Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସୋସିଆଲ ମିଡିଆରେ ଯୁବତୀଙ୍କ ଅଶ୍ଳୀଳ ଫୋଟୋ ଭାଇରଲ: ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ଟାଙ୍ଗୀ ପୋଲିସ
ଅପରାଧ

ସୋସିଆଲ ମିଡିଆରେ ଯୁବତୀଙ୍କ ଅଶ୍ଳୀଳ ଫୋଟୋ ଭାଇରଲ: ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ଟାଙ୍ଗୀ ପୋଲିସ

June 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ସୋସିଆଲ ମିଡିଆରେ ଯୁବତୀଙ୍କ ଅଶ୍ଳୀଳ ଫୋଟୋ ଭାଇରାଲ କରିବା ମହଙ୍ଗା ପଡିଛି। ଏହି ମାମଲାରେ ଦୁଇ ଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଞ୍ଚଳରେ ଏପରି ଏକ ଘଟଣା ଘଟିଛି।  ଏ ନେଇ ଆଜି ମଧ୍ୟାହ୍ନରେ ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ ଟାଙ୍ଗୀ ଥାନା ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି।

ଏସଡ଼ିପିଓ ଙ୍କ ସୂଚନା ମୁତାବକ ଗତ ମଇ ୨୯ ତାରିଖରେ ଟାଙ୍ଗୀ ଥାନାରେ ପୀଡିତାଙ୍କ ମା’ ତାଙ୍କ ଝିଅର ଅଶ୍ଳୀଳ ଫୋଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଥିବାର ଲିଖିତ ଅଭିଯୋଗ କରିଥିଲେ। ଟାଙ୍ଗୀ ପୋଲିସ ସଙ୍ଗେସଙ୍ଗେ ସୂଚନା ଏବଂ ପ୍ରଯୁକ୍ତିବିଦ୍ୟା ନିୟମ ଅନୁଯାୟୀ ଧାରା ୬୬(ସି), ୬୬(ଇ), ୬୭ ରେ ୧୬୮/୨୧ ରେ ଏକ ମାମଲା ରୁଜୁ କରିଥିଲା। ଏହି ଘଟଣାକୁ ଖୋର୍ଦ୍ଧା ଏସପି ଗୁରୁତର ସହକାରେ ନେଇ ଦୁଇଟି ସ୍ୱତନ୍ତ୍ର ଟିମ ଗଠନ କରାଯାଇ ବିଭିନ୍ନ ଜାଗାରେ ଚଢ଼ାଉ ଜାରିରହିଥିଲା।

ତେବେ ଗତକାଲି ପୋଲିସ ଉକ୍ତ ଘଟଣାର ମୁଖ୍ୟ ଅଭିଯୁକ୍ତ ଏବଂ ତାଙ୍କ ସହଯୋଗୀଙ୍କୁ ଗିରଫ କରିଛି। ମୁଖ୍ୟ ଅଭିଯୁକ୍ତ ଜଣକ ହେଲେ ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅଞ୍ଚଳର ଶକ୍ତି ପ୍ରସାଦ ପାତ୍ର ଏବଂ ସହଯୋଗୀ ଯୁବକ ହେଲେ କାହ୍ନା ସ୍ୱାଇଁ। ଉଭୟଙ୍କୁ ଆଜି ଟାଙ୍ଗୀ ପୋଲିସ କୋର୍ଟ ଚାଲାଣ କରିଛି। ତତସହିତ ଉକ୍ତ କେସରେ ଆଉ କେଉଁ କେଉଁ ମାନେ ସମ୍ପୃକ୍ତ ଅଛନ୍ତି ସେମାନଙ୍କ ସନ୍ଧାନ ଜାରିରହିଛି ବୋଲି ସୂଚନା ଦେଇଛନ୍ତି ଏସଡ଼ିପିଓ। ଉକ୍ତ ସାମ୍ବାଦିକ ସମ୍ମିଳନୀରେ ଟାଙ୍ଗୀ ଆଇଆଇସି ବିଜୟ କୁମାର ମଲ୍ଲିକ ଉପସ୍ଥିତ ଥିଲେ।

ଗିରଫ ଟାଙ୍ଗୀ ଭାଇରାଲ ସାମ୍ବାଦିକ ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026
Latest News

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.