Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚିଲିକାରେ ବେଆଇନ ଘେରି ସୃଷ୍ଟିକାରୀଙ୍କ ବିରୋଧରେ ରୁଜୁ ହେବ ଫୌଜଦାରୀ ମାମଲା: ଖୋର୍ଦ୍ଧା ଉପଜିଲ୍ଲାପାଳ
ଅପରାଧ

ଚିଲିକାରେ ବେଆଇନ ଘେରି ସୃଷ୍ଟିକାରୀଙ୍କ ବିରୋଧରେ ରୁଜୁ ହେବ ଫୌଜଦାରୀ ମାମଲା: ଖୋର୍ଦ୍ଧା ଉପଜିଲ୍ଲାପାଳ

June 5, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପବନ-ପାଣିକୁ ଦେଖି ସତର୍କ ଚାଳକ: ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ
ପବନ-ପାଣିକୁ ଦେଖି ସତର୍କ ଚାଳକ: ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ

ସୀତାରାମ ଅଗ୍ରୱାଲ

ଚିଲିକା: ବିଶ୍ୱ ପ୍ରସିଦ୍ଧ ଚିଲିକା ହ୍ରଦକୁ ଘେରି ମୁକ୍ତ କରିବା ପାଇଁ ଓଡିଶା ଉଚ୍ଚ ନ୍ୟାୟଳୟ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଉଚ୍ଚ ନ୍ୟାୟଳୟଙ୍କ ଆଦେଶକୁ ପୂରଣ କରିବା ପାଇଁ କ୍ରମାଗତ ଭାବେ ଉଦ୍ୟମ ଜାରି ରଖିଛି।

ପୂର୍ବରୁ ତିନି ଥର ଜିଲ୍ଲା ପ୍ରଶାସନ ପକ୍ଷରୁ ଘେରି ଉଚ୍ଛେଦ କରାଯାଇଥିବାବେଳେ ଆଜି ପୁଣି ସକାଳ ପ୍ରହରରୁ ଖୋର୍ଦ୍ଧା ଉପଜିଲ୍ଲାପାଳ ଅଶୋକ ବେହୁରିଆଙ୍କ ନେତୃତ୍ୱରେ ଚିଲିକା ବ୍ଲକ ହାଟବରଡି ଗ୍ରାମ ଜେଟିଠାରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଥିଲା। ସକାଳ ୮ ଘଟିକାରୁ ଅପରାହ୍ନ ୪ ଘଟିକା ଯାଏଁ ଉକ୍ତ ଉଚ୍ଛେଦ ଅଭିଯାନ ଜାରି ରହିଥିଲା।

ଚିଙ୍ଗୁଡ଼ି ଘେରି ଯୋଗୁଁ ଚିଲିକାର ସୌନ୍ଦର୍ଯ୍ୟ ଓ ଗାରିମା ନଷ୍ଟ କରୁଥିବା ଚିଙ୍ଗୁଡ଼ି ମାଫିଆମାନେ ରାତା ରାତି ଚିଲିକା ହ୍ରଦ ମଧ୍ୟରେ ଏକର ଏକର ଜାଗାରେ ଜାଲ ବିଛାଇ ଘେରି ସୃଷ୍ଟି କରୁଛନ୍ତି ଯାହା ବେଆଇନ ଅଟେ। ଖୋର୍ଦ୍ଧା ଉପଜିଲ୍ଲାପାଳ ଅଶୋକ କୁମାର ବେହୁରିଆ, ଚିଲିକା ତହସିଲଦାର ପୂନମ ମହାପାତ୍ର, ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ, ଟାଙ୍ଗି ଥାନା ଆଇଆଇସି ବିଜୟ କୁମାର ମଲ୍ଲିକ, ସିଡ଼ିଏ ଅଧିକାରୀ, ରାଜସ୍ବ କର୍ମଚାରୀ ଏବଂ ପୋଲିସ ଫୋର୍ସଙ୍କ ଉପସ୍ଥିତରେ ଚିଲିକା ମଧ୍ୟରୁ ଘେରି ଉଚ୍ଛେଦ କରାଯାଇଛି।

