Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଟାଙ୍ଗୀ: ଚଣ୍ଡେଶ୍ୱରରୁ ବିପୁଳ ଦେଶୀ ଓ ବିଦେଶୀ ମଦ ଜବତ କଲା ଟାଙ୍ଗୀ ପୋଲିସ, ଜଣେ ଅଟକ
ଅପରାଧ

ଟାଙ୍ଗୀ: ଚଣ୍ଡେଶ୍ୱରରୁ ବିପୁଳ ଦେଶୀ ଓ ବିଦେଶୀ ମଦ ଜବତ କଲା ଟାଙ୍ଗୀ ପୋଲିସ, ଜଣେ ଅଟକ

September 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ସାରା ରାଜ୍ୟରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଥିବାବେଳେ ଚୋରା ମଦ ବେପାରୀଙ୍କ ପାଇଁ ସତେ ଯେମିତି ଏହା ଏକ ସୁବର୍ଣ୍ଣ ସୁଯୋଗ ପାଲଟିଛି। ବର୍ଷାର ଫାଇଦା ନେଇ ଅନାୟାସରେ ଚୋରା ମଦ ବିକୁଥିବାବେଳେ ଆଜି ବିପୁଳ ଦେଶୀ ଓ ବିଦେଶୀ ମଦ ସହ ଜଣେ ଚୋରା ମଦ ବେପାରୀଙ୍କୁ ଧରିଛି ଟାଙ୍ଗୀ ପୋଲିସ।

ସୂଚନା ମୁତାବକ ଖୋର୍ଦ୍ଧା ଜିଲ୍ଲା ଚଣ୍ଡେଶ୍ୱର ବଜାର ଉପରେ ଏକ ଦୋକାନ ଭିତରେ ବେଆଇନ ଭାବେ ଦେଶୀ ଓ ବିଦେଶୀ ମଦ ବିକ୍ରି ଚାଲିଥିବାର ବାଲୁଗାଁ ଏସଡ଼ିପିଓ ଖବର ପାଇଥିଲେ। ତେବେ ପ୍ରବଳ ବର୍ଷା ସତ୍ତ୍ୱେ ଆଜି ସଂଧ୍ୟାରେ ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ ଓ ଟାଙ୍ଗୀ ଆଇଆଇସି ବିଜୟ କୁମାର ମଲ୍ଲିକ ମିଳିତ ଭାବେ ଉକ୍ତ ଦୋକାନରେ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ପୋଲିସ ଦୋକାନ ମଧ୍ୟରୁ ୧୦୮ ବୋତଲ ବିଦେଶୀ ମଦ, ୪୨ ବୋତଲ ଆସ୍କା-୪୦ ଏବଂ ନକଦ ୩୦୦୦ ଟଙ୍କା ଜବତ କରିଛି।

ଏ ସଂକ୍ରାନ୍ତରେ ଟାଙ୍ଗୀ ପୋଲିସ ଓଡିଶା ଅବକାରୀ ଆଇନ ଅନୁଯାୟୀ ୩୨୨/୨୧ ରେ ଏକ ମାମଲା ରୁଜୁକରିବା ସହ ଦୋକାନୀ ପ୍ରସନ୍ନ ସାମନ୍ତଙ୍କୁ ଅଟକ ରଖି ତଦନ୍ତ ଜାରିରଖିଛି।

ଚଣ୍ଡେଶ୍ୱର ଜଣେ ଅଟକ ଟାଙ୍ଗୀ ପୋଲିସ ବିପୁଳ ମଦ ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.