Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଟାଙ୍ଗୀ: ସୁନା ଚେନ୍ ନମିଳିବାରୁ ନବ ବିବାହିତାକୁ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ, ୩ ଅଟକ
ଅପରାଧ

ଟାଙ୍ଗୀ: ସୁନା ଚେନ୍ ନମିଳିବାରୁ ନବ ବିବାହିତାକୁ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ, ୩ ଅଟକ

October 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: କୁମାର ପୂର୍ଣ୍ଣିମାରେ ଅଘଟଣ ଘଟିଛି। ସୁନା ଚେନ୍ ଦାବି କରି ନବ ବିବାହିତାକୁ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଥାନାରେ ଏତଲା ପରେ ପୋଲିସ୍ ର କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଜରିପଡା ଚିଲିକା ସାହିରେ ଏଭଳି ଏକ ଅବାବନୀୟ ଘଟଣା ଘଟିଯାଇଛି।

ଅଭିଯୋଗ ମୁତାବକ, ୪/୫ ମାସ ତଳେ ଟାଙ୍ଗୀ ଥାନା କୁହୁଡି ଗ୍ରାମର ଦଣ୍ଡପାଣୀ ମହାପାତ୍ରଙ୍କ ଝିଅ ମୀନତୀ ଜରିପଡା ଚିଲିକା ସାହିର ଗଂଗାଧର ଉଦଣ୍ଡରାୟଙ୍କ ପୁତ୍ର ତୋଫାନ୍ ଉଦଣ୍ଡ ରାୟଙ୍କୁ ବିବାହ କରିଥିଲେ। ତେବେ ଅଧିକ ଯୌତୁକ ଦାବି କରି ତୋଫାନଙ୍କ ପରିବାର ଲୋକେ ମୀନତୀଙ୍କୁ ମାନସିକ ଏବଂ ଶାରୀରିକ ନିର୍ଯ୍ୟାତନା ଦେଇଆସୁଥିଲେ। ଏନେଇ ମୀନତୀଙ୍କ ବାପ ଘର ଲୋକେ ଜରିପଡାରେ ପହଂଚି ତୋଫାନଙ୍କୁ ବାରମ୍ବାର ବୁଝାଶୁଝା କରିଆସୁଥିଲେ।

ହେଲେ ଗତ ୩ ଦିନ ତଳେ ମୀନତୀଙ୍କ ବାପ ଘର ପକ୍ଷରୁ ମୀନତୀ ଓ ତାଙ୍କ ସ୍ୱାମୀ ତୋଫାନଙ୍କ ପାଇଁ କୂମାରପୂର୍ଣ୍ଣିମା ଭାର ପଠାଇ ଥିଲେ। ତେବେ ଗତ କାଲି ରାତିରେ ମୀନତିଙ୍କୁ ବାପ ଘରୁ ସୁନା ଚେନ୍ ଆଣିବା ପାଇଁ ଦାବି କରିଥିଲେ। ତେବେ ଏଥିରେ ବିଫଳ ହେବାରୁ ଶାଶୁ ଘର ଲୋକେ ମୀନତିଙ୍କ ତଣ୍ଟି ଚିପି ମାରି ଦେଇଥିବା ମୀନତୀଙ୍କ ବାପ ଘର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ଟାଙ୍ଗୀ ଆଇଆଇସି ବିଜୟ କୁମାର ମଲିକଙ୍କ ନିର୍ଦ୍ଦେଶ କ୍ରମେ କେସ ନମ୍ବର ୪୦୩/୨୧ରେ ଏକ ମାମଲା ରୁଜ୍ଜୁ କରାଯିବା ସହ  ଶାଶୁ, ଶ୍ୱଶୁର ଓ ସ୍ୱାମୀଙ୍କୁ ଅଟକ ରଖି ପୋଲିସ୍ ତଦନ୍ତ ଚଳାଇଛି।

ତେବେ ବର୍ତ୍ତମାନ ଘଟଣାସ୍ଥଳରେ ଖୋର୍ଦ୍ଧା ସାଇଣ୍ଟିଫିକ ଟିମ, ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ, ଟାଙ୍ଗି ଆଇଆଇସି ବିଜୟ ମଲ୍ଲିକ ଆଦି କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତଦନ୍ତ ଜାରି ରଖିଥିବାବେଳେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲାପରେ ମୃତ୍ୟୁର କାରଣ ଜଣା ପଡ଼ିବ ବୋଲି ଆଇଆଇସି ଶ୍ରୀ ମଲ୍ଲିକ ସୂଚନା ଦେଇଛନ୍ତି।

କୁମାର ପୂର୍ଣ୍ଣିମା ଟାଙ୍ଗୀ ତଣ୍ଟି ଚିପି ହତ୍ୟା ତିନି ଅଟକ
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Latest News

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.