Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଗଞ୍ଜେଇ ଚୋରା ଚାଲାଣ ବେଳେ ଧରିଲା ପୋଲିସ, ଦୁଇ ଗିରଫ
ଅପରାଧ

ଗଞ୍ଜେଇ ଚୋରା ଚାଲାଣ ବେଳେ ଧରିଲା ପୋଲିସ, ଦୁଇ ଗିରଫ

September 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଅଞ୍ଚଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ପୋଲିସ। ମୋହନଗିରି ଅଞ୍ଚଳରୁ ଏକ ପିକ୍ଅପ ଭ୍ୟାନରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ମଦନପୁର ରାମପୁର ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଚଢ଼ଉ କରିଥିବା ପ୍ରକାଶ।

ମୋହନଗିରି ଅଞ୍ଚଳରୁ ଏକ ପିକ୍ଅପ ଭ୍ୟାନର ଗୁପ୍ତ ଚ୍ୟାମ୍ବରରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ଏମ୍. ରାମପୁର ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଥିଲା। ଏହାପରେ ଏକ ସ୍ୱତନ୍ତ୍ର ଟିମ୍‌ ଗଠନ କରିଥିଲା ପୋଲିସ୍। ଏହି ଟିମ୍ ଏମ୍. ରାମପୁର ନିକଟରେ ପିକ୍ଅପ ଭ୍ୟାନକୁ କାବୁ କରିବାକୁ ସକ୍ଷମ ହୋଇଥିଲା। ପିକ୍‌ଅପ ଭ୍ୟାନରୁ ପୋଲିସ ବିପୁଳ ପରିମାଣରେ ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।

ପିକ ଅପ ଭ୍ୟାନର ଗୁପ୍ତ ଚ୍ୟାମ୍ବରରୁ ୭୦ ଟି ପ୍ୟାକେଟରେ ୬୯.୭୩ କେଜି ଗଞ୍ଜେଇ ଜବତ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ବଜାର ମୁଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ପୋଲିସ ସୂତ୍ରରୁ ପ୍ରକାଶ।

ବାରାମ୍ବାର କଳାହାଣ୍ଡି ଜିଲ୍ଲାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ କୌଣସିମତେ ପୋଲିସ ସେମାନଙ୍କୁ ଗିରଫ କରିଥିବା ନଜିର ରହିଛି। ଏହାସତ୍ତ୍ବେ ଜିଲ୍ଲାରେ ଗଞ୍ଜେଇ ଚାଲାଣକାରୀଙ୍କ ମନରେ ଭୟ ନଥିବା ଦେଖାଯାଇଛି। ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାୁନୁଷ୍ଠାନ ନିଆଯିବ ବୋଲି କଳାହାଣ୍ଡି ପୋଲିସ ଏସପି ଶ୍ରବଣ ବିବେକ ଏମ ପ୍ରକାଶ କରିଛନ୍ତି।

ପୋଲିସ ଏ ସମ୍ପର୍କରେ ମ ରାମପୁର ଥାନା କେଶ ନଂ ୧୮୪/୧୧.୦୯.୨୧ ଏନଡିପିଏସ ଆଇନ ଧାରା ୨୦(ii)(C) ଅନୁସାରେ କେଶ ରୁଜୁ କରି ଏସ ଆଇ ଜୟ ଦେବ ତାରିଣୀ ତଦନ୍ତ କରୁଥିବା ଜଣା ପଡ଼ିଛି। ମ ରାମପୁର ଥାନା ଅଞ୍ଚଳରୁ ରାୟପୁର କୁ ଚାଲାଣ କରାଯାଇ ସେଠାରେ ଏହି ଗଞ୍ଜେଇ ବିକ୍ରି କରା ଯିବାର ଯୋଜନା ହୋଇଥିବାର ପ୍ରାଥମିକ ତଦନ୍ତରୁ ପୋଲିସ ଜାଣି ପାରିଥିବା ପ୍ରକାଶ।

ଗଞ୍ଜେଇ ଚୋରା ଚାଲାଣ ଦୁଇ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026
Latest News

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.