Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଲୁଗାଁ ବାଇପାସରୁ ୩ ଜଣ ଲୁଟେରାଙ୍କୁ କାବୁ କରିଥିଲେ ଗ୍ରାମବାସୀ, ଆଜି ଧରା ହେଲେ ଆଉ ତିନି
ଅପରାଧ

ବାଲୁଗାଁ ବାଇପାସରୁ ୩ ଜଣ ଲୁଟେରାଙ୍କୁ କାବୁ କରିଥିଲେ ଗ୍ରାମବାସୀ, ଆଜି ଧରା ହେଲେ ଆଉ ତିନି

January 23, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଗତକାଲି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଖଡ଼ିକାପଲି ବ୍ରିଜ ନିକଟରେ ଏକ ଡକାୟତି ହୋଇଥିଲା। ଉକ୍ତ ଡକାୟତିରେ ସମ୍ପୃକ୍ତ ୭ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣଙ୍କୁ ଘଟଣାସ୍ଥଳରେ ସ୍ଥାନୀୟ ଲୋକମାନେ କାବୁ କରି ବାଲୁଗାଁ ପୋଲିସ ଜିମା ଦେଇଥିଲେ। ତେବେ ଆଜି ଆଉ ୩ ଜଣ ଅଭିଯୁକ୍ତଙ୍କୁ ବାଲୁଗାଁ ପୋଲିସ ଗିରଫ କରିଛି ଏବଂ ଲୁଟ ଦ୍ରବ୍ୟ ସେମାନଙ୍କ ନିକଟରୁ ବରାମଦ କରିଛି।

ଏ ନେଇ ଆଜି ଅପରାହ୍ନରେ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି। ଉକ୍ତ ସମ୍ମିଳନୀରେ ବାଲୁଗାଁ ଆଇଆଇସି ରମାକାନ୍ତ ମାହାଲିକ ଏବଂ ନାଭାଲ ଫାଣ୍ଡି ଅଧିକାରୀ ଗୋବିନ୍ଦ ଚନ୍ଦ୍ର ଗୌଡ଼ ମଧ୍ୟ ଉପସ୍ଥିତ ଥିଲେ।

ଏସଡିପିଓଙ୍କ ସୂଚନା ଅନୁଯାୟୀ, ଗତକାଲି ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଅଞ୍ଚଳର ଟ୍ରକ ଚାଳକ ଶଙ୍କର ସାହୁ ନିଜ ବନ୍ଧୁ ଶିଶିର ପ୍ରଧାନଙ୍କ ସହ ଚେନ୍ନାଇରୁ ଟ୍ରକ ନେଇ କଲିକତା ଯାଉଥିଲେ।  ତେବେ ଦୁହେଁ ପାଖାପାଖି ଦିବା ୧ ଘଟିକା ସମୟରେ ଗାଧୋଇବା ଉଦ୍ଦେଶ୍ୟରେ ଟ୍ରକଟିକୁ  ୧୬ ନମ୍ବର ଜାତୀୟ ରାଜପଥ ଖଡ଼ିକାପଲ୍ଲୀ ବ୍ରିଜ ନିକଟରେ ରଖିଥିଲେ। ସେହି ସମୟରେ ହଠାତ ଏକ ଅଟୋରେ ୭ ଜଣ ଲୁଟେରା ଆସି ଟ୍ରକ ଚାଳକ ଶଙ୍କର ଏବଂ ତାଙ୍କ ସାଙ୍ଗ ଶିଶିରଙ୍କୁ ଭୟଭୀତ କରାଇ ସେମାନଙ୍କଠାରୁ ନକଦ ୧୧ ହଜାର ଟଙ୍କା, ଗୋଟେ ମୋବାଇଲ ଫୋନ , ଗୋଟେ ଏଟିଏମ୍ କାର୍ଡ, ଗୋଟେ ଡ୍ରାଇଭିଙ୍ଗ ଲାଇସେନ୍ସ ଏବଂ ଟ୍ରକର ଚାବି ଛଡେଇନେଇଥିଲେ।

ତେବେ ଶଙ୍କର ଏବଂ ଶିଶିର ସହାୟତା ପାଇଁ ଚିତ୍କାର କରିବାରୁ ସ୍ଥାନୀୟ ଲୋକମାନେ ୩ ଜଣ ଲୁଟେରାଙ୍କୁ କାବୁ କରିନେଇଥିବା ସ୍ଥଳେ ଅଟୋ ଚାଳକଙ୍କ ସହ ଅନ୍ୟ ୩ ଜଣ ଲୁଟେରା ଅଟୋରେ କ୍ଷିପ୍ର ଗତିରେ ଫେରାର ହୋଇଯାଇଥିଲେ। ଗତକାଲି ବାଲୁଗାଁ ଥାନାରେ ଏନେଇ ୧୨/୨୧ ରେ କେସ ରୁଜୁ ହେବାପରେ ଏସଡିପିଓଙ୍କ ତତ୍ତ୍ବାବଧାନରେ ଆଇଆଇସି ରମାକାନ୍ତ ମାହାଲିକ ଏବଂ ନାଭାଲ ଫାଣ୍ଡି ଅଧିକାରୀ ଗୋବିନ୍ଦ ଚନ୍ଦ୍ର ଗୌଡ଼ ମିଳିତ ଭାବେ ଏକ ଟିମ ତିଆରି କରି ତୁରନ୍ତ ତଦନ୍ତ ଆରମ୍ଭ କରିଦେଇଥିଲେ। ତେବେ ମାମଲା ରୁଜୁ ହେବାର ବାର ଘଣ୍ଟା ମଧ୍ୟରେ ବାଲୁଗାଁ ପୋଲିସ ଅନ୍ୟ ୩ ଜଣ ଲୁଟେରାଙ୍କୁ ଧରିବା ସହ ସେମାନଙ୍କ ଠାରୁ ଗୋଟିଏ ମୋବାଇଲ ଫୋନ, ଗୋଟିଏ ଡ୍ରାଭିଙ୍ଗ ଲାଇସେନ୍ସ, ନଗଦ ୫ ହଜାର ଟଙ୍କା ଏବଂ ଗୋଟିଏ ଅଟୋ ଜବତ କରିଛି। ପୋଲିସ ପକ୍ଷରୁ ୬ ଜଣ ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଥିବା ସ୍ଥଳେ ଅଟୋ ଚାଳକଙ୍କୁ ଧରିବା ପାଇଁ ପୋଲିସ ତନାଘନା ତଦନ୍ତ ଜାରି ରଖିଛି ବୋଲି ସୂଚନା ଦେଇଛନ୍ତି ଏସଡିପିଓ ଶ୍ରୀ ବାରିକ।

ବାଲୁଗାଁ ଥାନା ବାଲୁଗାଁ ବାଇପାସ ସାମ୍ବାଦିକ ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.