Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁରରେ ଧରା ପଡିଲେ ନକଲି ଶିକ୍ଷକ: ଜାଲ ସାର୍ଟିଫିକେଟ ଦେଖାଇ ସରକାରୀ ବିଦ୍ୟାଳୟରେ କରୁଥିଲେ ଚାକିରୀ
ଅପରାଧ

ବାଣପୁରରେ ଧରା ପଡିଲେ ନକଲି ଶିକ୍ଷକ: ଜାଲ ସାର୍ଟିଫିକେଟ ଦେଖାଇ ସରକାରୀ ବିଦ୍ୟାଳୟରେ କରୁଥିଲେ ଚାକିରୀ

August 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଜାଲ ସାର୍ଟିଫିକେଟ ଦେଇ ସରକାରୀ ବିଦ୍ୟାଳୟରେ ଚାକିରୀ କରୁଥିବା ବେଳେ ନକଲି ଶିକ୍ଷକ ଧରା ପଡିଛନ୍ତି। ଫଳରେ ନକଲି ଶିକ୍ଷକଙ୍କ ନାମରେ ଥାନାରେ ଫୌଜଦାରୀ ମାମଲା ରୁଜୁ ହୋଇଛି। ଏପରି ଏକ ଚାଞ୍ଚଲ୍ୟକର ଘଟଣା ଘଟିଯାଇଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ।

ସୂଚନା ମୁତାବକ ବାଣପୁରର ପବିତ୍ର କୁମାର ପଣ୍ଡା ବିଷ୍ଣୁଡିହ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ଭାବେ କାର୍ଯ୍ୟରତ ଥିଲେ। ତେବେ ରେଗୁଲାର ଚାକିରୀ ହେବା ନିମନ୍ତେ ସରକାରୀ ନିୟମ ମୁତାବକ ସମସ୍ତ କନିଷ୍ଠ ଶିକ୍ଷକଙ୍କ କାଗଜପତ୍ର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଦ୍ୱାରା ଯାଞ୍ଚ କରାଯାଇଥାଏ। ଏହି ପରିପ୍ରେକ୍ଷୀରେ ଗତବର୍ଷ ଯାଞ୍ଚ ବେଳେ ପବିତ୍ରଙ୍କ ବିଇଡ଼ି ସାର୍ଟିଫିକେଟ ନକଲି ଥିବା ଜିଲ୍ଲା ଶିକ୍ଷା ଅଧିକାରିଣୀ ବନ୍ଦନା ମହାପାତ୍ର ଜାଣିବାକୁ ପାଇଥିଲେ।

ସେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରୁ ବିଇଡ଼ି କରିଥିବାର ସରକାରଙ୍କୁ ସୂଚନା ଦେଇଥିଲେ। ଏଥି ନିମନ୍ତେ ଗତ ୬.୫.୨୦୨୦ ତାରିଖରୁ ତାଙ୍କୁ ଚାକିରୀରୁ ଅବ୍ୟାହତି ଦିଆଯାଇଥିଲା। ହେଲେ ଗତ ଅଗଷ୍ଟ ୨୪ ତାରିଖରେ ଜିଲ୍ଲା ଶିକ୍ଷା ଅଧିକାରିଣୀ ବାଣପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ସନାତନ ଜାଲିଙ୍କୁ ପବିତ୍ରଙ୍କ ବିରୁଦ୍ଧରେ ବାଣପୁର ଥାନାରେ ଏକ ଫୌଜଦାରୀ ମାମଲା ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଯାହାଫଳରେ ଗତକାଲି ବାଣପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ବାଣପୁର ଥାନାରେ ଏ ନେଇ ଏକ ଲିଖିତ ଅଭିଯୋଗ କରିବାରୁ ପୋଲିସ କେସ ନମ୍ବର ୩୦୧ ରେ ମାମଲା ରୁଜୁକରି ତଦନ୍ତ ଜାରି ରଖିଛି।

କନିଷ୍ଠ ଶିକ୍ଷକ ଜାଲ ସାର୍ଟିଫିକେଟ ନକଲି ଶିକ୍ଷକ ବାଣପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସରକାରୀ ବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026
Latest News

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026

ଗୋଷ୍ଠୀ ସଂଘର୍ଷରେ ଏକାଧିକ ଆହତ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.