Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚିଲିକାରେ ନିର୍ବାଚନୀ ହିଂସା: ଆଜିଠାରୁ ଆରମ୍ଭ ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଥମ ଦିନରେ ୨୧ ଗିରଫ
ଅପରାଧ

ଚିଲିକାରେ ନିର୍ବାଚନୀ ହିଂସା: ଆଜିଠାରୁ ଆରମ୍ଭ ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଥମ ଦିନରେ ୨୧ ଗିରଫ

February 21, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁର ଏବଂ ଚିଲିକା ବ୍ଲକରେ ମତଦାନ ଶେଷ ହୋଇଛି। ବର୍ତ୍ତମାନ ଭୋଟ ବାକ୍ସ ଭିତରେ ସମସ୍ତ ପ୍ରାର୍ଥୀମାନଙ୍କ ଭାଗ୍ୟ ବନ୍ଦ ହୋଇରହିଛି। ତେବେ ନିର୍ବାଚନ ପୁର୍ବରୁ ଏବଂ ପରେ ଉଭୟ ବାଣପୁର ଓ ଚିଲିକା ବ୍ଲକରେ ଏକାଧିକ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ପୋଲିସ ଆଜି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବାର ଦେଖିବାକୁ ମିଳିଛି।

ଜିଲ୍ଲା ଏସପି ଅଲେଖ ଚନ୍ଦ୍ର ପହିଙ୍କ ନିର୍ଦ୍ଦେଶକ୍ରମେ ଏବଂ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକଙ୍କ ତତ୍ୱାବଧାନରେ ଆଜି ବାଣପୁର ଓ ବାଲୁଗାଁ ଥାନା ଅଞ୍ଚଳର ରାଜନୈତିକ ହିଂସାରେ ଜଡ଼ିତ ଥିବା ୨୧ ଜଣ ଉପଦ୍ରବିମାନଙ୍କୁ ଚି଼ହ୍ନଟ କରାଯାଇ ଗିରଫ କରାଯାଇଛି। ଆଜି ପ୍ରଥମ ଦିନରେ ବାଲୁଗାଁ ଥାନା ଅଞ୍ଚଳରୁ ୧୪ ଏବଂ ବାଣପୁର ଥାନା ଅଞ୍ଚଳରୁ ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିବାର ସୂଚନା ଦେଇଛନ୍ତି ଏସପି ଶ୍ରୀ ପହି।

ନିକଟରେ ବାଲୁଗାଁ ଥାନା ଅନ୍ତର୍ଗତ କ୍ଷେତ୍ରପାଳ ଗ୍ରାମ ଏବଂ ବାଣପୁର ଥାନା ଅନ୍ତର୍ଗତ ଭେଟେଶ୍ୱର ଗ୍ରାମ ଓ ଥାନା ପରିସରରେ ଘଟିଥିବା ହିଂସାରେ ଉକ୍ତ ଅଭିଯୁକ୍ତମାନେ ଜଡିତ ଥିବା ଜଣାପଡିଛି। ଏହି ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇଛି ଏବଂ ସମସ୍ତ ଅଭିଯୁକ୍ତମାନେ ଗିରଫ ନହେବା ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି ଏସପି କହିଛନ୍ତି।

ତତସହିତ ଅଞ୍ଚଳରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ଏସପି ଜନସାଧାରଣଙ୍କୁ ଅପିଲ କରିଛନ୍ତି। ହିଂସାକୁ କଦାପି ବରଦାସ୍ତ କରାଯିବନାହିଁ ଏବଂ ଆଗକୁ ମଧ୍ୟ ଯିଏ ରାଜନୈତିକ ହିଂସା ସୃଷ୍ଟି କରିବ ତାକୁ ଦୃଢ଼ ହସ୍ତରେ ଦମନ କରାଯିବ ବୋଲି ଏସପି ଶ୍ରୀ ପହି କହିଛନ୍ତି।

ତେବେ ନିର୍ବାଚନ ପରେ ଖୋର୍ଦ୍ଧା ଜିଲ୍ଲା ପୋଲିସକୁ ଆକ୍ସନ ମୁଡ଼ରେ ଦେଖିବାକୁ ମିଳିଛି। ‘ତମେ ଭଦ୍ର ହେଲେ ଆମେ ନମ୍ର’ ଏବଂ ‘ତମେ ହିଂସ୍ର ହେଲେ ଆମେ ଉଗ୍ର’ ଏହି ମନ୍ତ୍ରକୁ ନେଇ ଆଗକୁ ବଢୁଛି ପୋଲିସ। ତେବେ ଗିରଫ ଭୟରେ ଉକ୍ତ ରାଜନୈତିକ ହିଂସାରେ ଜଡ଼ିତ ଥିବା ବହୁ ନେତା ଓ କର୍ମୀମାନେ ବର୍ତ୍ତମାନ ଅଞ୍ଚଳ ଛାଡି ପାତାଳି ହେଉଥିବାର ଦେଖିବାକୁ ମିଳିଛି।

ଅଲେଖ ଚନ୍ଦ୍ର ପହି କାର୍ଯ୍ୟାନୁଷ୍ଠାନ ଚିଲିକା ନିର୍ବାଚନୀ ହିଂସା ବାଣପୁର ବାଲୁଗାଁ ମାନସ ରଞ୍ଜନ ବାରିକ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆକୁ ବଡ଼ ଗୌରବ: ଷ୍ଟାନଫୋର୍ଡ ତାଲିକାରେ ସୋଆର ୩୮ ଗବେଷକ

October 15, 2026

କାରରୁ ଗଂଜେଇ ଜବତ: ୨ ଗିରଫ

October 15, 2026

କର୍କଟ ରୋଗୀଙ୍କ ପୁନର୍ବାସ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ୱେଚ୍ଛାସେବୀ ସଂଗଠନକୁ ସମ୍ମାନିତ କଲା ସୋଆ

October 15, 2026

ଟି-୨୦ କ୍ରିକେଟ: ଲଜ୍ଜାଜନକ ରେକର୍ଡ ତାଲିକାରେ ସାମିଲ ହେଲେ ଶ୍ରେୟସ ଆୟର

October 15, 2026
Latest News

SIR ବିବାଦ ମଧ୍ୟରେ ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି: ୧୭ ଟି ରାଜ୍ୟ ପାଇଁ ନେଲେ ଏହି ପଦକ୍ଷେପ

October 15, 2026

ସୋଆକୁ ବଡ଼ ଗୌରବ: ଷ୍ଟାନଫୋର୍ଡ ତାଲିକାରେ ସୋଆର ୩୮ ଗବେଷକ

October 15, 2026

କାରରୁ ଗଂଜେଇ ଜବତ: ୨ ଗିରଫ

October 15, 2026

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅନ୍ତ୍ୟୋଦୟ ଗୃହ ଯୋଜନାରେ ନିର୍ମାଣ ହେବ ଆଉ ୨,୯୧,୬୬୬ ନୂଆ ଘର

October 15, 2026

କର୍କଟ ରୋଗୀଙ୍କ ପୁନର୍ବାସ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ୱେଚ୍ଛାସେବୀ ସଂଗଠନକୁ ସମ୍ମାନିତ କଲା ସୋଆ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.