Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବେଆଇନ ମଦ ବିକ୍ରି ଅଭିଯୋଗରେ ୨ ଜଣଙ୍କୁ ୩ ବର୍ଷ କାରାଦଣ୍ଡ
ଅପରାଧ

ବେଆଇନ ମଦ ବିକ୍ରି ଅଭିଯୋଗରେ ୨ ଜଣଙ୍କୁ ୩ ବର୍ଷ କାରାଦଣ୍ଡ

March 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Modi government destroyed the ISI-backed terror group Shahzad Bhatti Network
Modi government destroyed the ISI-backed terror group Shahzad Bhatti Network

ଭୁବନ: ବେଆଇନ ମଦ ବିକ୍ରି ଅଭିଯୋଗରେ ସ୍ଥାନୀୟ ଜେଏମଏଫସି କୋର୍ଟ ୨ ଜଣ ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ ଆଦେଶ ଦେଇଥିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।

ପ୍ରାପ୍ତ ଖବରରୁ ପ୍ରକାଶ ଯେ, ଭୁବନ ବ୍ଲକ ଅନ୍ତର୍ଗତ ମହୁଲପାଳ ଗ୍ରାମର ଜ୍ୟୋତିରଂଜନ ଜେନା ଓ ବେବିନା ଜେନା ବେଆଇନ ମଦ ବିକ୍ରି କରୁଥିବା ଖବର ପାଇ କାମାକ୍ଷାନଗର ଅବକାରୀ ବିଭାଗ ଏସ.ଆଇ ସ୍ୱପ୍ନାରାଣୀ ସାହୁ ଗତ ୮.୩.୨୦୧୯ ରିଖରେ ଚଢାଉ କରି ତାଙ୍କ ନିକଟରୁ ବିପୁଳ ପରିମାଣର ଦେଶୀ, ବିଦେଶୀ ମଦ ଜବତ କରିଥିଲେ।

ଏ ସଂପର୍କରେ ୨(ଏ)ସି.ସି କେଶ ନଂ-୩/୨୦୧୯ ର ଶୁଣାଣି କରି ଜେଏମଏଫସି ଶ୍ରୀଚନ୍ଦନ ଦାସ ଓଡିଶା ଏକସାଇଜ ଆକ୍ଟ ୨୦୦୮ ଦଫା ୫୨(ଏ)(ଆଇ) ଆଧାରରେ ଜ୍ୟୋତିରଂଜନ ଓ ବେବିନାଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଥିଲେ। ଜରିମାନା ଅନାଦୟ ଅଧିକ ୩ ମାସ ଜେଲଦଣ୍ଡ ପାଇଁ ଆଦେଶ ମଧ୍ୟ ଦେଇଥିଲେ। ସରକାରଙ୍କ ପକ୍ଷରୁ କ୍ୟାଡର ଏପିପି ମହେନ୍ଦ୍ର କୁମାର ମହାପାତ୍ର କେଶ ପରିଚାଳନା କରୁଥିବା ବେଳେ ନନ କ୍ୟାଡର ଏପିପି କେଶବ ଚନ୍ଦ୍ର ପଣ୍ଡା ସହାୟତା କରିଥିଲେ।

କାରାଦଣ୍ଡ ଜେଏମଏଫସି କୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

ହ୍ୱାଟ୍ସଆପ୍ ଗ୍ରୁପରେ ଇସ୍ତଫା ଘୋଷଣା, ପରଦିନ ଡିଲିଟ୍! ତିରୁବନନ୍ତପୁରମରେ ବିଜେପିକୁ ନେଇ ବଡ଼ ରାଜନୈତିକ ଝଡ଼

October 4, 2026
Latest News

ଘରେ ତିଆରି କରନ୍ତୁ ଭେଣ୍ଡି ହେୟାର୍ ସ୍ପା ଜେଲ୍: ବିନା କେମିକାଲ୍‌ରେ କେଶ ହେବ କେରାଟିନ୍ ପରି କୋମଳ ଓ ସିଧା

October 5, 2026

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

PF ଓ EPS ନେଇ ବଡ଼ ଭୁଲ କରୁଛନ୍ତି କି? ଚାକିରି ବଦଳ ପୂର୍ବରୁ ଜାଣନ୍ତୁ ଏହି ନିୟମ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.