Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଲୁଗାଁରେ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆ,ବସ ଭିତରୁ ଧରିଲା ଅବକାରୀ ବିଭାଗ: ଦୁଇ ଗିରଫ
ଅପରାଧ

ବାଲୁଗାଁରେ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆ,ବସ ଭିତରୁ ଧରିଲା ଅବକାରୀ ବିଭାଗ: ଦୁଇ ଗିରଫ

April 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆନ୍ତରାଜ୍ୟ ଚୋରା ଗଞ୍ଜେଇ ଚାଲାଣକାରୀ ଗ୍ୟାଙ୍ଗର ସଦସ୍ୟଙ୍କୁ ଧରିବାରେ ସଫଳ ହୋଇଛି ବାଲୁଗାଁ ଅବକାରୀ ବିଭାଗ। ହସ୍ତଗତ ତଥ୍ୟ ଅନୁଯାୟୀ ସୁଦୂର ମାଲକାନଗିରିରୁ ଖୋର୍ଦ୍ଧା ଜିଲ୍ଲା ଦେଇ ବସ ଯୋଗେ ଚୋରାରେ ଗଞ୍ଜେଇ ଚାଲାଣ ରାଜ୍ୟ ବାହାରର ବିଭିନ୍ନ ଅଞ୍ଚଳକୁ ପଠାଯାଉଥିଲା। ପୂର୍ବରୁ ଏହି ଖବର ବାଲୁଗାଁ ଅବକାରୀ ବିଭାଗ ପାଖରେ ପହଞ୍ଚିଥିଲା।

ଏହି ପରିପ୍ରେକ୍ଷୀରେ ଆଜି ସକାଳୁ ଟାଙ୍ଗୀ ଅବକାରୀ ନିରୀକ୍ଷକ ଆଲୋକ ପ୍ରଧାନ ଏବଂ ବାଲୁଗାଁ ଅବକାରୀ ଉପ ନିରୀକ୍ଷକ ମନୋଜ ବାରିକଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ନାଭାଲ ଛକ ଏବଂ ଟାଙ୍ଗୀ ଥାନା ଅନ୍ତର୍ଗତ କୁହୁଡି ବସ ଷ୍ଟାଣ୍ଡରେ ପୃଥକ ପୃଥକ ଭାବେ ଚଢ଼ାଉ କରାଯାଇଥିଲା।

ଭୋର ଚାରି ଟାରୁ ଦିନ ୯ ଘଟିକା ଯାଏଁ ଉକ୍ତ ଚଢ଼ାଉ ଜାରି ରହିଥିଲା। ଏହି ସମୟରେ ନାଭାଲ ଛକରେ ମାଲକାନଗିରିରୁ ଆସୁଥିବା ଏକ ଓଏସଆରଟିସି ବସ ମଧ୍ୟରୁ ଉତ୍ତରପ୍ରଦେଶ ହାଥରସ ଜିଲ୍ଲାର ବୁଲବୁଲ ବେଗମ(୩୮) ଙ୍କ ନିକଟରୁ ୭ କେଜି ୧୦୦ ଗ୍ରାମ ଏବଂ କୁହୁଡି ବସ ଷ୍ଟାଣ୍ଡରୁ ଜୟପୁରରୁ ଆସୁଥିବା ଦିଲଦାର ବସରୁ ବିହାର ପଶ୍ଚିମ ଚମ୍ପାରନ ଜିଲ୍ଲାର ନଜିର ଅହମ୍ମଦ(୩୭)ଙ୍କ ନିକଟରୁ ୫ କେଜି ୧୦୦ ଗ୍ରାମ ଗଞ୍ଜେଇ ଅବକାରୀ ବିଭାଗ ଜବତ କରିଛି।

ପୂର୍ବରୁ ଦୁହେଁ ଏକାଧିକ ଥର ଓଡ଼ିଶା ଆସି ଏହିପରି ଭାବେ ଚୋରାରେ ବସ ଯୋଗେ ଅନ୍ୟ ରାଜ୍ୟକୁ ଗଞ୍ଜେଇ ଚାଲାଣ କରିଥିବାର ସ୍ୱୀକାର କରିଛନ୍ତି। ତେବେ ଉଭୟଙ୍କ ବିରୁଦ୍ଧରେ କେସ ନମ୍ବର ୪ ଏବଂ ୯ ରେ ଦୁଇ ଗୋଟି ମାମଲା ରୁଜୁ କରଯାଇଅଛି ଏବଂ ଆଜି ଉଭୟଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ସୂଚନା ମିଳିଛି।

ତେବେ ଏହା ଏକ ବଡ଼ ରାକେଟ ଏବଂ ଏମାନଙ୍କ ସହ କିଏ କିଏ ସାମିଲ ଥାଇ ଅନ୍ୟ ରାଜ୍ୟକୁ ଗଞ୍ଜେଇ ଯିବାରେ ସହଯୋଗ କରୁଛନ୍ତି ତାଙ୍କୁ ଖୁବଶୀଘ୍ର ଧରାଯିବ ବୋଲି ଅବକାରୀ ନିରୀକ୍ଷକ ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି।

ଆନ୍ତରାଜ୍ୟ ଚୋର ଦୁଇ ଗିରଫ ବାଲୁଗାଁ ଅବକାରୀ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.