Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅଘଟଣ: ରୋଗୀ ସଂପର୍କୀୟଙ୍କ ଆକ୍ରମଣରେ ଲହୁ ଲୁହାଣ ହେଲେ ଡାକ୍ତର
ଅପରାଧ

ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅଘଟଣ: ରୋଗୀ ସଂପର୍କୀୟଙ୍କ ଆକ୍ରମଣରେ ଲହୁ ଲୁହାଣ ହେଲେ ଡାକ୍ତର

July 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ୱାସ୍ଥ୍ୟ କେନ୍ଦ୍ରରେ ପଶି ଡାକ୍ତରଙ୍କୁ ରୋଗୀଙ୍କସମ୍ପର୍କୀୟମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ବହିଃବିଭାଗକୁ ପଶି ଡାକ୍ତରଙ୍କୁ ୬ ଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ସମ୍ପୃକ୍ତ ଡାକ୍ତର ଜଣଙ୍କ ଲହୁ ଲୁହାଣ ହୋଇଛନ୍ତି।

ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ ନୟାଗଡ ଜିଲ୍ଲା ଚାନ୍ଦପୁର ଶାସ୍ତ୍ରୀନଗରର ଜଣେ ମହିଳା ଚିକିତ୍ସା ପାଇଁ ଟାଙ୍ଗୀ ସରକାରୀ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଏହି ସମୟରେ ଜଣେ ଶିଶୁ ଗୁରୁତର ଅବସ୍ଥାରେ ମେଡିକାଲକୁ ଆସିଥିଲେ। କିନ୍ତୁ ଶିଶୁର ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ସେହି ଶିଶୁର ଚିକିତ୍ସା କରିଥିଲେ।

ଏଥିରେ ମହିଳା ରୋଗୀଙ୍କ ସଂପର୍କୀୟ ଉତ୍ୟକ୍ତ ହୋଇ ଚିକିତ୍ସା କରୁଥିବା ଡାକ୍ତରଙ୍କୁ ମାଡ ମାରିଥିଲେ। ସମ୍ପର୍କୀୟଙ୍କ ଆକ୍ରମଣରେ ଡାକ୍ତରଙ୍କ ଆଖି, ବେକ, ମୁହଁରେ ଆଘାତ ଲାଗିଛି। ଏହା ସହ ଡାକ୍ତରଙ୍କୁ ଜୀବନରେ ମାରି ଦେବା ପାଇଁ ଦୁର୍ବୁତ୍ତମାନେ ଧମକ ଦେଇଥିଲେ। ଆକ୍ରମଣର ଶୀକାର ହୋଇଛନ୍ତି ଡାକ୍ତର ସୁଭାଶିଷ ଷଡଙ୍ଗୀ। ଆକ୍ରମଣ ସମୟରେ ସେଠାରେ ଉପସ୍ଥିତ ଥିବା ମେଡିକାଲର ସୁରକ୍ଷା କର୍ମୀ, ଆଟେଣ୍ଡାଣ୍ଟ ଡାକ୍ତରଙ୍କୁ ଵଂଚାଇବାକୁ ଯାଇ ଆକ୍ରମଣର ଶିକାର ମଧ୍ୟ ହୋଇଥିଲେ। ବର୍ତ୍ତମାନ ମେଡିକାଲରେ ରୋଗୀ ସେବା ବନ୍ଦ ରହିଛି। ଖବର ପାଇ ଟାଙ୍ଗୀ ଅତିରିକ୍ତ ତହସିଲଦାର ସରତ ଦେହୁରୀ, ଟାଙ୍ଗୀ ଥାନା ଆଇଆଇସି ବିଜୟ ମଲିକ ଓ ପୋଲିସ୍ ଫୋର୍ସ ମେଡିକାଲରେ ପହଞ୍ଚିଥିଲା।

ବର୍ତ୍ତମାନ ମିଳିଥିବା ଖବର ଅନୁଯାୟୀ, ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଟାଙ୍ଗୀ ପୋଲିସ ଗିରଫ କରିଛି। ଗିରଫ ହୋଇଥିବା ଅଭିଯୁକ୍ତ ଦ୍ୱୟ ରୋଗୀଙ୍କ ସମ୍ପର୍କୀୟ ବୋଲି ଜଣାପଡିଥିବା ବେଳେ ସମସ୍ତ ଅଭିଯୁକ୍ତମାନେ ଗୋଟିଏ ପରିବାର ବୋଲି ସୂଚନା ରହିଛି।

ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ କେତେବେଳେ ଆରମ୍ଭ ହେବ ଭାରତ ବନାମ ଆୟରଲ୍ୟାଣ୍ଡ ଟି-୨୦?: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

June 24, 2026

ରିପବ୍ଲିକାନ୍ ଶିବିରରେ ଫାଟ? ଟ୍ରମ୍ପଙ୍କ ପାଇଁ ବଢ଼ିଲା ଚ୍ୟାଲେଞ୍ଜ

June 24, 2026

କଳିଙ୍ଗନଗରରେ ବଡ଼ ବିପଦର ସଙ୍କେତ! ଭିସିଆଇ କେମିକାଲସ୍‌ କାରଖାନାରେ ଅଗ୍ନିକାଣ୍ଡ, ପ୍ରଶ୍ନରେ ଶିଳ୍ପାଞ୍ଚଳର ସୁରକ୍ଷା ବ୍ୟବସ୍ଥା

June 24, 2026

ଇଥାନଲ୍ ମିଶ୍ରଣ ସମ୍ପର୍କିତ ଭ୍ରମାତ୍ମକ ପୋଷ୍ଟ ଓ ପୁରୁଣା ଚିତ୍ରର ସତ୍ୟତା ନାହିଁ; ସରକାରଙ୍କ ସ୍ପଷ୍ଟୀକରଣ

June 24, 2026
Latest News

ଭାରତଠାରୁ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର କିଣିବ ୟୁଏଇ: ପାକିସ୍ତାନ କାହିଁକି ଚିନ୍ତିତ?

June 24, 2026

ରାମ ମନ୍ଦିର ଦାନ ଚୋରି ମାମଲା: ଚମ୍ପତ ରାୟଙ୍କ ଭୂମିକା ସନ୍ଦେହଜନକ

June 24, 2026

ଭାରତରେ କେତେବେଳେ ଆରମ୍ଭ ହେବ ଭାରତ ବନାମ ଆୟରଲ୍ୟାଣ୍ଡ ଟି-୨୦?: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

June 24, 2026

ରିପବ୍ଲିକାନ୍ ଶିବିରରେ ଫାଟ? ଟ୍ରମ୍ପଙ୍କ ପାଇଁ ବଢ଼ିଲା ଚ୍ୟାଲେଞ୍ଜ

June 24, 2026

କଳିଙ୍ଗନଗରରେ ବଡ଼ ବିପଦର ସଙ୍କେତ! ଭିସିଆଇ କେମିକାଲସ୍‌ କାରଖାନାରେ ଅଗ୍ନିକାଣ୍ଡ, ପ୍ରଶ୍ନରେ ଶିଳ୍ପାଞ୍ଚଳର ସୁରକ୍ଷା ବ୍ୟବସ୍ଥା

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.