Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଲକ୍ଷାଧିକ ଟଙ୍କା ବାଟ ମାରଣା ଅଭିଯୋଗ: ଦୋଷ ସ୍ୱୀକାର କରିଥିବା ଜିଆରଏସଙ୍କ ଉପରେ କେବେ କାର୍ଯ୍ୟାନୁଷ୍ଠାନ
ଅପରାଧ

ଲକ୍ଷାଧିକ ଟଙ୍କା ବାଟ ମାରଣା ଅଭିଯୋଗ: ଦୋଷ ସ୍ୱୀକାର କରିଥିବା ଜିଆରଏସଙ୍କ ଉପରେ କେବେ କାର୍ଯ୍ୟାନୁଷ୍ଠାନ

May 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା

କଳାହାଣ୍ଡି: ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମାଳିଗାଁ ଗ୍ରାମପଞ୍ଚାୟତରେ ୨୦ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ବାଟ ମାରଣା ହୋଇଥିବା ଅଭିଯୋଗ ବର୍ତ୍ତମାନ ଭିନ୍ନ ମୋଡ଼ ନେବାରେ ଲାଗିଛି। ହିତାଧିକାରୀମାନଙ୍କୁ ବାରମ୍ବାର ପୋଲିସ ଡ଼ାକି ପଚରା ଉଚୁରା ଜାରି ରଖିଥିବା ବେଳେ, ହିତାଧିକାରୀ ଶ୍ରମିକମାନଙ୍କୁ ଅଭିଯୁକ୍ତ ମାନେ ବନ୍ଧାହୋଇ ଫେରିଲା ପରେ ଆକ୍ରମଣ କରିବାକୁ ଧମକ ଦେଉଥିବା ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ

ରାମପୁର ଥାନା କେସ୍ ନମ୍ବର ୪୩/୨୦୨୧ ଅନୁଯାୟୀ ୪୨୦, ୪୬୭, ୪୬୮ ଏବଂ ୩୪ ଆଇପିସି ଧାରାରେ ୩ଜଣ ଅଭିଯୁକ୍ତ ଜେଲ ଯାଇଥିବା ବେଳେ ୨୦ ଲକ୍ଷ ଟଙ୍କା କେମିତି ହଡ଼ପକାରୀମାନଙ୍କ ଠାରୁ ଆଦାୟ କରାଯିବ ପ୍ରଶାସନର ମୁଣ୍ଡ ବିନ୍ଧାର କାରଣ ପାଲଟିଛି।

ଏପରି ସ୍ଥଳେ ସବୁଠୁ ଗୁରୁତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଜିଆରଏସ ତଥା ଗ୍ରାମ ରୋଜଗାର ସେବକ ଆଦବାରୁ ମାଝୀ ଅନାୟାସରେ ଘୁରି ବୁଲୁଛନ୍ତି। ତାଙ୍କର ଭୂମିକା ସନ୍ଦେହ ଘେରରେ ରହିଥିବା ବେଳେ ତାଙ୍କ ପାଖକୁ ଆଇନର ଲମ୍ବାହାତ କିପରି ପହଞ୍ଚି ପାରୁ ନାହିଁ ତାହା ଏଠାରେ ପ୍ରଶ୍ନବାଚି ସୃଷ୍ଟି କରୁଛି। ସମ୍ପୂର୍ଣ୍ଣ ଘଟଣାବଳୀକୁ ନିରିଖେଇ ଦେଖିଲେ ଜିଆରଏସ ଆଦବାରୁ ମାଝୀଙ୍କ ଭୂମିକା ସନ୍ଦେହ ଘେରରେ ରହିଥିବା ଜଳ ଜଳ ହୋଇ ବାରିହୋଇ ପଡୁଥିବା ବେଳେ ପ୍ରଶାସନ କାହିଁକି ହାତବାନ୍ଧି ବସିଛି ତାହା ବୁଝା ପଡୁନାହିଁ।

ଅନ୍ୟପକ୍ଷେ ଜିଆରଏସ ଆଦବାରୁ ମାଝୀ ନିଜେ ଅଙ୍ଗନବାଡି କର୍ମୀଙ୍କ ସ୍ୱାମୀଙ୍କ ଦ୍ୱାରା ପରିଚାଳିତ ହୋଇଥିବା ଦୋଷ ସ୍ୱୀକାର କରିଥିବା ସ୍ଥଳେ କାହିଁକି ପୋଲିସ ବିଭାଗ ନୀରବି ଗଲେ ତାହାନେଇ ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।

ତେବେ ଜିଆରଏସ ଆଦବାରୁ ମାଝୀଙ୍କ ଉପରେ କେବେ କାର୍ଯ୍ୟାନୁଷ୍ଠାନ ହେବ ଓ କେବେ ଗରିବ ଲୋକମାନେ ତାଙ୍କ ପାରିଶ୍ରମିକ ମଜୁରୀ ଫେରି ପାଇବେ ତାହା ଆଗାମୀ ଦିନରେ ଦେଖିବାକୁ ବାକି ରହିଲା।

କାର୍ଯ୍ୟାନୁଷ୍ଠାନ ଜିଆରଏସ ଥୁଆମୂଳ ରାମପୁର ବାଟ ମାରଣା ଲକ୍ଷାଧିକ ଟଙ୍କା
Share. Facebook Twitter LinkedIn Email WhatsApp Copy Link

Related Posts

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Latest News

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.