Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସୁନା ଦୋକାନୀଙ୍କୁ ହତ୍ୟା ଓ ଲୁଟ୍ ମାମଲା: ୪ ଆନ୍ତଃରାଜ୍ୟ ଡକାୟତ ଗିରଫ, ଜଣେ ଅଟକ
ଅପରାଧ

ସୁନା ଦୋକାନୀଙ୍କୁ ହତ୍ୟା ଓ ଲୁଟ୍ ମାମଲା: ୪ ଆନ୍ତଃରାଜ୍ୟ ଡକାୟତ ଗିରଫ, ଜଣେ ଅଟକ

March 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅଂଚଳରେ ସୁନା ଦୋକାନୀଙ୍କୁ ଗୁଳି କରି ହତ୍ୟା ଏବଂ ଲୁଟ୍‌ ମାମଲାର ରହସ୍ୟ ଉନ୍ମୋଚନ କରିଛି ପୋଲିସ୍। ବିହାର ଓ ଝାଡ଼ଖଣ୍ଡ ରାଜ୍ୟର ୪ଜଣ ଆନ୍ତଃରାଜ୍ୟ ଡକାୟତଙ୍କୁ ଗିରଫ କରାଯାଇଥିବାବେଳେ ସେମାନଙ୍କ ନିକଟରୁ ହତ୍ୟାକାଣ୍ଡରେ ବ୍ୟବହୃତ ବନ୍ଧୁକ, ଗୁଳି, ୩ଶହ ଗ୍ରାମ ସୁନା, ନଗଦ ୨ଲକ୍ଷ ୭୫ହଜାର ଟଙ୍କା ଜବତ କରାଯାଇଛି।

ପୋଲିସ୍ ସୂଚନା ମୁତାବକ, ଚଳିତ ମାସ ୧ ତାରିଖ ଦିନ ବଡ଼ଗାଁ ଅଂଚଳର ସୁନା ଦୋକାନୀ ରୋହିତ କୁମାର ବର୍ମାଙ୍କୁ ୩ଜଣ ଦୁର୍ବୃଚା ଏକ ବାଇକ୍‌ରେ ଆସି ଗୁଳି ମାରିବା ସହ ସୁନାଗହଣା ଲୁଟି ନେଇଥିଲେ। ଅନ୍ୟପକ୍ଷରେ ଗୁଳିମାଡ଼ ଯୋଗୁଁ ରୋହିତଙ୍କ ମୃତ୍ୟୁ ଘଟିଥିଲା।

ଏନେଇ ବଡ଼ଗାଁ ଥାନା ପୋଲିସ୍ କେଶ୍ ନଂ ୩୯୪, ୩୯୭, ୩୦୨,୨୫(୧ବି ଏ), ୨୭ ଆର୍ମସ୍‌ ଆକ୍ଟରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରାଯାଇଥିଲା। ୩ଟି ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇ ଅପରାଧୀଙ୍କୁ ଗିରଫ କରିବାକୁ ଯୋଜନା ପ୍ରସ୍ତୁତ ହୋଇଥିଲା। ବିହାର, ଝାଡ଼ଖଣ୍ଡ ଏବଂ ଓଡ଼ିଶାର ମିଳିତ ଟାସ୍କଫୋର୍ସ, ସ୍ଥାନୀୟ ପୋଲିସ୍ ଏବଂ ସାଇବର୍ ଟିମ୍‌କୁ ନେଇ ଏକ ୩ଟି ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇ ଅପରାଧୀଙ୍କୁ ଧରିବାକୁ ଯୋଜନା କରାଯାଇଥିଲା।

ଘଟଣାର ୯ ଦିନ ପରେ ବିହାର ଏବଂ ଝାଡ଼ଖଣ୍ଡ ପୋଲିସ୍ ସହାୟତାରେ ପୋଲିସ୍ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅନ୍ୟ ଜଣେ ଅଭିଯୁକ୍ତ ସ୍ଥାନୀୟ ଅଂଚଳର ହୋଇଥିବାବେଳେ ତାଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ବିହାର, ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ଉକ୍ତ ଗ୍ୟାଙ୍ଗଟି ସକ୍ରିୟ ହୋଇ ଥିବା ସହ ସେମାନଙ୍କ ନାମରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଥିବା ଜଣାପଡ଼ିଛି।

ଘଟଣାର ତଦନ୍ତ ଜାରି ରହିଥିବାବେଳେ ସ୍ଥାନୀୟ ଅଂଚଳର ସମ୍ପୃକ୍ତି ସଂକ୍ରାନ୍ତରେ ମଧ୍ୟ ତଦନ୍ତ ଜାରି ରହିଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି।

ଗୁଳି କରି ହତ୍ୟା ଡ଼କାୟତ ଗିରଫ ସୁନା ଦୋକାନୀ
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ଷିତ ରାଣାଙ୍କ ବଦଳ ଖେଳାଳି ଘୋଷଣା କଲା ବିସିସିଆଇ: ସାମିଲ ହେଲେ ଏହି ଘାତକ ବୋଲର

February 7, 2026

ଓଡ଼ିଶା ଗସ୍ତରେ ଚେନ୍ନାଇ ଗଣମାଧ୍ୟମ ପ୍ରତିନିଧି ଦଳ

February 7, 2026

ସରକାରୀ କର୍ମଚାରୀଙ୍କ ଯାତ୍ରା ଭତ୍ତା ଦାବି ପାଇଁ ମୋଟର କ୍ୟାବ୍ ଭଡ଼ା ଦର ନିର୍ଦ୍ଧାରଣ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ

February 7, 2026

ସ୍ୱତନ୍ତ୍ର ଏଆଇ ପାର୍କ ପ୍ରତିଷ୍ଠା କରିବ ଓଡ଼ିଶା: ସର୍ବମ ସହିତ ସ୍ୱାକ୍ଷର କଲା ବୁଝାମଣାପତ୍ର

February 7, 2026
Latest News

ହର୍ଷିତ ରାଣାଙ୍କ ବଦଳ ଖେଳାଳି ଘୋଷଣା କଲା ବିସିସିଆଇ: ସାମିଲ ହେଲେ ଏହି ଘାତକ ବୋଲର

February 7, 2026

ଓଡ଼ିଶା ଗସ୍ତରେ ଚେନ୍ନାଇ ଗଣମାଧ୍ୟମ ପ୍ରତିନିଧି ଦଳ

February 7, 2026

ସରକାରୀ କର୍ମଚାରୀଙ୍କ ଯାତ୍ରା ଭତ୍ତା ଦାବି ପାଇଁ ମୋଟର କ୍ୟାବ୍ ଭଡ଼ା ଦର ନିର୍ଦ୍ଧାରଣ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ

February 7, 2026

ସ୍ୱତନ୍ତ୍ର ଏଆଇ ପାର୍କ ପ୍ରତିଷ୍ଠା କରିବ ଓଡ଼ିଶା: ସର୍ବମ ସହିତ ସ୍ୱାକ୍ଷର କଲା ବୁଝାମଣାପତ୍ର

February 7, 2026

ରାଜ୍ୟରେ ଶକ୍ତି ସଂରକ୍ଷଣ ପଦକ୍ଷେପକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.