Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର ମେଡିକାଲରେ ଲଜ୍ୟାଜନକ ଘଟଣା: ସ୍ପଷ୍ଟ ଦିବାଲୋକରେ ରୋଗୀ ୱାର୍ଡରୁ ୨୦ ହଜାର ଲୁଟ୍
ଅପରାଧ

ବାଣପୁର ମେଡିକାଲରେ ଲଜ୍ୟାଜନକ ଘଟଣା: ସ୍ପଷ୍ଟ ଦିବାଲୋକରେ ରୋଗୀ ୱାର୍ଡରୁ ୨୦ ହଜାର ଲୁଟ୍

August 28, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ସକାଳେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଘଟିଯାଇଛି ଏକ ଲଜ୍ଜାଜନକ ଘଟଣା। ଜଣେ ଗରିବ ରୋଗୀର ୨୦ ହଜାର ଟଙ୍କା ମେଡିକାଲ ପରିସରରୁ ଚୋରି ହୋଇଯାଇଥିବାର ଅଭିଯୋଗ ହୋଇଛି।

ହସ୍ତଗତ ତଥ୍ୟ ମୁତାବକ ବାଣପୁର ବ୍ଲକ ତୁମୁରାପୁଟ ପଞ୍ଚାୟତ ଗୁଆଲଡିହ ଗ୍ରାମର ଶିବରାମ ଦାସ ଓ ଜୟନ୍ତୀ ଦାସଙ୍କ ପୁତ୍ର ବାଦଲ ଦାସଙ୍କ (୨୨) ଝାଡାବାନ୍ତି ହେବାରୁ ପରିବାର ପକ୍ଷରୁ ଗତକାଲି ବିଳମ୍ବିତ ରାତ୍ରିରେ ତାଙ୍କୁ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।  ତେବେ ବାଦଲଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ପରିଲକ୍ଷିତ ନହେବାରୁ, ତାଙ୍କୁ ଅନ୍ୟତ୍ର ନେବା ଉଦ୍ଦେଶ୍ୟରେ ଆଜି ସକାଳ ୭ ଘଟିକାରେ ବାଦଲଙ୍କ ମାତା ପିତା ୨୦ ହଜାର ଟଙ୍କା ନେଇ ମେଡିକାଲକୁ ଆସିଥିଲେ। ଟଙ୍କା ଏବଂ ଅନ୍ୟାନ ଜିନିଷ ଏକ ବ୍ୟାଗରେ ରଖିଥିବାବେଳେ ପୁଅ ବାଦଲର ଲୁଗାପଟା ଧୋଇବା ପାଇଁ ତାଙ୍କ ମା ଜୟନ୍ତୀ ଟଙ୍କା ବ୍ୟାଗକୁ ନିକଟସ୍ଥ ଶଜ୍ଜ୍ୟା ଉପରେ ଥୋଇ ମେଡିକାଲ ଶୌଚାଳୟକୁ ଯାଇଥିଲେ।

ହେଲେ ମା’ ଲୁଗା ସଫା କରି ଆସିବା ପରେ ବ୍ୟାଗରୁ ଟଙ୍କା ନଥିବାର ଦେଖିବାକୁ ପାଇଥିଲେ। ଦମ୍ପତି ଜଣକ ଅତ୍ୟନ୍ତ ଗରିବ ପରିବାରର ହୋଇଥିବାବେଳେ ବହୁ କଷ୍ଟରେ ପୁଅର ଚିକିତ୍ସା ପାଇଁ ଟଙ୍କା ଯୋଗାଡ଼ କରିଥିଲେ। ତେବେ ଜୟନ୍ତୀ ଟଙ୍କା ଗଣିବା ସମୟରେ ନିକଟତମ ଶଜ୍ଜ୍ୟାରେ ଚିକିତ୍ସିତ ହେଉଥିବା ଜଣେ ରୋଗୀ  ଦେଖିଥିବାର ଗଣମାଧ୍ୟମକୁ କହିଛନ୍ତି ଶିବରାମ। କିନ୍ତୁ ସମ୍ପୃକ୍ତ ରୋଗୀ ବର୍ତ୍ତମାନ ମେଡିକାଲରେ ନାହାନ୍ତି।

ଏ ନେଇ ବାଣପୁର ମେଡିକାଲ ଅଧିକାରୀ ଡ଼ା ରମାକାନ୍ତ ନାୟକଙ୍କୁ ପଚାରିବାରୁ ସେ ଉକ୍ତ ଘଟଣାର ପ୍ରାଥମିକ ତଦନ୍ତ ଆରମ୍ଭ କରିଦେଇଥିବାର କହିଛନ୍ତି। ଅନୁରୂପ ଭାବେ ବାଦଲଙ୍କ ପରିବାର ଏ ନେଇ ବାଣପୁର ଥାନାରେ ଏକ ଲିଖିତ ଅଭିଯୋଗ କରିବାକୁ ଉଦ୍ୟତ ହେଉଥିବାର ଦେଖିବାକୁ ମିଳିଛି। ତେବେ ମେଡିକାଲ ପରିସର ଭିତରୁ ଚୋରି ହେବା ନିହାତି ନିନ୍ଦନୀୟ ବିଷୟ ଏବଂ ଗରିବ ରୋଗୀଙ୍କୁ ଯଥାଶୀଘ୍ର ବାଣପୁର ପୋଲିସ ନ୍ୟାୟ ଦେଉ ବୋଲି ସାଧାରଣରେ ଦାବି ହେଉଛି।

ବାଣପୁର ମେଡିକାଲ ସ୍ପଷ୍ଟ ଦିବାଲୋକ
Share. Facebook Twitter LinkedIn Email WhatsApp Copy Link

Related Posts

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026

ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ

August 6, 2026

ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

August 6, 2026

ସ୍ମୃତି, ସମ୍ମାନ ଓ ସ୍ୱାଗତର ମିଳନ: ରାଜସୁନାଖଳା ଡାଏଟରେ ଆୟୋଜିତ ସମ୍ବର୍ଦ୍ଧନା ସଭା

August 6, 2026
Latest News

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 6, 2026

ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ

August 6, 2026

ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

August 6, 2026

ଆଞ୍ଚଳିକ ଦଳଗୁଡ଼ିକର ଚାନ୍ଦାରେ ଉଲ୍ଲେଖନୀୟ ବୃଦ୍ଧି: ସର୍ବାଧିକ ଡିଏମକେ, ଜାଣନ୍ତୁ ବିଜେଡ଼ି କୁ କେତେ?

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.