Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଥାନା ପାଖରେ ଥିବା ଦୋକାନରୁ ଲୁଟ୍‌
ଅପରାଧ

ଥାନା ପାଖରେ ଥିବା ଦୋକାନରୁ ଲୁଟ୍‌

March 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ୍ୟ। ଥାନାଠାରୁ ପ୍ରାୟ ୧୦୦ ମିଟର ଦୂରରେ ଥିବା ଦୋକାନକୁ ଲୁଟେରା କରିଛନ୍ତି ଟାର୍ଗେଟ୍। ରାତ୍ରି ସମୟରେ ସଟର ଭାଙ୍ଗି ଲୁଟି ନେଇଛନ୍ତି ଟଙ୍କା ଏବଂ ଅନ୍ୟାନ୍ୟ ସାମଗ୍ରୀ। କୋର୍ଟପେଟା ଛକ ରୋହିଣୀ ଡ଼ାଇଗ୍ନୋଷ୍ଟିକ୍ ଓ ଆର୍ଯ୍ୟଭଟ୍ଟ ଶିକ୍ଷାନୁଷ୍ଠାନ ପାଖରେ ଥିବା ଦୋକାନରୁ ଗତକାଲି ରାତିରେ କିଛି ଦୁବୃର୍ତ୍ତ ସଟର ତାଲା ଭାଙ୍ଗି ଟଙ୍କା ସହ ଅନ୍ୟାନ୍ୟ ସାମଗ୍ରୀ ଚୋରି କରି ନେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି।

ଏତେ ଉଚ୍ଚ ସୁରକ୍ଷା ସଂପନ୍ନ ଅଂଚଳରେ ମଧ୍ୟ ଚୋରମାନେ ନିର୍ଭୟରେ କିଭଳି ଏହି ଦୋକାନର ସଟର ଭାଙ୍ଗି ଲୁଟ୍ କଲେ ତାହା ଆଶ୍ଚର୍ଯ୍ୟ ଲାଗୁଛି। ଯଦି ପୋଲିସର ନାକନିଶ ତଳେ ଏଭଳି ଲୁଟ୍ ହେବ ତେବେ ସାହି ସାହି ମଧ୍ୟର ଅବସ୍ଥା କ’ଣ ହେବ ଲୋକେ ଭୟଭୀତ ହେଉଛନ୍ତି।

ସୂଚନାଯୋଗ୍ୟ ଏହି ଦୋକାନକୁ ଲାଗି ରାଜାରାଣୀ କମ୍ପେ୍ଲକ୍ସ ଓ ଆଇସିଆଇସିଆଇ ବ୍ୟାଙ୍କ ରହିଛି। ଏହି ଦୁଇ ଅନୁଷ୍ଠାନରେ ରାତ୍ରୀକାଳୀନ ସିକ୍ୟୁରିଟି ଗାର୍ଡ଼ ମଧ୍ୟ ଜଗି ରହୁଛନ୍ତି। ଏସବୁ ସତ୍ତ୍ୱେ ଚୋରମାନେ ନିର୍ଭୟରେ ତାହା ସାହସିକତାର ପରିଚୟ ଦେଇଛନ୍ତି। ଏହାକୁ ଦେଖିଲେ ପୋଲିସ୍‌ର କାର୍ଯ୍ୟଦକ୍ଷତା ଏବଂ ପେଟ୍ରୋଲିଂ ବ୍ୟବସ୍ଥା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ଗତକିଛି ଦିନ ହେଲା ଏହି ଥାନା ଅଂଚଳରେ ଚୋରି ସଂଖ୍ୟା ମାତ୍ରାଧିକ ବୃଦ୍ଧି ପାଇଥିବା ଯୋଗୁଁ ପୋଲିସ୍‌ର ନିଦ ହଜାଇ ଦେଇଛି। ବୈଦ୍ୟନାଥପୁର ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଥିବାବେଳେ ଦୋକାନ ମଧ୍ୟରୁ ୫ ହଜାର ଟଙ୍କା ଏବଂ ଅନ୍ୟାନ୍ୟ ସାମଗ୍ରୀ ଚୋରି ହୋଇଥିବା ନେଇ ଥାନାରେ ମାମଲା ରୁଜୁ ହୋଇଛି।

ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଖୋର୍ଦ୍ଧା ଓ ବାଣପୁର ସମେତ ୨୪ଟି ସ୍ଥାନର ନାମ ହେବ ସଂଶୋଧନ, ରାଜସ୍ବ ବିଭାଗରୁ ବାହାରିଲା ବିଜ୍ଞପ୍ତି

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026
Latest News

“ଭାରତ ରୁଷରୁ ତେଲ କିଣିବ ନାହିଁ”: ଜାଣନ୍ତୁ ଟ୍ରମ୍ପଙ୍କ ଦାବି ଉପରେ ଭାରତ କ’ଣ କହିଲା?

February 5, 2026

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ପୁନର୍ବାର ହେବ ବିହାର ନିର୍ବାଚନ?: ସୁପ୍ରିମକୋର୍ଟରେ ଏହି ଅଭିଯୋଗ କଲା ପ୍ରଶାନ୍ତ କିଶୋରଙ୍କ ଜନସୁରାଜ

February 5, 2026

ଇତିହାସର ପୁନରାବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉତ୍ତର ବିନା ଲୋକସଭାରେ ଧନ୍ୟବାଦ ପ୍ରସ୍ତାବ ଗୃହୀତ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.