
ନିରାକାରପୁର: ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଥାନା ହାଜତରୁ ଜଣେ କଏଦୀ ଫେରାର ହୋଇଯାଇଥିବା ସୂଚନା ରହିଛି। ଫେରାର ଅଭିଯୁକ୍ତ ଜଣଙ୍କ ଯାଜପୁର ଗ୍ରାମର ପ୍ରଭାତ ପାଟ୍ଟଶାଣୀ ବୋଲି ଜଣାପଡିଛି। ୨୦୧୩ ମସିହାରେ ଚୋରି ଘଟଣାରେ ସଂପୃକ୍ତ ଯୁବକ ଜଣଙ୍କ ନାମରେ ମାମଲା ରୁଜ୍ଜୁ ହୋଇଥିଲା। ସେହିଦିନ ଠାରୁ ଅଭିଯୁକ୍ତ ଜଣଙ୍କ ଫେରାର ରହିଥିଲେ। ତେବ ଯୁବକ ଜଣଙ୍କୁ ପୋଲିସ ଧରିବା ସହିତ ଥାନାରେ ଦୁଇଦିନ ଧରି ଅଟକ ରଖିଥିଲା। ଗତକାଲି ରାତି ୧୦ଟା ସମୟରେ ଅଭିଯୁକ୍ତ ଜଣକ ଥାନାରୁ ଫେରାର ହୋଇଯାଇଛି। ଫେରାର ଅଭିଯୁକ୍ତକୁ ଧରିବାପାଇଁ ପୋଲିସ ବିଭିନ୍ନ ଜାଗାରେ ଚଢାଉ ଜାରି କରିଛି। କିନ୍ତୁ ବର୍ତ୍ତମାନ ସୁଦ୍ଧା ଅଭିଯୁକ୍ତ ଧରାପଡିନାହିଁ।
Tags: କଏଦୀ ଫେରାର, ନିରାକାରପୁର ଥାନା