Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଛତିଶଗଡ ସୀମା ସିଲ୍: କଳାବଜାରୀ ମାଲେମାଲ୍, ଖାଉଟୀ ହନ୍ତସନ୍ତ
ଅପରାଧ

ଛତିଶଗଡ ସୀମା ସିଲ୍: କଳାବଜାରୀ ମାଲେମାଲ୍, ଖାଉଟୀ ହନ୍ତସନ୍ତ

April 18, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ସୀମା ସିଲ ହେବା ଫଳରେ ଛତିଶଗଡର ରାୟପୁର ଓ ନାଗପୁର ଉପରେ ଭରସା କରୁଥିବା କଳାହାଣ୍ଡିର ସୀମାନ୍ତ ଅଂଚଳର ଖୁଚୁରା ବ୍ୟବସାୟୀ ଓ ଖାଉଟି ମାନେ ବେଶ ପ୍ରଭାବିତ ହୋଇଥିବା ଜଣାପଡିଛି। ଯାହାଫଳରେ ଅସାଧୁ ବ୍ୟବସାୟୀମାନେ ଗଳା ବାଟ ଖୋଜୁଥିବା ମଧ୍ୟ ଚର୍ଚ୍ଚା ହେଉଛି।

ବିଶେଷ କରି ନାଗପୁରରୁ ଫଳ, ପିଆଜ, ଚିନି ଇତ୍ୟାଦି ରାୟପୁର ମଧ୍ୟ ଦେଇ ଆସୁଥିବା ବେଳେ ଚାଉଳ, ଡାଲି, ଖାଇବା ତେଲ ଇତ୍ୟାଦି ରାୟପୁର ବଜାରରୁ ଧର୍ମଗଡ, ଜୁନାଗଡ ଅଂଚଳ ସମେତ ସମସ୍ତ ସୀମାନ୍ତବର୍ତ୍ତୀ ଅଂଚଳକୁ ଯୋଗାଣ ହୋଇଥାଏ।

ସେହିପରି କଳାହାଣ୍ଡି ଅଂଚଳରୁ ଭାଙ୍ଗ, ଗୁଡାଖୁ ଭଲି ଅନ୍ୟାନ୍ୟ ସାମଗ୍ରୀ ଉପରେ ରାୟପୁର ଅଂଚଳର ଖାଉଟୀ ନିର୍ଭର କରିଥାନ୍ତି। ସୀମା ସିଲ ହେବା ପରେ ବର୍ତ୍ତମାନ କେତେକ ଅସାଧୁ କଳାବଜାରୀ ବିଭିନ୍ନ ସାମଗ୍ରୀକୁ ଗୋଦାମରେ ଗଚ୍ଛିତ ରଖି ଦେଇ ଚଢାଦାମରେ ବିକ୍ରୀ କରୁଥିବା ଚର୍ଚ୍ଚା ହେଉଛି।

କଳାହାଣ୍ଡିର ସୀମାନ୍ତ ସନ୍ଧିକୁଲିହାରୀ ଠାରେ ମୂଖ୍ୟ ରାସ୍ତାକୁ କଳାହାଣ୍ଡି ଜିଲ୍ଲା ପ୍ରଶାସନ ଓ ଛତିଶଗଡର ଗରିଆବନ୍ଧ ର ଜିଲ୍ଲା ପ୍ରଶାସନ ସିଲ କରିଦେଇ ଗାଡି ଚଳାଚଳ ଉପରେ କଟକଣା କରିଦେବା ଫଳରେ ଚୋରା ବେପାରୀ ଓ ଅସାଧୂ ବ୍ୟବସାୟୀମାନେ ଗଳାବାଟ ଖୋଜି କଳାବଜାର କରୁଥିବା ଚର୍ଚ୍ଚା ହେଉଛି। କଳାହାଣ୍ଡିର ସୀମାନ୍ତ ଧର୍ମଗଡ ଓ ଜୁନାଗଡ ସହରରେ ଏହାର ଯଥେଷ୍ଟ ପ୍ରଭାବ ପଡିଥିବା ବେଳେ ଚିନି. ଡାଲି, ଖାଇବା ତେଲ ଭଲି ଅତ୍ୟାବଶ୍ୟକୀୟ ଖାଇବା ସାମଗ୍ରୀ ଗୁଡିକର ପାଇକାରୀ ଦରରେ କୋଡିଏରୁ ତିରିଶ ଟଙ୍କା ଅଧିକ ମୂଲ୍ୟ ବଢିଯାଇଥିବା ବେଳେ ଖୁଚୁରା ଦରରେ ଦଶରୁ ପଚାଶ ଟଙ୍କା ମୂଲ୍ୟ ବଢିଯାଇଥିବା ଜଣାପଡିଛି। ଯାହାଫଳରେ ସାଧାରଣ ଖାଉଟି ଉପରେ ସିଧାସଳଖ ପ୍ରଭାବ ପଡୁଛି।

ସେହିପରି ଜୁନାଗଡ, ଭବାନୀପାଟଣା ଆଦି ଅଂଚଳରୁ ଭାଙ୍ଗ, ଖଇନି, ଗୁଡାଖୂ ଭଲି ସାମଗ୍ରୀ ସଂପୃକ୍ତ ଅଂଚଳରେ ଉପଲବ୍ଧ ହେଉନଥିବା ଖାଉଟି ମହଲରେ ଆଲୋଚନା ହେଉଛି। ଏସବୁ ସାମଗ୍ରୀ ଅସାଧୁ ବେପାରୀ ମାନଙ୍କ ଦ୍ୱାରା ଛତିଶଗଡ ତଥା ଅନ୍ୟାନ୍ୟ ଅଂଚଳକୁ ଗଳାବାଟ ଦେଇ ଚୋରାଚାଲାଣ କରାଯାଉଥିବା ସନ୍ଦେହ ପ୍ରକାଶ ପାଇବାରେ ଲାଗିଛି। ପ୍ରଶାସନ ପକ୍ଷରୁ ଏସବୁ ପ୍ରତି ଦୃଷ୍ଟି ଦେଇ ଆବଶ୍ୟକୀୟ ପଦକ୍ଷେପ ନେବାକୁ ସାଧାରଣରେ ଦାବୀ ହେଉଛି।

କଳାବଜାରୀ ଛତିଶଗଡ ସୀମା ସିଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026
Latest News

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.