Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଆଇନର ଗଳାବାଟରେ ଖସିଯିବାକୁ ଚେଷ୍ଟା କରୁଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ: ବିଜେପି
ଅପରାଧ

ଆଇନର ଗଳାବାଟରେ ଖସିଯିବାକୁ ଚେଷ୍ଟା କରୁଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ: ବିଜେପି

October 18, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ବିଜେପି ସଙ୍ଗୀନ ଅଭିଯୋଗ ଆଣିଛି। ଚିଲିକା ବିଧାୟକ ମିଛ ବାହାନା କରି ଆଇନର ଗଳାବାଟରେ ଖସିଯିବାକୁ ଚେଷ୍ଟା କରୁଥିବା ବଜେପି ଅଭିଯୋଗ କରିଛି। ଜେଲ ଯିବା ଭୟରେ ପ୍ରଶାନ୍ତ ଜଗଦ୍ଦେବ ମିଛରେ ଅସୁସ୍ଥତା ଦର୍ଶାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଦଳରୁ ନିଲମ୍ବିତ କରାଯାଇଥିଲେ ମଧ୍ୟ ପ୍ରଶାନ୍ତଙ୍କୁ ପରୋକ୍ଷରେ ସରକାର ସାହାଯ୍ୟ କରାଯାଉଥିବା ବିଜେପି ଅଭିଯୋଗ କରିଛି। ତେବେ ଏହାକୁ ନେଇ ବିଜେପି ପକ୍ଷରୁ ଘୋର ବିରୋଧ କରାଯିବା ସହ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।

ଏହି ଅବସରରେ ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ଅଧ୍ୟକ୍ଷ ବିଭୁ ପ୍ରସାଦ ତରାଇ କହିଛନ୍ତି ଯେ, ପୂର୍ବରୁ ପୋଲିସ ତାଙ୍କୁ ଜାଣିଶୁଣି ଗିରଫ କଲାନାହିଁ। ଏବେ ତାଙ୍କର କୌଣସି ରୋଗ ନ ଥିଲେ ମଧ୍ୟ କ୍ୟାପିଟାଲ ହସ୍ପିଟାଲରେ ରଖି ସ୍ୱାସ୍ଥ୍ୟ ବିଭାଗ ଦ୍ଵାରା ମିଛରେ ଚିକିତ୍ସା କରାଉଛି। ଏହାସହିତ ତାଙ୍କୁ ବେଆଇନ ଭାବେ ଅନେକ ଲୋକ ଭେଟୁଛନ୍ତି। ତେଣୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ବେଆଇନ ଭାବେ ଚିକିତ୍ସା କରାଗଲେ କ୍ୟାପିଟାଲ ହସ୍ପିଟାଲରେ ବିଜେପି ଧାରଣା ଦେବ ବୋଲି ଶ୍ରୀ ତରାଇ ଚେତାବନୀ ଦେଇଛନ୍ତି।

ତେବେ ବିଜେପିର ଅଭିଯୋଗ ଉପରେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଡାକ୍ତର ଏଲ. ଡ଼ି. ସାହୁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର ନିଶ୍ଵାସ ନେବାରେ ଅସୁବିଧା ସହ ହୃଦରୋଗ, ମଦୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପ ଭଳି ଅନେକ ସମସ୍ୟା ରହିଛି। ତାଙ୍କର ଦିନେ ଦୁଇଦିନ ପରେ ଆଂଜିଓଗ୍ରାଫି ହେବ। ଯଦି ହୃଦୟରେ ସମସ୍ୟା ଥିବ, ତେବେ ଅସ୍ତ୍ରୋପଚାର କରାଯିବ ବୋଲି ନିର୍ଦ୍ଦେଶକ କହିଛନ୍ତି। ମେଡ଼ିସିନ ବିଭାଗ ଓ ହୃଦରୋଗ ବିଭାଗର ଡାକ୍ତର ତାଙ୍କର ଚିକିତ୍ସାରେ ନିଯୋଜିତ ଅଛନ୍ତି। ବିନା ସ୍ୱାସ୍ଥ୍ୟଗତ କାରଣରେ ବିଧାୟକଙ୍କ ଚିକିତ୍ସା କରାଯିବା ଅଭିଯୋଗ ମିଛ।

ବିଧାୟକଙ୍କୁ କେଉଁମାନେ ଦେଖା କରିପାରିବେ ତାହାର ପୋଲିସ ରେକର୍ଡ ରଖୁଛି। ତେଣୁ ହସ୍ପିଟାଲର କୌଣସି କର୍ମଚାରୀ ବେଆଇନ କାର୍ଯ୍ୟ କରୁନାହାନ୍ତି। ଯଦି ଏଭଳି କେହି କରୁଥିବେ, ତାହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡାକ୍ତର ସାହୁ କହିଛନ୍ତି।

କ୍ୟାପିଟାଲ ହସ୍ପିଟାଲ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ଦେବଗଡ଼ରେ ଚାଞ୍ଚଲ୍ୟ: ପ୍ରେମିକା ଘର ନିକଟରୁ ପ୍ରେମିକଙ୍କ ମୃତଦେହ ଉଦ୍ଧାର

September 17, 2026

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026

୧୮ ରୁ କଟକରେ ଆନ୍ତର୍ଜାତିକ ବାଣିଜ୍ୟମେଳା: ୧୦ ଦେଶ ଓ ୨୨ ରାଜ୍ୟର ବ୍ୟବସାୟୀ ହେବେ ସାମିଲ

September 17, 2026

ଗଣେଶଙ୍କ ମୂର୍ତ୍ତି ଭସାଣି ବେଳେ ପୋଲିସଙ୍କୁ ଆକ୍ରମଣ, ୬ ଗିରଫ

September 17, 2026
Latest News

ଦେବଗଡ଼ରେ ଚାଞ୍ଚଲ୍ୟ: ପ୍ରେମିକା ଘର ନିକଟରୁ ପ୍ରେମିକଙ୍କ ମୃତଦେହ ଉଦ୍ଧାର

September 17, 2026

୧୦୦% ଶୁଳ୍କ ବିଲ୍ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ: ଟ୍ରମ୍ପଙ୍କୁ ଦେଲା କଡ଼ା ବାର୍ତ୍ତା

September 17, 2026

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026

୨୦୧୩ ଝିରମ୍ ଘାଟି ମାଓ ଆକ୍ରମଣ: ୧୦ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର NIA କୋର୍ଟ

September 17, 2026

ଆଇସିସି ଟି-୨୦ ରାଙ୍କିଙ୍ଗ୍: ବ୍ୟାଟିଂ ଶୀର୍ଷରେ ଈଶାନ୍, ଦ୍ୱିତୀୟ ସ୍ଥାନକୁ ଉଠିଲେ ଅଭିଷେକ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.