Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚୋରା ବାଇକକୁ ବିକିବା ଏବଂ କିଣିବା ପଡିଲା ମହଙ୍ଗା: ନାଚୁଣୀ ପୋଲିସ ହାତରେ ଧରା ହେଲେ ବେପାରୀ
ଅପରାଧ

ଚୋରା ବାଇକକୁ ବିକିବା ଏବଂ କିଣିବା ପଡିଲା ମହଙ୍ଗା: ନାଚୁଣୀ ପୋଲିସ ହାତରେ ଧରା ହେଲେ ବେପାରୀ

May 30, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଚୋରା ବାଇକ ବିକିବା ଏବଂ କିଣିବା ମହଙ୍ଗା ପଡିଛି। ଦୁଇ ଚୋରା ବାଇକ ବେପାରୀ ପୋଲିସ ହାତରେ ଧରା ପଡ଼ି ଗିରଫ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ନାଚୁଣୀ ଅଞ୍ଚଳରେ ଏପରି ଘଟଣା ଘଟିଛି।

ସୂଚନା ମୁତାବକ ଗତକାଲି ନାଚୁଣୀ ଫାଣ୍ଡି ଅଧିକାରୀ ଉମାକାନ୍ତ ସାହୁ ସୁନାଖଳା ଅଞ୍ଚଳରେ ଯାନବାହାନ ଚେକିଂ କରୁଥିବାବେଳେ ଜଣେ ବ୍ୟକ୍ତି ଚୋରା ମଟରସାଇକେଲ ଧରି ବଡ଼ପଦର ଠାରୁ ନାଚୁଣୀ ବଜାର ଦେଇ ରତନପୁର ଯାଉଛନ୍ତି ବୋଲି କୌଣସି ସୂତ୍ରରୁ ଖବର ପାଇଥିଲେ। ବିଳମ୍ବ ନକରି ଶ୍ରୀ ସାହୁ ନାଚୁଣୀ ବଜାର ଅଭିମୁଖେ ଅଗ୍ରସର ହୋଇଥିଲେ ଏବଂ ସଲପଡ଼ିହ ଛକଠାରେ ଉକ୍ତ ବାଇକ ଚାଳକଙ୍କୁ ଧରିଥିଲେ। ଚାଳକ ଜଣକ ଟାଙ୍ଗୀ ଥାନା ରତନପୁର ଗ୍ରାମର ବାବୁଲି ବେହେରା (୩୮) ବୋଲି ଜଣାପଡିଛନ୍ତି।

ତେବେ ସେ ନାଲି ରଙ୍ଗର ହିରୋ ସୁପର ସ୍ପ୍ଲେଣ୍ଡର ଚଲାଉଥିବା ବେଳେ ପଚରାଉଚୁରା ସମୟରେ ଏହା ଏକ ଚୋରା ଗାଡ଼ି ବୋଲି ପୋଲିସ ଜାଣିବାକୁ ପାଇଥିଲା। ସମ୍ପୃକ୍ତ ମଟରସାଇକେଲରେ ଏକ ଡାଲା ଅଟୋର ନମ୍ବର ପ୍ଲେଟ ଲାଗିଥିଲା। ତେବେ ବାବୁଲି ଗତ ବର୍ଷ ଚୋରା ମଟରସାଇକେଲ କାରବାରରେ ଚାନ୍ଦପୁର ପୋଲିସ ହାତରେ ଗିରଫ ହୋଇଥିବାର ମଧ୍ୟ ପୋଲିସ ଆଗରେ ସ୍ୱୀକାର କରିଥିଲେ।

ଅନୁରୂପଭାବେ ଟାଙ୍ଗୀ ଥାନା ନିମୁନିଆ ଗ୍ରାମର ଅଭିମନ୍ୟୁ ପ୍ରଧାନଙ୍କୁ ସେ ମାତ୍ର ୭ ହଜାର ୫ ଶହ ଟଙ୍କାରେ ଦୁଇ ବର୍ଷ ପୂର୍ବେ ବାବୁଲି ଆଉ ଦୁଇ ଗୋଟି ଚୋରା ବାଇକ ବିକିଥିବାର ମଧ୍ୟ ପୋଲିସକୁ କହିଥିଲେ। ଏହା ଜାଣିବାପରେ ବାଣପୁର ଆଇଆଇସିଙ୍କ ନିର୍ଦ୍ଦେଶକ୍ରମେ ଫାଣ୍ଡି ଅଧିକାରୀ ନିମୁନିଆ ଗ୍ରାମରେ ଚଢ଼ାଉ କରି ଅଭିମନ୍ୟୁଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଏକ ଚୋରା ବାଇକ ମଧ୍ୟ ଜବତ କରିଛନ୍ତି।

ଏ ନେଇ ବାଣପୁର ଥାନାରେ ୧୮୯/୨୧ ରେ ଏକ ମାମଲା ରୁଜୁ ହେବା ସହ ଦୁଇ ଜଣ ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚଲାଣ କରାଯାଇଥିବାର ସୂଚନା ଦେଇଛନ୍ତି ନାଚୁଣୀ ଫାଣ୍ଡି ଅଧିକାରୀ।

ଗିରଫ ଚୋରା ବାଇକ ନାଚୁଣୀ ବାଣପୁର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.