Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସରକାରୀ ଅନୁଦାନ ହଡପ ଅଭିଯୋଗ ମାମଲା: ଦୁଇ ଶିକ୍ଷକଙ୍କୁ ୪ ବର୍ଷ ଲେଖାଏଁ ଜେଲ୍ ଦଣ୍ଡାଦେଶ
ଅପରାଧ

ସରକାରୀ ଅନୁଦାନ ହଡପ ଅଭିଯୋଗ ମାମଲା: ଦୁଇ ଶିକ୍ଷକଙ୍କୁ ୪ ବର୍ଷ ଲେଖାଏଁ ଜେଲ୍ ଦଣ୍ଡାଦେଶ

March 7, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାରେ ୧୭ ବର୍ଷ ସଶ୍ରମ କାରାଦଣ୍ଡ
ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାରେ ୧୭ ବର୍ଷ ସଶ୍ରମ କାରାଦଣ୍ଡ

କନ୍ଧମାଳ: ସରକାରୀ ଅର୍ଥ ହଡପ ଅଭିଯୋଗରେ ଆଜି ଫୁଲାବଣୀ ସ୍ୱତନ୍ତ୍ର ଭିଜିଲାନସ କୋର୍ଟ ଦୁଇ ଜଣ ଶିକ୍ଷକଙ୍କୁ ଚାରି ବର୍ଷ ଲେଖାଏଁ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।

ସୂଚନା ମୁତାବକ ୨୦୧୪ ମସିହାରେ କନ୍ଧମାଳ ଜିଲା ବାଲିଗୁଡା ବ୍ଲକର ଗୁମାକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ଶିକ୍ଷକ ସୀମାଂଚଳ ନାୟକଙ୍କ ବିରୋଧରେ ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ୬ ଲକ୍ଷ ଟଙ୍କାର ସରାକାରୀ ଅନୁଦାନ ଖର୍ଚ୍ଚ ନ କରି ଆତ୍ମସାତ କରିଥିବା ଅଭିଯେ୍‌ାଗ ହୋଇଥିଲା।

ଅଭିଯୋଗ ପ୍ରକାରେ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ କେସ ନଂ ୪୯ା୦୦୪ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିଲା। ତଦନ୍ତରେ ସୀମାଂଚଲ ଅର୍ଥ ହଡପ କରିଥିବା ସ୍ପଷ୍ଟ ହେବାରେ ତାଙ୍କ ବିରୋଧରେ ଫୁଲବାଣୀ ଭିଜିଲାନସ୍ ଅଦାଲତରେ ମାମଲା ଚାଲିଥିଲା। ଗତକାଲି ଏହି ମାମଲାର ଶୁଣାଣି କରି ଭିଜିଲାନ୍ସ ବିଚାରପତି ସତ୍ୟପୀର ମିଶ୍ର ଅଭିଯୁକ୍ତ ସୀମାଂଚଳଙ୍କୁ ୪ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୬ ଲକ୍ଷ ଟଙ୍କା ଜରିମାନା ଆଦେଶ ଦେଇଛନ୍ତି ଅଦାଲତ। ଜରିମାନା ଅନାଦେୟ ତାଙ୍କୁ ଆଉ ଏକ ବର୍ଷ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତଙ୍କ ରାୟରେ ଉଲ୍ଲେଖ ରହିଛି।

ସେହିଭଳି ଅନ୍ୟ ଏକ ମାମଲାରେ ଆଉ ଜଣେ ଶିକ୍ଷକ ଉମେଶ ଚନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ଅଦାଲତ ୪ ବର୍ଷ ଜେଲ ଦଣ୍ଡାଦେଶ ଶୁିଣାଇଛନ୍ତି। ଘଟଣା ପ୍ରକାରେ, ଶ୍ରୀ ପ୍ରଧାନ ଜି ଉଦୟଗିରି ବ୍ଲକ ଦଡପଡା ସେବାଶ୍ରମରେ ଶିକ୍ଷକ ଥିବା ବେଲେ ସ୍କୁଲ ଗୃହ ନିର୍ମାଣ ପାଇଁ ଆସିଥିବା ଏକ ଲକ୍ଷ ୫୫ ହଜାର ଟଙ୍କାର ସରକାରି ଅର୍ଥକୁ ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ କେସ ନଂ ୧୧ା୨୦୧୪ରେ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଇଥିଲା।

ଗତକାଲି ଏହି ଅଭିଯୋଗର ଶୁଣାଣୀ କରି ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଅଭିଯୁକ୍ତ ଉମେଶଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ତାଙ୍କୁ ୪ ବର୍ଷ ଜେଲ ଦଣ୍ଡ ଶୁଣାଇଛନ୍ତି। ଏଥିସହ ତାଙ୍କୁ ଏକ ଲକ୍ଷ ୫୫ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ତାଙ୍କୁ ଆଉ ଏକ ବର୍ଷ ଜେଲ ଭୋଗିବାକୁ ପଡିିବ ବୋଲି ଅଦାଲତ ସ୍ପଷ୍ଟ କରିଛନ୍ତି। ଉଭୟ ମାମଲାକୁ ସରକାରି ଅଧିବକ୍ତା ପ୍ରଦୀପ କୁମାର ଦୋରା ପରିଚାଳନା କରୁଥିଲେ।

ଜେଲ୍ ଦଣ୍ଡାଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.