Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ରାମେଶ୍ୱର ଛକ ନିକଟରୁ ୫.୫ ଲକ୍ଷ ଲୁଟ୍ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ: ୩ ଗିରଫ
ଅପରାଧ

ରାମେଶ୍ୱର ଛକ ନିକଟରୁ ୫.୫ ଲକ୍ଷ ଲୁଟ୍ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ: ୩ ଗିରଫ

April 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥରେ ବନ୍ଧୁକ ଦେଖାଇ ଲୁଟ୍ ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାକୁ ନେଇ ଜଙ୍କିଆ ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଏହାପରେ ଖୋର୍ଦ୍ଧା ଏସପିଙ୍କ  ନିର୍ଦ୍ଦେଶରେ ଖୋର୍ଦ୍ଧା ଏସଡ଼ିପିଓ ସୁଶୀଲ ମିଶ୍ର, ଜଙ୍କିଆ ଆଇଆଇସି ସତ୍ୟବ୍ରତ ଲେଙ୍କା, ନିରାକାରପୁର ଆଇଆଇସି ଭବାନୀ ଶଙ୍କର ଖୁଣ୍ଟିଆ ଏବଂ ଅନ୍ୟ ପୋଲିସ କର୍ମଚାରୀଙ୍କୁ ନେଇ ଏକ ଟିମ୍ ଗଠନ କରାଯାଇ ବିଭିନ ସ୍ଥାନରେ ଚଢ଼ାଉ ଜାରି ରହିଥିଲା

ତେବେ ଗତକାଲି ଲୁଟ ଘଟଣାରେ ସମ୍ପୃକ୍ତ ଥିବା ୩ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ନିକଟରୁ ୧ ଲକ୍ଷ୍ୟ ୧୦ ହଜାର ୩ ଶହ ୮୦ ଟଙ୍କା, ଗୋଟିଏ ଦେଶୀ ବନ୍ଧୁକ, ଦୁଇଟି ଗୁଳି, ଗୋଟେ ଖଣ୍ଡା, ୫ଟି  ମୋବାଇଲ ଏବଂ ୩ଟି ମଟରସାଇକେଲ ଜବତ ହୋଇଛି। ଏନେଇ ଖୋର୍ଦ୍ଧା ଏସପି ରାଜକିଶୋର ଦୋରା ଆଜି ମଧ୍ୟାହ୍ନରେ ଜଙ୍କିଆ ଥାନାରେ ଏକ ପ୍ରେସମିଟ ଜରିଆରେ ଜଣାଇଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ଗତ ୧୫ ତାରିଖ ଦିନ ପାଇକରାୟ ପେଟ୍ରୋଲ ପମ୍ପର ୨ ଜଣ କର୍ମଚାରୀ ଏକ ସ୍କୁଟିରେ ଟଙ୍କା ଜମା କରିବା ପାଇଁ ନିକଟସ୍ଥ ପଂଜାବ ନାସନାଲ ବ୍ୟାଙ୍କକୁ ଯାଉଥିଲେ। ପେଟ୍ରୋଲ ଟାଙ୍କି ଠାରୁ ମାତ୍ର ୧.୫୦  କିଲୋମିଟର ରାସ୍ତା ଯାଇଥିବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ଲୁଟେରାମାନେ ୨ ଟି ପଲସର ବାଇକ୍ ରେ ଆସି ସ୍କୁଟିକୁ ଗୋଇଠା ମାରିଥିଲେ। ଫଳରେ ସ୍କୁଟିଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ଵକୁ ଖସି ଯାଇଥିଲା। ପରେ ଲୁଟେରାମାନେ ଚାଳକଙ୍କୁ ଭୁଜାଲି ଓ  ପିସ୍ତଲ ଦେଖାଇ ସ୍କୁଟି ଚାବି ଛଡାଇ ନେଇଯାଇଥିଲେ। ଏବଂ ସ୍କୁଟି ଡିକିରୁ ୫ ଲକ୍ଷ  ୫୦ ହଜାର ଟଙ୍କା ଲୁଟି ନେଇଥିଲେ।

ପର୍ଦ୍ଦାଫାଶ ପେଟ୍ରୋଲ ପମ୍ପ ରାମେଶ୍ୱର ଲୁଟ୍ ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026
Latest News

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026

“ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ”: ସର୍ବଦଳୀୟ ବୈଠକରେ କହିଲେ ସରକାର

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.