ତେବେ ଆଜି ସମୁଦାୟ ୫୫ ଏକର ଅଞ୍ଚଳରୁ ଘେରି ଉଚ୍ଛେଦ ହୋଇଥିବାର ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି। ପ୍ରଶାସନ ଦ୍ୱାରା କରାଯାଉଥିବା ଘେରି ଉଚ୍ଛେଦର ତୁରନ୍ତ ପରେ ମାଫିଆମାନଙ୍କ ଦ୍ୱାରା ପୁଣି ସମ୍ପୃକ୍ତ ଅଞ୍ଚଳରେ ଘେରି ନିର୍ମାଣ କରାଯାଉଥିବାରୁ ପ୍ରଶାସନ ବର୍ତ୍ତମାନ ଏହାକୁ ଗୁରୁତର ସହ ନେଇ କଡା ପଦକ୍ଷପ ଗ୍ରହଣ କରିବାକୁ ଯାଉଅଛି।

ଆଗକୁ ଯଦି ପୁଣି ମାଫିଆମାନେ ସମ୍ପୃକ୍ତ ଅଞ୍ଚଳରେ ଘେରି ନିର୍ମାଣ କରିବେ ତେବେ ସେମାନଙ୍କୁ ଚି଼ହ୍ନଟ କରାଯାଇ ତାଙ୍କ ବିରୋଧରେ ନିକଟସ୍ଥ ଥାନାରେ ପ୍ରଶାସନ ପକ୍ଷରୁ ଫୌଜଦାରୀ ମାମଲା ରୁଜୁ କରାଯିବା ସହ ଆଇନ ଅନୁଯାୟୀ ଦଣ୍ଡିତ କରାଯିବ ବୋଲି ଉପଜିଲ୍ଲାପାଳ ଶ୍ରୀ ବେହୁରିଆ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଖୋର୍ଦ୍ଧା ଉପଜିଲ୍ଲାପାଳ ଚିଲିକା ଫୌଜଦାରୀ ମାମଲା ବେଆଇନ ଘେରି
Share. Facebook Twitter LinkedIn Email WhatsApp Copy Link

Related Posts

ପାର୍ବଣ ଋତୁରେ ଅତିରିକ୍ତ ଯାତ୍ରୀ ଭିଡ଼କୁ ଦୃଷ୍ଟିରେ ରଖି ପୂଜା ସ୍ପେଶାଲ ଟ୍ରେନ

September 25, 2026

ସ୍ୱଚ୍ଛତା, ସଚେତନତା ଓ ଜନସହଭାଗିତାରେ ଏମସିଏଲ୍‌ର ‘ସ୍ୱଚ୍ଛତା ହିଁ ସେବା-୨୦୨୬’ ଅଭିଯାନ

September 25, 2026

ଦିବ୍ରୁଗଡ଼ ସ୍ଥିତ ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

ଆଜି ସେପ୍ଟେମ୍ବର ୨୫ ତାରିଖରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

September 25, 2026
Latest News

ପାର୍ବଣ ଋତୁରେ ଅତିରିକ୍ତ ଯାତ୍ରୀ ଭିଡ଼କୁ ଦୃଷ୍ଟିରେ ରଖି ପୂଜା ସ୍ପେଶାଲ ଟ୍ରେନ

September 25, 2026

ସ୍ୱଚ୍ଛତା, ସଚେତନତା ଓ ଜନସହଭାଗିତାରେ ଏମସିଏଲ୍‌ର ‘ସ୍ୱଚ୍ଛତା ହିଁ ସେବା-୨୦୨୬’ ଅଭିଯାନ

September 25, 2026

ଦିବ୍ରୁଗଡ଼ ସ୍ଥିତ ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ଆଜି ସେପ୍ଟେମ୍ବର ୨୫ ତାରିଖରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.