Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନିର୍ଭୟାର ପୁନରାବୃତ୍ତି: ଦୁଷ୍କର୍ମ ପରେ ବ୍ୟକ୍ତିଗତ ଅଙ୍ଗକୁ ରଡରେ ଆକ୍ରମଣ, ୩୦ ବର୍ଷିୟା ବାଳିକାଙ୍କ ପ୍ରାଣହାନୀ
ଅପରାଧ

ନିର୍ଭୟାର ପୁନରାବୃତ୍ତି: ଦୁଷ୍କର୍ମ ପରେ ବ୍ୟକ୍ତିଗତ ଅଙ୍ଗକୁ ରଡରେ ଆକ୍ରମଣ, ୩୦ ବର୍ଷିୟା ବାଳିକାଙ୍କ ପ୍ରାଣହାନୀ

September 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ମୁମ୍ବାଇର ସାକିନାକା ଅଞ୍ଚଳରେ ଜଣେ ୩୦ ବର୍ଷର ବାଳିକାକୁ ଦୁଷ୍କର୍ମ କରାଯାଇଥିଲା ଏବଂ ତାଙ୍କ ବ୍ୟକ୍ତିଗତ ଅଙ୍ଗକୁ ରଡରେ ଆକ୍ରମଣ କରାଯାଇଥିଲା। ଦୁଷ୍କର୍ମ ପୀଡିତାଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ପୋଲିସ ସୂତ୍ରରୁ ପ୍ରକାଶ ଯେ, ରାଜୱାଡି ଡାକ୍ତରଖାନାରେ ଚିକିତ୍ସା ସମୟରେ ପୀଡିତାଙ୍କ ମୃତ୍ୟୁ ଘଟିଛି। ଘଟଣା ପରେ ବହୁ ପରିମାଣର ପୀଡିତାଙ୍କ ରକ୍ତସ୍ରାବ ହୋଇଥିଲା। ଯାହାଫଳରେ ରକ୍ତ ଅଭାବରୁ ତାଙ୍କର ମୃତ୍ୟୁ ଘଟିଛି।

ଏହି ମାମଲାରେ ଏପର୍ଯ୍ୟନ୍ତ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। କୁହାଯାଉଛି ଯେ ସାକିନାକାରେ ଏହି ବାଳିକାଜଣଙ୍କୁ ଟେମ୍ପୋ ଭିତରେ ପ୍ରଥମେ ଦୁଷ୍କର୍ମ କରାଯାଇଥିଲା ଏବଂ ପରେ ଆକ୍ରମଣ କରାଯାଇଥିଲା। ଜଣେ ବ୍ୟକ୍ତି ଏହି ବାଳିକାଙ୍କୁ ମାଡ ମାରୁଥିବା ନେଇ ପୋଲିସ କଣ୍ଟ୍ରୋଲ ରୁମକୁ ଫୋନ ଆସିଥିଲା। ଉକ୍ତ ମହିଳାଙ୍କୁ ଖୋଜିବା ପାଇଁ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିଲା ​। ରକ୍ତରେ ଜୁଡୁବୁଡୁ ଅବସ୍ଥାରେ ପୀଡ଼ିତାଙ୍କୁ ପୋଲିସ ଉଦ୍ଧାର କରାଇଥିଲା। ଏବଂ ମ୍ୟୁନିସିପାଲିଟି କର୍ପୋରେସନ୍ ପରିଚାଳିତ ରାଜୱାଡି ଡାକ୍ତରଖାନାକୁ ନିଆଯାଇଥିଲା। ପ୍ରାଥମିକ ଅନୁସନ୍ଧାନ ଅନୁଯାୟୀ, ତାଙ୍କୁ ଦୁଷ୍କର୍ମ କରାଯାଇ ତାଙ୍କ ବ୍ୟକ୍ତିଗତ ଅଂଶରେ ଲୁହା ରଡରେ ଆକ୍ରମଣ କରାଯାଇଛି ବୋଲି ପୋଲିସ ସୂଚନା ଦେଇଛି।

ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ବିରୋଧରେ ଭାରତୀୟ ଦଣ୍ଡ ସଂହିତାର ଧାରା ୩୦୭ (ହତ୍ୟା ଉଦ୍ୟମ) ଏବଂ ୩୭୬ (ଦୁଷ୍କର୍ମ) ଅନୁଯାୟୀ ମାମଲା ରୁଜ୍ଜୁ କରାଯାଇଛି ଏବଂ ଅଧିକ ତଦନ୍ତ ଚାଲିଛି।

ଲୁହା ରଡ ଭର୍ତ୍ତି ହେବା କାରଣରୁ ମହିଳାଙ୍କ ଅନ୍ତନଳୀ ବାହାରିଯାଇଥିଲା ବୋଲି ଡାକ୍ତରମାନେ କହିଛନ୍ତି। ପୀଡିତା ମହିଳାଙ୍କୁ ଅପରେସନ୍ କରାଯାଇଥିଲା। ହେଲେ ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ହୋଇଛି।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ନଭେମ୍ବର ୩୦ ପର୍ଯ୍ୟନ୍ତ ଦେଶବ୍ୟାପୀ ଡିଜିଟାଲ ଜୀବନ ପ୍ରମାଣପତ୍ର ଅଭିଯାନ ୪.୦

November 6, 2025

ପୁରଣ ହେଲାନି ଦାବି, ଆଜିଠାରୁ କଳା ବ୍ୟାଚ୍ ପିନ୍ଧି ପ୍ରତିବାଦ କରିବେ ରାଜ୍ୟ ସରକାରୀ ଆୟୁଷ ଛାତ୍ରଛାତ୍ରୀ

November 6, 2025

ଜଖପୁରାରେ ନୂତନ ଗତି ଶକ୍ତି କାର୍ଗୋ ଟର୍ମିନାଲ୍ କାର୍ଯ୍ୟକ୍ଷମ

November 6, 2025

କଟକ ବାଲିଯାତ୍ରା ପଡିଆରେ ଏକ ନୂତନ ବିଶ୍ୱ ରେକର୍ଡ ସୃଷ୍ଟି କଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

November 6, 2025
BJP Ads
Latest News

ନଭେମ୍ବର ୩୦ ପର୍ଯ୍ୟନ୍ତ ଦେଶବ୍ୟାପୀ ଡିଜିଟାଲ ଜୀବନ ପ୍ରମାଣପତ୍ର ଅଭିଯାନ ୪.୦

November 6, 2025

ପୁରଣ ହେଲାନି ଦାବି, ଆଜିଠାରୁ କଳା ବ୍ୟାଚ୍ ପିନ୍ଧି ପ୍ରତିବାଦ କରିବେ ରାଜ୍ୟ ସରକାରୀ ଆୟୁଷ ଛାତ୍ରଛାତ୍ରୀ

November 6, 2025

ଐତିହାସିକ କଟକ ବାଲିଯାତ୍ରା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଏଣିକି ୧୦ କୋଟି ଟଙ୍କା ଦେବାକୁ କଲେ ଘୋଷଣା

November 6, 2025

ଜଖପୁରାରେ ନୂତନ ଗତି ଶକ୍ତି କାର୍ଗୋ ଟର୍ମିନାଲ୍ କାର୍ଯ୍ୟକ୍ଷମ

November 6, 2025

କଟକ ବାଲିଯାତ୍ରା ପଡିଆରେ ଏକ ନୂତନ ବିଶ୍ୱ ରେକର୍ଡ ସୃଷ୍ଟି କଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

November 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.