Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଠାରୁ ମାରଧାର କରି ଲୁଟ୍: କିଛି ଘଣ୍ଟା ମଧ୍ୟରେ ଅଭିଯୁକ୍ତକୁ ବାନ୍ଧିଲା ଚାନ୍ଦପୁର ପୋଲିସ
ଅପରାଧ

ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଠାରୁ ମାରଧାର କରି ଲୁଟ୍: କିଛି ଘଣ୍ଟା ମଧ୍ୟରେ ଅଭିଯୁକ୍ତକୁ ବାନ୍ଧିଲା ଚାନ୍ଦପୁର ପୋଲିସ

December 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାନ୍ଦପୁର: ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଞ୍ଚଳରେ ଅନେକ ଅସାମାଜିକ ଯୁବକଙ୍କ ପାଦୁର୍ଭାବ ଦେଖିବାକୁ ମିଳିଛି। ଉକ୍ତ ଅଞ୍ଚଳରେ ଲୁଟ, ଡକାୟତ ଭଳି ଅନେକ ଘଟଣା ସାମ୍ନାକୁ ଆସୁଥିବା ବେଳେ ସେସବୁକୁ ବ୍ରେକ ଲଗାଇବା ପାଇଁ ଚାନ୍ଦପୁର ପୋଲିସ ପ୍ରୟାସ ଜାରି ରଖିଛି। ତେବେ ଗତକାଲି ମଧ୍ୟ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଠାରୁ ଲୁଟପାଟ ଘଟଣା ଦେଖିବାକୁ ମିଳିଛି। କିନ୍ତୁ ପୋଲିସର ତ୍ଵରିତ କାର୍ଯ୍ୟାନୁଷ୍ଠାନ ଯୋଗୁଁ ଉକ୍ତ ଦିବ୍ୟାଙ୍ଗ ବ୍ୟକ୍ତିଜଣଙ୍କ ନିଜର ଟଙ୍କା ଫେରିପାଇବା ସହ ଅଭିଯୁକ୍ତକୁ ଗିରଫ କରାଯାଇଛି।

ସୂଚନା ଅନୁଯାୟୀ, ଚାନ୍ଦପୁର ଥାନା ଅନ୍ତର୍ଗତ ଉପେନ୍ଦ୍ରପୁର ଗ୍ରାମର ସୁରସେନ ନାୟକ ନାମକ ଜଣେ ଦିବ୍ୟାଙ୍ଗ ବ୍ୟକ୍ତି ନିଜ ସାଇକେଲ ଯୋଗେ ଘରକୁ ଫେରୁଥିଲେ। ହେଲେ କବିରାଜ ପଲେଇ ନାମକ ଜଣେ ଅସାମାଜିକ ବ୍ୟକ୍ତି ସୁରସେନଙ୍କ ବାଟ ଓଗାଳିବା ସହ ତାଙ୍କୁ ମାରଧାର କରିଥିଲେ। ଏବଂ ତାଙ୍କ ପକେଟରୁ ୪ ହଜାର ୫ ଶହ ଟଙ୍କା ଲୁଟି ନେଇ ଫେରାର ହୋଇଯାଇଥିଲେ।

ଏ ନେଇ ସୁରସେନ ଚାନ୍ଦପୁର ଥାନାରେ ଲିଖିତ ଅଭିଯୋଗ କଲା ପରେ ପୋଲିସ ୧୦ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଲୁଟ ଟଙ୍କା ଜବତ କରିଛି। ପରେ ଏହି ଟଙ୍କାକୁ ପୋଲିସ ଅଭିଯୋଗକାରୀଙ୍କୁ ହସ୍ତାନ୍ତର କରିଛି। ତେବେ ଅଭିଯୁକ୍ତ କବିରାଜଙ୍କ ବିରୋଧରେ ଚାନ୍ଦପୁର ଥାନାରେ କେସ ନମ୍ବର ୧୬୨/୨୧ ରେ ଏକ ମାମଲା ରୁଜୁ କରି କୋର୍ଟଚାଲାଣ କରାଯାଇଥିବାର ଆଇଆଇସି ରଶ୍ମିରଂଜନ ଦାସ ସୂଚନା ଦେଇଛନ୍ତି।

ସୂଚନା ଥାଉ କି ବିଗତ ଦିନ ମଧ୍ୟରେ ଚାନ୍ଦପୁର ଥାନା ଅଞ୍ଚଳର ପାଖାପାଖି ୮୦ ଜଣ ଦୁର୍ବୁତ୍ତ ପୋଲିସ ଦ୍ୱାରା ଗିରଫ ହୋଇ ବର୍ତ୍ତମାନ ରଣପୁର ସବ ଜେଲରେ ଅଛନ୍ତି।

ଅଭିଯୁକ୍ତ ଗିରଫ ଅସାମାଜିକ ଯୁବକ ଚାନ୍ଦପୁର ଥାନା ଚାନ୍ଦପୁର ପୋଲିସ ଦିବ୍ୟାଙ୍ଗ ବ୍ୟକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026

ବ୍ରିକ୍ସରେ ଗର୍ଜିଲା ଇରାନ! ଆମେରିକା-ଇସ୍ରାଏଲକୁ ପେଜେଶକିୟାନଙ୍କ କଡ଼ା ଜବାବ

September 13, 2026

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026
Latest News

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026

ୟୁଏସ୍ ଓପନ୍‌ ଫାଇନାଲ୍‌: ଟାଇଟଲ୍‌ ଲଢ଼େଇରେ ମୁହାଁମୁହିଁ ହେବେ ଜ୍ୱେରେଭ୍‌ ଏବଂ ଶେଲ୍ଟନ୍‌

September 13, 2026

ବ୍ରିକ୍ସରେ ଗର୍ଜିଲା ଇରାନ! ଆମେରିକା-ଇସ୍ରାଏଲକୁ ପେଜେଶକିୟାନଙ୍କ କଡ଼ା ଜବାବ

September 13, 2026

ଆସନ୍ତୁ ଜାଣିବା ସୂର୍ଯ୍ୟମୁଖୀ ମଞ୍ଜି ଆମ ଶରୀର ପାଇଁ କେତେ ଉପକାରୀ

September 13, 2026

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.