Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସୁରକ୍ଷା ବାହିନୀଙ୍କୁ ବଡ ସଫଳତା, ୨ ପାକିସ୍ତାନୀଙ୍କ ସମେତ ଜୈଶ-ଇ-ମହମ୍ମଦର ୬ ଆତଙ୍କବାଦୀ ନିହତ
ଅପରାଧ

ସୁରକ୍ଷା ବାହିନୀଙ୍କୁ ବଡ ସଫଳତା, ୨ ପାକିସ୍ତାନୀଙ୍କ ସମେତ ଜୈଶ-ଇ-ମହମ୍ମଦର ୬ ଆତଙ୍କବାଦୀ ନିହତ

December 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁରକ୍ଷା ବାହିନୀକୁ ବଡ଼ ସଫଳତା
ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

ଶ୍ରୀନଗର: ଜାମ୍ମୁ କାଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଦୁଇଟି ପୃଥକ ମୁକାବିଲାରେ ଜଣେ ପୋଲିସ୍ ଆହତ ହୋଇଥିବାବେଳେ ଦୁଇ ଜଣ ପାକିସ୍ତାନୀ ନାଗରିକଙ୍କ ସମେତ ୬ ଜଣ ଜୈଶ-ଇ-ମହମ୍ମଦ ଆତଙ୍କବାଦୀଙ୍କର ମୃତ୍ୟୁ ଘଟିଛି। ସେନା, ସିଆରପିଏଫ ଏବଂ କାଶ୍ମୀର ପୋଲିସ ଗତ ୧୨ ଘଣ୍ଟା ମଧ୍ୟରେ କାଶ୍ମୀରରୁ ୬ ଜଣ କୁଖ୍ୟାତ ଆତଙ୍କବାଦୀଙ୍କୁ ସଫା କରିଛି। ଅନନ୍ତନାଗ ଏବଂ କୁଲଗାମରେ ଦୁଇଟି ପୃଥକ ମୁକାବିଲାରେ ଏହି ସମସ୍ତ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯାଇଛି। ସେମାନଙ୍କ ମଧ୍ୟରୁ ଦୁଇଜଣ ପାକିସ୍ତାନୀ ବୋଲି ନିଶ୍ଚିତ ହୋଇଛି।

ସୂଚନା ଦେଇ ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ, ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ମିଳିଥିବା ଗୁପ୍ତଚର ଆଧାରରେ କୁଲଗାମ ଜିଲ୍ଲାର ମିରହାମା ଅଞ୍ଚଳରେ ସୁରକ୍ଷା ବାହିନୀ ଦ୍ୱାରା କର୍ଡନ ଏବଂ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ସର୍ଚ୍ଚ ଅପରେସନ ବେଳେ ଲୁଚି ରହିଥିବା ଆତଙ୍କବାଦୀମାନେ ହଠାତ୍ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇବା ଆରମ୍ଭ କରିଥିଲେ ବୋଲି ଅଧିକାରୀ କହିଛନ୍ତି।

ସେ କହିଛନ୍ତି ଯେ, ସୁରକ୍ଷା ବାହିନୀ ଏହାର ପ୍ରତିଶୋଧ ନେଇଛି ଏବଂ ଉଭୟ ଏନକାଉଣ୍ଟରରେ ମୋଟ ୬ ଜଣ ଆତଙ୍କବାଦୀ ଏବଂ ଦୁଇ ଜଣ ପାକିସ୍ତାନୀ ନାଗରିକଙ୍କ ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି। ଏଥିସହ ପୂର୍ବରୁ ନିହତ ହୋଇଥିବା ଆତଙ୍କବାଦୀଙ୍କ ନିକଟରୁ ଗୋଟିଏ M-4 ଏବଂ ଦୁଇଟି AK-47 ରାଇଫଲ ମଧ୍ୟ ଜବତ କରାଯାଇଛି। ସୁରକ୍ଷା ବାହିନୀ ପାଇଁ ଏହା ଏକ ବଡ ସଫଳତା।

ଆତଙ୍କବାଦୀ ନିହତ ଜୈଶ-ଇ-ମହମ୍ମଦ ପାକିସ୍ତାନୀ ସୁରକ୍ଷା ବାହିନୀ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.