Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧାରେ ପୁଣି ସକ୍ରିୟ ହେଲେ ଗୋରୁ ମାଫିଆ: ଗାଡି ସମେତ ଦୁଇ ଅଟକ, ୭ ଜୀବନ୍ତ ଗାଈଙ୍କୁ ଉଦ୍ଧାର କଲା ବାଘମାରୀ ପୋଲିସ
ଅପରାଧ

ଖୋର୍ଦ୍ଧାରେ ପୁଣି ସକ୍ରିୟ ହେଲେ ଗୋରୁ ମାଫିଆ: ଗାଡି ସମେତ ଦୁଇ ଅଟକ, ୭ ଜୀବନ୍ତ ଗାଈଙ୍କୁ ଉଦ୍ଧାର କଲା ବାଘମାରୀ ପୋଲିସ

July 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା:  କିଛି ଦିନ ହେବ ଖୋର୍ଦ୍ଧା ଜିଲ୍ଲାରେ ବେଆଇନ ଗୋରୁ ଚାଲାଣ କମିଥିବାବେଳେ ପୁଣିଥରେ ଗୋରୁ ମାଫିଆମାନେ ସକ୍ରିୟ ହୋଇଉଠିଛନ୍ତି। ଗତକାଲି ନାଚୁଣୀରୁ ୪ ଗୋଟି ଗୋରୁକୁ ପୋଲିସ ଉଦ୍ଧାର କରିଥିବାବେଳେ ଆଜି ପୁଣି ୭ ଗୋଟି ଗୋରୁଙ୍କୁ ବାଘମାରୀ ପୋଲିସ ଉଦ୍ଧାର କରିଛି। ଏହା ସହ ଦୁଇ ଜଣଙ୍କୁ ପୋଲିସ ଅଟକ ରଖିଛି।

ସୂଚନା ମୁତାବକ ଆଜି ସଂଧ୍ୟାରେ ଏକ ବେଆଇନ ଗୋରୁ ଚାଲାଣ ହେଉଥିବାର ଏକ ବିଶେଷ ସୂତ୍ରରୁ ବାଘମାରି ଆଇଆଇସି ଅର୍ଚ୍ଚନା ମଲ୍ଲିକଙ୍କୁ ସୂଚନା ମିଳିଥିଲା। ଗୋରୁ ବୋଝେଇ ଟାଟା ଏସି ଗାଡ଼ି (ଓଡ଼ି-୦୨-୧୪୦୯) କଟକ ଜିଲ୍ଲା ବାଙ୍କୀ ଥାନା ନରଗଙ୍ଗ ଅଞ୍ଚଳରୁ ଖୋର୍ଦ୍ଧା ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ତରତୁଆ ଗ୍ରାମକୁ ଯାଉଥିବାର ଆଇଆଇସିଙ୍କୁ ଖବର ମିଳିଥିଲା। ବିଳମ୍ବ ନକରି ତୁରନ୍ତ ଆଇଆଇସି ଏବଂ ଟିମ ଉକ୍ତ ରାସ୍ତାର ବିଭିନ୍ନ ସ୍ଥାନରେ ନାକାବନ୍ଦୀ ଜାରି ରଖିଥିଲେ। ପରିଶେଷରେ ସାରୁଅ ବ୍ରିଜ ନିକଟରୁ ଉକ୍ତ ଗାଡିକୁ ପୋଲିସ ଠାବ କରିଥିଲା। ଉକ୍ତ ଗାଡ଼ିରୁ ୭ ଗୋଟି ଜୀବନ୍ତ ଗୋରୁ ଉଦ୍ଧାର କରାଯାଇଛି।

ଅନୁରୂପ ଭାବେ ଗାଡ଼ି ଚାଳକ ମୁନିର ଖାନ (୨୦) ଏବଂ ହେଲ୍ପର ଇନାମ ଖାନ (୩୫) ଙ୍କୁ ପୋଲିସ ଅଟକ ରଖିବା ସହ ଗାଡ଼ି ଟିକୁ ଜବତ କରିଛି। ଅଟକ ଅଭିଯୁକ୍ତଙ୍କ ବିରୋଧରେ ବାଘମାରି ଥାନାରେ କେସ ନମ୍ବର ୫୧/୨୧ ରେ ଏକ ମାମଲା ରୁଜ୍ଜୁ କରାଯିବା ସହ ଉଦ୍ଧାର ହୋଇଥିବା ଗୋରୁମାନଙ୍କୁ ଗୋଶାଳାକୁ ହସ୍ତାନ୍ତର କରାଯାଇଥିବା ଆଇଆଇସି ଅର୍ଚ୍ଚନା ମଲ୍ଲିକ ସୂଚନା ଦେଇଛନ୍ତି। ଉକ୍ତ ଚଢ଼ାଉରେ ଏସଆଇ ବ୍ରହ୍ମାନନ୍ଦ ସ୍ୱାଇଁ ସାମିଲ ଥିଲେ।

ଖୋର୍ଦ୍ଧା ଜିଲ୍ଲା ଜୀବନ୍ତ ଗାଈ ଉଦ୍ଧାର ଦୁଇ ଅଟକ ବେଆଇନ ଗୋରୁ ଚାଲାଣ
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026
Latest News

ଆମେରିକା ସହିତ ‘ପ୍ୟାକ୍ସ ସିଲିକା’ରେ ଯୋଗଦେଲା ଭାରତ: ଜାଣନ୍ତୁ ଏହା କ’ଣ?

February 20, 2026

“ଯଦି ଆପଣମାନେ ଫ୍ରାନ୍ସ ଆସନ୍ତି…”: ଭାରତୀୟମାନଙ୍କୁ ବଡ଼ ପ୍ରସ୍ତାବ ଦେଲେ ମାକ୍ରୋନ୍

February 20, 2026

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.