Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଅଣ୍ଡା ବୋଝେଇ ପିକଅପ ଭ୍ୟାନ ଲୁଟ୍ ଘଟଣାର ପର୍ଦ୍ଦାଫାଶ୍ କଲା ଟାଙ୍ଗୀ ପୋଲିସ୍: ଗାଡି ଜବତ, ୩ ଗିରଫ
ଅପରାଧ

ଅଣ୍ଡା ବୋଝେଇ ପିକଅପ ଭ୍ୟାନ ଲୁଟ୍ ଘଟଣାର ପର୍ଦ୍ଦାଫାଶ୍ କଲା ଟାଙ୍ଗୀ ପୋଲିସ୍: ଗାଡି ଜବତ, ୩ ଗିରଫ

June 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ଉଗ୍ରତାରା ଛକରୁ ଅଣ୍ଡା ବୋଝେଇ ପିକଅପ ଭ୍ୟାନ ଲୁଟ୍ ଘଟଣାର ଟାଙ୍ଗୀ ପୋଲିସ୍ ପର୍ଦ୍ଦାଫାଶ୍ କରିଛି। ଲୁଟ୍ ପିକଅପ ଭ୍ୟାନ ସହ ୩ ଲୁଟେରାକୁ ପୋଲିସ ଗିରଫ କରିଛି। ଆଜି ସାମ୍ବାଦିକ ସମ୍ମିଳନୀରେ ଏ ନେଇ ବାଲୁଗାଁ ଏସଡ଼ିପିଓ ମାନସ ରଂଜନ ବାରିକ ସୂଚନା ଦେଇଛନ୍ତି।

ଏସଡ଼ିପିଓଙ୍କ ସୂଚନା ମୁତାବକ ଗତ ୩ ତାରିଖ ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥ ଟାଙ୍ଗୀ ଥାନା ଉଗ୍ରତାରା ଛକରେ ବ୍ରହ୍ମପୁର ଗୋଳନ୍ଥରାରୁ ଜଳେଶ୍ୱର ନେଇ ଯାଉଥିବା ଅଣ୍ଡା ବୋଝେଇ ପିକ୍ ଅପ୍ ଭ୍ୟାନ (ଓଡ଼ି-୦୧ ଏସି- ୧୭୭୨) କୁ ଲୁଟେରାମାନେ ଲୁଟି ନେଇଥିଲେ। ୩ଟି ବାଇକ୍ ରେ ୬ ଜଣ ଲୁଟେରା ଆସି ଗାଡି ଚାଳକଙ୍କୁ ମାଡ ମାରି  ଲୁଟେରାମାନେ ଲୁଟି ନେଇଥିଲେ।

ଘଟଣାକୁ ଗୁରୁତର ସହ ନେଇ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ତୁରନ୍ତ ଖୋର୍ଦ୍ଧା ସ୍ୱତନ୍ତ୍ର ସ୍କ୍ୱାର୍ଡକୁ ମିଶାଇ ତିନି ଗୋଟି ଟିମ ତିଆରି କରିଥିଲେ। ଉକ୍ତ ଟିମ କୁ ଟାଙ୍ଗୀ ଆଇଆଇସି ବିଜୟ କୁମାର ମଲ୍ଲିକ ଏବଂ ଭୂଷଣ୍ଡପୁର ଫାଣ୍ଡି ଅଧିକାରୀ ମାଧବାନନ୍ଦ ବସ୍ତିଆ ପରିଚାଳନା କରିଥିବାବେଳେ ଉକ୍ତ ଟିମ ଖୋର୍ଦ୍ଧା ଜିଲ୍ଲାରେ ଏବଂ ଜିଲ୍ଲା ବାହାରେ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିଲା।

ତେବେ ଗତକାଲି ଟାଙ୍ଗୀ ପୋଲିସ୍ ଉକ୍ତ ଘଟଣାରେ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଲୁଟ୍ ପିକଅପ ଭ୍ୟାନ,ଗୋଟିଏ ବାଇକ୍,୩ ଟି ମୋବାଇଲ ଫୋନ୍ ଏବଂ ୧୨୦୦ ଟଙ୍କା ଜବତ କରିଛି। ଗିରଫ ଲୁଟେରାମାନେ ହେଲେ ରଣପୁରର ଶେଖ୍ ଇମରାନ, ଖୋର୍ଦ୍ଧାର ମହମ୍ମଦ ସାବିର୍ ଓ ଜଟଣୀର ଅଂଚଳର ଶେଖ ସନୱାର ଓରଫ ସୋନୁ। ଆଜି ସମସ୍ତ ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇ ଉକ୍ତ ଘଟଣାର ତଦନ୍ତ ଜାରିରହିଥିବାର ଏସଡ଼ିପିଓ ଶ୍ରୀ ବାରିକ ସୂଚନା ଦେଇଛନ୍ତି।

ଟାଙ୍ଗୀ ପୋଲିସ୍
Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.