Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କବାଟ ଭାଙ୍ଗି ସୁନା ଓ ଟଙ୍କା ଲୁଟ୍‌
ଅପରାଧ

କବାଟ ଭାଙ୍ଗି ସୁନା ଓ ଟଙ୍କା ଲୁଟ୍‌

March 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଦର ଥାନା
ଅଜଣା ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ସଦରଥାନା ଅଂଚଳ ବର୍ତ୍ତମାନ ଅସାମାଜିକ ତତ୍ତ୍ୱଙ୍କ ଆଡ୍ଡାସ୍ଥଳୀ ପାଲଟି ଯାଇଛି। ପ୍ରତିଦିନ ଏଠାରେ କୌଣସି ନାଁ କୌଣସି ଅଘଟଣର ସୂଚନା ମିଳୁଥିବାବେଳେ ଗତ ସପ୍ତାହ ମଧ୍ୟରେ ଏହା ଚରମ ସୀମାରେ ପହଞ୍ଚିଛି।

ସପ୍ତାହ ମଧ୍ୟରେ ଦୁଇଦୁଇଟି ହତ୍ୟା, ଡ଼ାକ୍ତରଙ୍କ ଆକ୍ରମଣ, ଆଇନଶୃଙ୍ଖଳା ଠିକ୍ ନଥିବାରୁ ରାସ୍ତାରୋକ ଆଦି ଘଟଣା ଘଟିବାରେ ଲାଗିଛି। ସଦ୍ୟ ଘଟଣାକ୍ରମେ ଏହି ଥାନା ଅନ୍ତର୍ଗତ ନିମଖଣ୍ଡି ଗ୍ରାମରୁ ଗତରାତିରେ କବାଟ ଭାଙ୍ଗି ଜନୈକ ବ୍ୟକ୍ତିଙ୍କ ଘରେ ଚୋରମାନେ କଳାକନା ବୁଲାଇ ଦେଇଛନ୍ତି।

ଘଟଣାରୁ ପ୍ରକାଶ ଯେ ଶୁକ୍ରବାର ମଧ୍ୟରାତ୍ର ସମୟରେ ସଦରଥାନା ଅନ୍ତର୍ଗତ ନିମଖଣ୍ଡି ଗ୍ରାମର ରଘୁନାଥ ମଠସାହିରେ ରହୁଥିବା ସୀମାଞ୍ଚଳ ସାମଲଙ୍କ ଘରର ପଛପଟ କବାଟ ଭାଙ୍ଗି ପଶିଥିଲେ । ଘର ମଧ୍ୟରେ ଥିବା ତିନି ତିନିଟା ଆଲମିରା ଭାଙ୍ଗି ପ୍ରାୟ ଦୁଇଲକ୍ଷ ଟଙ୍କାର ସୁନା ଅଳଙ୍କାର, ୫୦ହଜାର ନଗଦ ଟଙ୍କା ଏବଂ ରୂପା ସାମଗ୍ରୀ ଚୋରି କରି ନେଇଯାଇଥିଲେ। ପରେ ଏନେଇ ସଦରଥାନାରେ ଅଭିଯୋଗ ହେବା ପରେ ଥାନା କେସ ନଂ ୬୩/୨୧ରେ ତଦନ୍ତ ଆରମ୍ଭ ହୋଇଥିଲା। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି।

ତେବେ ଗତକାଲି ଘରର ମୂରବି ସୀମାଞ୍ଚଳ ଘରେ ନଥିବା ବେଳେ ଘରେ କେବଳ ତାଙ୍କର ବୋହୂ ରହୁଥିଲା। ଏହାର ସୁରାକ୍ ପାଇ ଚୋରମାନେ ଘରେ କଳାକନା ବୁଲାଇଥିବା ଆଶଙ୍କା କରାଯାଉଛି। ତେବେ ସଦରଥାନା ଅଂଚଳରେ ପେଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି ନହେବାରୁ ଦିନକୁ ଦିନ ଏଭଳି ଘଟଣାମାନ ଘଟିବାରେ ଲାଗିଛି।

ବ୍ରହ୍ମପୁର ସଦରଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026
Latest News

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.