Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ମା’ ହେଲେ ଏଗାର ବର୍ଷୀୟା ବାଳିକା
ଅପରାଧ

ମା’ ହେଲେ ଏଗାର ବର୍ଷୀୟା ବାଳିକା

December 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଯୋଧପୁର : ପଶ୍ଚିମ ରାଜସ୍ଥାନରେ ଅବସ୍ଥିତ ଯୋଧପୁର ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଏଠାରେ ଦୁଷ୍କର୍ମର ଶିକାର ହୋଇଥିବା 11 ବର୍ଷୀୟା ବାଳିକା ଏକପୁତ୍ର ସନ୍ତାନକୁ ଜନ୍ମଦେଇଛି । ଲୋକଲଜ୍ୟାକୁ ଭୟ କରି ଏହି ଘଟଣାକୁ ଚପାଇ ରଖିଥିବା ପରିବାର ଏବେ ଅଭିଯୁକ୍ତଙ୍କ ବିରୋଧରେ ମାମଲା ଦାଏର କରିଛନ୍ତି ।

ମିଳିଥିବା ସୂଚନା ଅନୁସାରେ ଦୁଷ୍କର୍ମର ଶିକାର ହୋଇଥିବା ବାଳିକା ଜଣକ ମାତ୍ର 11ବର୍ଷର ଓ ସେ ଷଷ୍ଠ ଶ୍ରେଣୀରେ ପଢୁଛନ୍ତି । ପ୍ରାୟ 9 ମାସ ପୂର୍ବେ ନାବାଳିକାକୁ ପଡୋଶୀର ଜଣେ ମୋବାଇଲ୍‌ ଦେଖାଇବା ବାହାନାରେ ତାକୁ ଘରକୁ ନେଇଯାଇଥିଲେ । ସେଠାରେ ସେ ନାବାଳିକା ସହ ଦୁଷ୍କର୍ମ କରିଥିଲା ।  ନାବାଳିକା ଜଣଙ୍କ ଭୟରେ ପରିବାର ଲୋକଙ୍କୁ ଏନେଇ କିଛି କହି ନ ଥିଲେ। ପରେ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ସେ ଗର୍ଭବତୀ ଥିବା ଜଣାପଡିଥିଲା। ପରିବାର ଲୋକଙ୍କ ଏହା ଜାଣିବା ପରେ ଆଶ୍ଚର୍ଯ୍ୟ ହେବା ସହ ଲୋକଲଜ୍ୟା ଭୟରେ ଚୁପ୍‌ ରହିଥିଲେ । ହାତରୁ ସମୟ ଚାଲିଯାଇଥିବାରୁ ନାବାଳିକାର ଗର୍ଭପାତ ମଧ୍ୟ କରାଇ ହୋଇନଥିଲା ।

ତେବେ ସୋମବାର ଦିନ ଯୋଧପୁରର ଏକ ହସ୍ପିଟାଲରେ ନାବାଳିକା ଜଣକ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଛନ୍ତି । ଏହାପରେ ନାବାଳିକାଙ୍କ ପରିବାର ଲୋକେ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ଥାନାରେ ମାମଲା ଦାଏର କରିଛନ୍ତି । ଭୋପାଲଗଢ ଥାନା ପୋଲିସ୍‌ ଏହି ମାମଲାରେ ଅଭିଯୁକ୍ତଙ୍କ ବିରୋଧରେ ପୋସ୍କୋ ଆକ୍ଟ ଅନ୍ତର୍ଗତ ବିଭିନ୍ନ ଧାରାରେ ମାମଲା ଦାଏର କରି ଯାଞ୍ଚ ଆରମ୍ଭକରିଛି । ତେବେ ନାବାଳିକା ଓ ତାଙ୍କ ଶିଶୁ ପୁତ୍ର ସୁସ୍ଥ ରହିଛନ୍ତି ।  (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026
Latest News

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.