Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧା: ବିଭିନ୍ନ ସ୍ଥାନରେ ଅବକାରୀ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ, ୪ ଗିରଫ
ଅପରାଧ

ଖୋର୍ଦ୍ଧା: ବିଭିନ୍ନ ସ୍ଥାନରେ ଅବକାରୀ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ, ୪ ଗିରଫ

January 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଗତକାଲି ଅବକାରୀ ବିଭାଗ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ କରିବା ସହ ଏକାଧିକ ଗଞ୍ଜେଇ ବେପାରୀଙ୍କୁ ଗିରଫ କରିଛି। ଖବର ମୁତାବକ ଖୋର୍ଦ୍ଧା ରେଞ୍ଜ ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ ଏବଂ ଜିଲ୍ଲା ମୋବାଇଲ ଅବକାରୀ ସବ ଇନ୍ସପେକ୍ଟର ମନୋଜ ବାରିକଙ୍କ ମିଳିତ ନେତୃତ୍ୱରେ ନୂଆ ବସଷ୍ଟାଣ୍ଡ ନିକଟରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ନିକଟରୁ ୨୪.୧୦୦ କେଜି ଗଞ୍ଜେଇ ଜବତ କରାଯାଇଛି।

ଗିରଫ ଅଭିଯୁକ୍ତ ଦ୍ବୟ ହେଲେ ପଶ୍ଚିମବଙ୍ଗ ମୁର୍ସିଦାବାଦ ଜିଲ୍ଲାର ସୁରଜ ମଣ୍ଡଳ ଏବଂ ସିମନ୍ତ ମଣ୍ଡଳ। ସେହିପରି ଭାବେ ଜଟଣୀ ଅବକାରୀ ବିଭାଗ ଯାଆଁଳା ରୁ ୪ କେଜି ଗଞ୍ଜେଇ ସହ କନ୍ଧମାଳ ଜିଲ୍ଲାର ଯଶୋଦା ଦିଗଲ ନାମକ ମହିଳା ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି।

ଅନୁରୂପ ଭାବେ ଟାଙ୍ଗୀ ଅବକାରୀ ବିଭାଗ ରାମେଶ୍ୱର ଛକରୁ ୮ କେଜି ଗଞ୍ଜେଇ ସମେତ କନ୍ଧମାଳ ଜିଲ୍ଲାର ରସିକ ଦିଗଲ ନାମକ ଅଭିଯୁକ୍ତଙ୍କୁ ଗିରଫ କରିଛି। ସମୁଦାୟ ଜବତ ଗଞ୍ଜେଇର ମୂଲ୍ୟ ୧ ଲକ୍ଷ ୮୦ ହଜାର ଟଙ୍କା ହେବ ବୋଲି ଜଣାପଡିଛି। ତେବେ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବାର ଜଣାପଡିଛି।

ଅବକାରୀ ଚଢ଼ାଉ ଖୋର୍ଦ୍ଧା ଗଞ୍ଜେଇ ଜବତ ଲକ୍ଷାଧିକ ଟଙ୍କା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ଆସିବେ ରାଷ୍ଟ୍ରପତି, ବିଧାନସଭାରେ ରଖିବେ ଅଭିଭାଷଣ, ସୁରକ୍ଷା ବ୍ୟବସ୍ଥା କଡାକଡି

November 25, 2025

Clean Energy Transition: ଓଡ଼ିଶା ଓ ଗ୍ଲୋବାଲ୍ ଏନର୍ଜି ଆଲାଏନ୍ସ ମଧ୍ୟରେ ବୁମଣାପତ୍ର ସ୍ୱାକ୍ଷରିତ

November 25, 2025

Utkalika Handloom: ଭୁବନେଶ୍ଵର ବିମାନ ବନ୍ଦର ଖୋଲିଲା ନୂତନ ବିକ୍ରୟ କେନ୍ଦ୍ର “ଉତ୍କଳିକା ଆତିଥ୍ୟ” 

November 25, 2025

ବିଜେଡିରେ ପୁଣି କମ୍ପନ, ଦଳୀୟ ପଦପଦବୀରୁ ଇସ୍ତଫା ଦେଲେ ସାଂସଦ ଦେବାଶିଷ ସାମନ୍ତରାୟ

November 25, 2025
Latest News

ଓଡିଶା ଆସିବେ ରାଷ୍ଟ୍ରପତି, ବିଧାନସଭାରେ ରଖିବେ ଅଭିଭାଷଣ, ସୁରକ୍ଷା ବ୍ୟବସ୍ଥା କଡାକଡି

November 25, 2025

Clean Energy Transition: ଓଡ଼ିଶା ଓ ଗ୍ଲୋବାଲ୍ ଏନର୍ଜି ଆଲାଏନ୍ସ ମଧ୍ୟରେ ବୁମଣାପତ୍ର ସ୍ୱାକ୍ଷରିତ

November 25, 2025

Utkalika Handloom: ଭୁବନେଶ୍ଵର ବିମାନ ବନ୍ଦର ଖୋଲିଲା ନୂତନ ବିକ୍ରୟ କେନ୍ଦ୍ର “ଉତ୍କଳିକା ଆତିଥ୍ୟ” 

November 25, 2025

IFFI 2025: ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଯୋଗ ଦେଲେ ନିର୍ଦ୍ଦେଶକ ରାଜୁ ହିରାନୀ, କହିଲେ..

November 25, 2025

Ram Mandir Flag Hoisting: ଅଯୋଦ୍ଧା ରାମ ମନ୍ଦିରରେ ଧ୍ବଜା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ମୋଦି

November 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.