ଖୋର୍ଦ୍ଧା: ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ କଲା ଅବକାରୀ ବିଭାଗ, ଜଣେ ଗିରଫ

Published: Dec 20, 2021, 8:21 pm IST

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଅବକାରୀ ବିଭାଗକୁ ବଡ଼ ସଫଳତା ମିଳିଛି। ଜଣେ ବ୍ରାଉନସୁଗାର ବେପାରୀକୁ ଗିରଫ କରିବା ସହ ତାଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ଧଳା ଜହର ଜବତ କରିଛି ଅବକାରୀ ବିଭାଗ।

ସୂଚନା ମୁତାବକ ଖୋର୍ଦ୍ଧା ରେଞ୍ଜ ଅବକାରୀ ଅଧିକାରୀ ଭୈରବ ସାହୁଙ୍କ ନେତୃତ୍ୱରେ ଆଜି ଖୋର୍ଦ୍ଧା ବାଇପାସସ୍ଥିତ ମା’ ଢ଼ାବା ନିକଟରେ ଚଢ଼ାଉ କରାଯାଇ ଉକ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ ହେଲେ ଟାଉନ ଥାନା ଅନ୍ତର୍ଗତ ମୁକୁନ୍ଦପ୍ରସାଦ ଗ୍ରାମର ଆବିଦ ଖାନ (୩୨)। ତାଙ୍କ ନିକଟରୁ ଅବକାରୀ ବିଭାଗ ୨୨ ଗ୍ରାମ ବ୍ରାଉନ ସୁଗାର ସହ ଗୋଟେ ବାଇକ ଜବତ କରିଛି। ଜବତ ବ୍ରାଉନ ସୁଗାରର ମୂଲ୍ୟ ୨ ଲକ୍ଷ ୨୦ ହଜାର ଟଙ୍କା ହେବା ବୋଲି ଜଣାପଡିଛି।

ଅଭିଯୁକ୍ତ ଜଣକ ବ୍ରାଉନ ସୁଗାର ବିକ୍ରି ପାଇଁ ଗ୍ରାହକଙ୍କୁ ଅପେକ୍ଷା କରିଥିବାବେଳେ ଅବକାରୀ ବିଭାଗ ଗିରଫ କରିଥିଲା। ତେବେ ଗିରଫ ଅଭିଯୁକ୍ତଙ୍କ ବିରୋଧରେ ୨୯ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ପିଆର ନମ୍ବର ୪୮/୨୧ ରେ ମାମଲା ରୁଜୁ କରାଯାଇ ଆଜି କୋର୍ଟଚାଲାଣ କରାଯାଇଥିବାର ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ ସୂଚନା ଦେଇଛନ୍ତି।

Related posts