ମନ୍ଦିରର ମୁଖ୍ୟ କବାଟ ସହ ଗର୍ଭଗୃହର ଅନ୍ୟ ଦୁଇ କବାଟ ତାଲା ଭଙ୍ଗାଯାଇଥିବାର ଦେଖିବାକୁ ପାଇଥିଲେ। ୩୧ ଗୋଟି ମୂର୍ତ୍ତି ମଧ୍ୟରୁ ୨୨ ଗୋଟି ମୂର୍ତ୍ତି ଚୋରି ହୋଇଯାଇଥିବାର ପୂଜକ ଦେଖିଥିଲେ   ଯାହା ମଧ୍ୟରୁ ମା କନକଦୁର୍ଗା, ଗୋପୀନାଥ ଦେବ, କଳିଯୁଗେଶ୍ବର ଦେବ ଏବଂ ଚନ୍ଦ୍ରଶେଖର ଦେବ ଆଦି ପ୍ରମୁଖଙ୍କ ମୂର୍ତ୍ତି ରହିଛି। ପୂଜକ ସଙ୍ଗେ ସଙ୍ଗେ ଏ ଖବର ଦେବୋଦତ୍ତର କମିଟିକୁ ଜଣାଇବା ପରେ  ଦେବୋଦତ୍ତର କମିଟି ବାଣପୁର ପୋଲିସକୁ ତୁରନ୍ତ ସୂଚନା ଦେଇଥିଲେ।

ଘଟଣାସ୍ଥଳରେ ବାଣପୁର ଆଇଆଇସି ସଞ୍ଜୟ ପଟ୍ଟନାୟକ ସଦଳବଳେ ପହଁଚି ତନାଘନା ଆରମ୍ଭ କରିଦେବା ସହ ବିଭିନ୍ନ ଟିମ ତିଆରି କରି ତଦନ୍ତ ଜାରି ରଖିଛନ୍ତି। କିଛି ସମୟ ମଧ୍ୟରେ ସାଇଣ୍ଟିଫିକ ଟିମ ସହ ବିଭାଗୀୟ ଉଚ୍ଚ ଅଧିକାରୀ ପହଁଚିବେ ବୋଲି ସୂଚନା ଦେଇଛନ୍ତି ଆଇଆଇସି। ବର୍ତ୍ତମାନ ମନ୍ଦିର ପରିସରରେ ଏସ.ଆଇ ବିଜୟ ମଲ୍ଲିକ, ରାଜକିଶୋର ବେହେରା, ଏ.ଏସ.ଆଇ ବସନ୍ତ ପଟ୍ଟନାୟକ, ନମିତା ନାୟକ ଏବଂ ଅନ୍ୟ ପୋଲିସ ଅଧିକାରୀମାନେ ଘଟଣାର ଖୋଲତାଡ଼ ଆରମ୍ଭ କରୁଛନ୍ତି।

ସୂଚନା ଥାଉ କି ପୂର୍ବରୁ ମଧ୍ୟ ଦୁଇ ଥର ଉକ୍ତ ମନ୍ଦିରରୁ ଚୋରି ହୋଇଥିଲା। ତେବେ ଦେବୋଦତ୍ତର କମିଟି ଏବଂ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗର ଅବହେଳା ଲାଗି ଏହିପରି ଘଟଣା ବାରମ୍ବାର ଘଟୁଛି ବୋଲି ସ୍ଥାନୀୟବାସି ଅଭିଯୋଗ କରିଛନ୍ତି।

ଦକ୍ଷପ୍ରଜାପତି ମନ୍ଦିର ବଡ଼ ଧରଣର ଚୋରି ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଯୋଗାଣ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ: ୫୦୫ ଲିଟର ଡିଜେଲ ଜବତ

May 17, 2026

ୟୁଏଇରେ ନ୍ୟୁକ୍ଲିୟର ପ୍ଲାଣ୍ଟକୁ ଟାର୍ଗେଟ କରି ବଡ଼ ଡ୍ରୋନ୍ ଆକ୍ରମଣ

May 17, 2026

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026
Latest News

ଯୋଗାଣ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ: ୫୦୫ ଲିଟର ଡିଜେଲ ଜବତ

May 17, 2026

ୟୁଏଇରେ ନ୍ୟୁକ୍ଲିୟର ପ୍ଲାଣ୍ଟକୁ ଟାର୍ଗେଟ କରି ବଡ଼ ଡ୍ରୋନ୍ ଆକ୍ରମଣ

May 17, 2026

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.