Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପୁଣି ୨୬୫ ଗ୍ରାମର ବ୍ରାଉନ୍‌ସୁଗାର ଜବତ: ୩ କୋର୍ଟ ଚାଲାଣ
ଅପରାଧ

ପୁଣି ୨୬୫ ଗ୍ରାମର ବ୍ରାଉନ୍‌ସୁଗାର ଜବତ: ୩ କୋର୍ଟ ଚାଲାଣ

March 4, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
Delhi Police arrest Bhubaneswar youth over extremist posts
Delhi Police arrest Bhubaneswar youth over extremist posts

ଭଦ୍ରକ: ଭଦ୍ରକରେ ଧଳା ଜହର (ବ୍ରାଉନସୁଗାର) ଏବେ ସହରରୁ ଧୀରେ ଧୀରେ ଗ୍ରାମା ମୁହାଁ ହୋଇଛି। କାହିଁକି ନା ଗ୍ରାମାଞ୍ଚଳରେ ଥିବା ବହୁ ବେକାର ଯୁବକ ଏବେ ଖୁବ୍ କମ୍ ପରିଶ୍ରମରେ ବିନା ପୁଂଜି ଖଟାଇ ଏହି ନିଶା କାରବାରକୁ ବିପୁଳ ଅର୍ଥାଗମର ମାଧ୍ୟମ କରିଛନ୍ତି। ଯାହାର ପ୍ରମାଣ ଭଦ୍ରକ ଓ ଧୁଷୁରୀ ଥାନା ପୁଲିସ୍‌ର ମିଳିତ ଚଢାଉରୁ ପ୍ରମାଣିତ ହୋଇଛି।

କେନ୍ଦ୍ରୀୟ ଅବକାରୀ ବିଭାଗର ସ୍ପେଶାଲ ସ୍କ୍ୱାର୍ଡ ତିହିଡି ଅଂଚଳରୁ ଜଣେ ଯୁବକକୁ ୨୩ ଲକ୍ଷ ଟଙ୍କାର ୨୩୦ ଗ୍ରାମ ବ୍ରାଉନ୍‌ସୁଗାର ଜବତ କରିବାର ଦୁଇଦିନ ନଯାଉଣୁ ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ ୧.୨୦ ରେ ଭଦ୍ରକ ଓ ଧୁଷୁରୀ ଥାନା ପୁଲିସ୍ କୌଣସି ସୂତ୍ରରୁ ଖବର ପାଇ ଭଦ୍ରକରୁ ଏକ ସ୍କୁଟିରେ ଧୁଷୁରୀ ଆସୁଥିବା ୩ ଜଣ ଯୁବକଙ୍କୁ ୨୬୫ ଗ୍ରାମ ବ୍ରାଉନ୍‌ସୁଗାର ସହ ଅସୁରାଳି ଇଲେକ୍ଟ୍ରି ଷ୍ଟ୍ରକଚର ନିକଟରେ ଗିରଫ କରିଛନ୍ତି।

ଏହି ତିନିଜଣଙ୍କ ମଧ୍ୟରୁ ଧୁଷୁରୀ ଥାନା ଖପରପଦା ଗ୍ରାମନିବାସୀ କୈଳାସ ଚନ୍ଦ୍ର ସାହୁଙ୍କ ପୁତ୍ର ମଣି ଓରଫ ମଣିଭଦ୍ର (୪୬) ଠାରୁ ଏକ ପଲିଥିନରେ ଥିବା ୨୬୫ ଗ୍ରାମ ବ୍ରାଉନ୍‌ସୁଗାର ଉଦ୍ଧାର ହୋଇଥିଲା। ମଣିଭଦ୍ର ସହ ଥିବା ଅନ୍ୟ ଦୁଇଜଣ ହେଲେ ଭଦ୍ରକ ଗ୍ରାମାଞ୍ଚଳ ଥାନାର  ଜଗା ଓରଫ ନିରାକାର (୩୪) ଏବଂ ବାବୁଲି ଓରଫ ତ୍ରିଲୋଚନ (୪୨)।

ଏହି ତିନିଜଣଙ୍କ ଠାରୁ ପୁଲିସ୍ ଏକ କଳା ପଲିଥିନରେ ଥିବା ବ୍ରାଉନସୁଗାର ସହ ୧୨ ଟି ମୋବାଇଲ୍‌, ନଗଦ ୩୧ ହଜାର ୮ ଶହ ଟଙ୍କା, ୨୪୭ଟି କଟିଂ ପେପର, ୫୦ଟି ରବର ବ୍ୟାଣ୍ଡ, ତିନୋଟି କଇଁଚି, ଗୋଟିଏ ବ୍ଲେଡ୍ ସହ ସେମାନେ ବ୍ୟବହାର କରୁଥିବା ଓଡି-୨୨ଆର-୬୨୫୩ ନମ୍ବରର ସ୍କୁଟିଟିକୁ ଜବତ କରିଛନ୍ତି।

ଏହି ଚଢାଉରେ ଭଦ୍ରକ ଜିଲ୍ଲା ପୁଲିସ୍ ପ୍ରଶାସନର କେତେକ ଅଧିକାରୀଙ୍କ ସମେତ ଧୁଷୁରୀ ଥାନାଧିକାରୀ ପି.କେ. ସିଂ ସାମିଲ ଥିଲେ। ଏଡି ଘଟଣା ସଂପର୍କରେ  ସହରାଞ୍ଚଳ ଥାନାରେ ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଯତୀନ ପଣ୍ଡା ଗଣମାଧ୍ୟମକୁ ସୂଚନା ଦେବାକୁ ଯାଇ ଧୁଷୁରୀ ଥାନା କେଶ୍ ନଂ ୩୭/୨୧, ଦଫା ୨୧ (ଗ) / ୨୯ ଏନ୍‌ଡିପିଏସ୍ ଆକ୍ଟର ମୂଳେ ଆଜି କୋର୍ଟ ଚାଲାଣ କରାଯାଇଥିବାର ଜଣାପଡିଛି।

କୋର୍ଟ ଚାଲାଣ ଭଦ୍ରକ
Share. Facebook Twitter LinkedIn Email WhatsApp Copy Link

Related Posts

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026
Latest News

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.