Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ସଫଳତା: ୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଦୁଇ ଗିରଫ
ଅପରାଧ

ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ସଫଳତା: ୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଦୁଇ ଗିରଫ

July 9, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଦୁଇ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ।

ସୂଚନା ମୁତାବକ ଗତକାଲି ରାତିରେ କନ୍ଧମାଳ ଜିଲ୍ଲାରୁ ଏକ ଗଞ୍ଜେଇ ବୋଝେଇ କାର ଭୁବନେଶ୍ୱର ଅଭିମୁଖେ ଯାଉଥିବାର ଖବର ବିଶେଷ ସୂତ୍ରରୁ ଖୋର୍ଦ୍ଧା ଏସପି ରାଜକିଶୋର ଦୋରା  ଜାଣିବାକୁ ପାଇଥିଲେ। ବିଳମ୍ୱ ନକରି ଉକ୍ତ କାରକୁ ଧରିବା ନିମନ୍ତେ ଖୋର୍ଦ୍ଧା ଏସଡ଼ିପିଓ ସୁଶୀଲ କୁମାର ମିଶ୍ର ଏବଂ ଟାଉନ ଥାନା ଆଇଆଇସି ସଞ୍ଜୟ କୁମାର ପଟ୍ଟନାୟକଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏସପି।

ତେବେ ଟାଉନ ଥାନା ଏସଆଇ ରଶ୍ମିରଞ୍ଜନ ଦାସ, ଦିଗବିଜୟ ବିଶ୍ୱାଳ, ବିଜୟ କେତନ ବେହରା ଏବଂ ଅନ୍ୟ କର୍ମଚାରୀଙ୍କୁ ନେଇ ତୁରନ୍ତ ଏକ ଟିମ ଗଠନ କରାଯାଇ ଉକ୍ତ ଗାଡିର ତାଲାସୀ ଜାରି ରହିଥିଲା। ପରିଶେଷରେ ଖୋର୍ଦ୍ଧା ମୁକୁନ୍ଦପ୍ରସାଦ ସ୍ଥିତ ପ୍ରଫୁଲ୍ଲ ପାଲେସ ସମ୍ମୁଖରୁ (ଓଆର-୦୨-ଏଡ଼ି-୮୮୩୩) ନମ୍ବର ବିଶିଷ୍ଟ ଏକ ଫର୍ଡ଼ ଆଇକନ କାରକୁ ଠାବ କରିଥିଲା ପୋଲିସ।

ତେବେ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଏବଂ ସାକ୍ଷୀ ମାନଙ୍କ ଉପସ୍ଥିତିରେ ପୋଲିସ ଉକ୍ତ ଗାଡ଼ିର ତାଲାସୀ ନେବାରୁ ସେଥିରୁ ୩୬ କିଲୋ ୫୦୦ ଗ୍ରାମ ଗଞ୍ଜେଇ ପୋଲିସକୁ ମିଳିଥିଲା।  ଯାହାର ଆନୁମାନିକ ମୂଲ୍ୟ ୨ ଲକ୍ଷ ଟଙ୍କା ହେବ। ଏ ମାମଲାରେ କାରରେ ଥିବା ଦୁଇ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।

ଗିରଫ ଅଭିଯୁକ୍ତ ଦ୍ବୟ ହେଲେ କନ୍ଧମାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବୋଇଡା ଗ୍ରାମର ଦିଲ୍ଲୀପ କୁମାର ଦିଗଲ(୨୫) ଏବଂ ତ୍ରାସେପଦର ଗ୍ରାମର ମିଥୁନ ଦିଗଲ(୨୦)। ସେମାନଙ୍କ ନିକଟରୁ ଦୁଇ ଗୋଟି ମୋବାଇଲ ଫୋନ ସମେତ କାରଟିକୁ ମଧ୍ୟ ଜବତ କରିଛି ପୋଲିସ।

ଅଭିଯୁକ୍ତ ମାନଙ୍କ ବିରୋଧରେ ଖୋର୍ଦ୍ଧା ଟାଉନ ଥାନା ପୋଲିସ ୨୯ ଏନଡ଼ିପିଏସ ଆଇନ ଅନୁଯାୟୀ କେସ ନମ୍ବର ୨୬୪/୨୧ ରେ ଏକ ମାମଲା ରୁଜୁକରି କୋର୍ଟ ଚାଲାଣ କରାଯାଇ ଘଟଣାର ଅଧିକ ତଦନ୍ତ ଜାରି ରହିଥିବାର ଖୋର୍ଦ୍ଧା ଏସପି ରାଜକିଶୋର ଦୋରା ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି।

ଉକ୍ତ ସମ୍ମିଳନୀରେ ଜିଲ୍ଲା ଅତିରିକ୍ତ ଏସପି ସୁରେଶ କୁମାର ଦାସ, ଖୋର୍ଦ୍ଧା ଏସଡ଼ିପିଓ ସୁଶୀଲ କୁମାର ମିଶ୍ର ଏବଂ ଟାଉନ ଥାନା ଆଇଆଇସି ସଞ୍ଜୟ କୁମାର ପଟ୍ଟନାୟକ ଆଦି ଉପସ୍ଥିତି ଥିଲେ।

ଖୋର୍ଦ୍ଧା ଟାଉନ ଥାନା ଗଞ୍ଜେଇ ଜବତ ଦୁଇ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଚତୁର୍ଥ ଟି-୨୦: ଜାଣନ୍ତୁ ପିଚ୍ ରିପୋର୍ଟ

October 13, 2026

JNU ଯୌନ ନିର୍ଯାତନା ମାମଲା: କଂଗ୍ରେସ ସାଂସଦଙ୍କୁ ନିଲମ୍ବନ ଦାବି, ରାଷ୍ଟ୍ରପତିଙ୍କୁ ଭେଟିବେ ବିଜେପି ସାଂସଦ

October 13, 2026

ପାକିସ୍ତାନରେ ଟ୍ରେନ୍ ଦୁର୍ଘଟଣା: ୫ ମୃତ, ଏକାଧିକ ଆହତ

October 13, 2026

ନିଶାଦ୍ରବ୍ୟ ବିରୁଦ୍ଧରେ ଅଭିଯାନ ଚଳାଇଥିବା ପରମିନ୍ଦର ସିଂହଙ୍କୁ ଗୁଳି କରି ହତ୍ୟା

October 13, 2026
Latest News

ଭାରତର GDP କୁ ରକେଟ୍ ବେଗ ଦେଲା IMF!: ଜାଣନ୍ତୁ କେତେ?

October 13, 2026

ଦୀପାବଳୀ ପର୍ଯ୍ୟନ୍ତ ଟଳିଲା ନିଷ୍ପତ୍ତି: UPI ଉପରେ ଏବେ ଲାଗୁ ହେବନି ଚାର୍ଜ!

October 13, 2026

ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଚତୁର୍ଥ ଟି-୨୦: ଜାଣନ୍ତୁ ପିଚ୍ ରିପୋର୍ଟ

October 13, 2026

ବାୟୁସେନା ମୁଖ୍ୟ ଏପି ସିଂହଙ୍କ ‘ତେଜସ୍’ରେ ସରିଲା ଶେଷ ଉଡ଼ାଣ

October 13, 2026

JNU ଯୌନ ନିର୍ଯାତନା ମାମଲା: କଂଗ୍ରେସ ସାଂସଦଙ୍କୁ ନିଲମ୍ବନ ଦାବି, ରାଷ୍ଟ୍ରପତିଙ୍କୁ ଭେଟିବେ ବିଜେପି ସାଂସଦ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.