Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଟାଙ୍ଗୀ ଅତିରିକ୍ତ ତହସିଲଦାରଙ୍କୁ ହତ୍ୟା ଧମକ ଦେଇ ପଥର ବୋଝେଇ ଟ୍ରାକ୍ଟର ଛଡାଇନେଲେ ଖଣି ମାଫିଆ
ଅପରାଧ

ଟାଙ୍ଗୀ ଅତିରିକ୍ତ ତହସିଲଦାରଙ୍କୁ ହତ୍ୟା ଧମକ ଦେଇ ପଥର ବୋଝେଇ ଟ୍ରାକ୍ଟର ଛଡାଇନେଲେ ଖଣି ମାଫିଆ

April 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଟାଙ୍ଗୀ ତହସିଲ ଅଞ୍ଚଳରେ ଖଣି ମାଫିଆମାନଙ୍କ ଦିନକୁ ଦିନ ଗୁଣ୍ଡାରାଜ ଦେଖିବାକୁ ମିଳିଛି। ଅତିରିକ୍ତ ତହସିଲଦାରଙ୍କୁ ଖଣି ମାଫିଆମାନେ ଅଶ୍ରାବ୍ୟ ଭାଷାରେ ଗାଳି କରିବା ସହ ଜୀବନରୁ ମାରିଦେବା ପାଇଁ ଧମକ ଦେଇଥିବା ଅଭିଯୋଗ ହୋଇଛି। ଏତଦବ୍ୟତୀତ ଅତିରିକ୍ତ ତହସିଲଦାରଙ୍କ ନିକଟରୁ ବଳପୂର୍ବକ ପଥର ବୋଝେଇ ୪ ଟି ଟ୍ରାକ୍ଟର ଛଡାଇ ନେଇଥିବା ମଧ୍ୟ ଅଭିଯୋଗ ହୋଇଛି।

ଅଭିଯୋଗ ମୁତାବକ, ଗତକାଲି କୌଣସି ସୂତ୍ରରୁ ଖବର ପାଇ ଟାଙ୍ଗୀ ଅତିରିକ୍ତ ତହସିଲଦାର ରସୁଲପୁର ପଥର ଖଣିରେ ଚଢାଉ କରିଥିଲେ। ସେଠାରେ ୨୫ ରୁ ଉର୍ଦ୍ଧ୍ଵ ଖଣି ମାଫିଆମାନେ ଅଶ୍ରାବ୍ୟ ଭାଷାରେ ଗାଳି କରିବା ସହ ଅତିରିକ୍ତ ତହସିଲଦାରଙ୍କୁ ହତ୍ୟା ଧମକ ଦେଇଥିଲେ। କେବଳ ସେତିକି ନୁହେଁ, ଜବତ ହୋଇଥିବା ପଥର ବୋଝେଇ ୪ ଟି ଟ୍ରାକ୍ଟରକୁ ଖଣି ମାଫିଆମାନେ ବଳପୂର୍ବକ ଛଡାଇ ନେଇ ଫେରାର ହୋଇଯାଇଥିଲେ। ପରେ ଅତିରିକ୍ତ ତହସିଲଦାର ଏନେଇ ଟାଙ୍ଗୀ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ଖବର ପାଇ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଗିରଫ ଭୟରେ ପଥର ମାଫିଆ ଫେରାର ହୋଇ ଯାଇଛନ୍ତି।

ତେବେ ଟାଙ୍ଗୀ  ତହସିଲରେ ଏଭଳି  ଆକ୍ରମଣ ଘଟଣା ନୂଆ କଥା ନୁହେଁ। ଏହି ଘଟଣାକୁ ମିଶାଇ ୩ ଜଣ ତହସିଲଦାରଙ୍କ ଉପରେ ମଧ୍ୟ ପଥର ମାଫିଆମାନେ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ଅତିରିକ୍ତ ତହସିଲଦାର ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ତହସିଲ
Share. Facebook Twitter LinkedIn Email WhatsApp Copy Link

Related Posts

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Latest News

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.